orissaleads

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

Blog Post

orissaleads > ରାଜ୍ୟ > ସରକାରୀ ନିୟମକୁ ଦଳି ମକଚି ଦେଲା ଜିଲ୍ଲା ପ୍ରଶାସନ: ଡିଏମଏଫ କମିଟିରେ ଖଣି ପ୍ରଭାବିତ ଅଞ୍ଚଳର ଲୋକ ପ୍ରତିନିଧିଙ୍କୁ ମିଳିଲାନି ସ୍ଥାନ,ପ୍ରତିବାଦରେ ଜିଲ୍ଲାପାଳଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ଓ ଅନ୍ୟ ଲୋକ ପ୍ରତିନିଧି

ସରକାରୀ ନିୟମକୁ ଦଳି ମକଚି ଦେଲା ଜିଲ୍ଲା ପ୍ରଶାସନ: ଡିଏମଏଫ କମିଟିରେ ଖଣି ପ୍ରଭାବିତ ଅଞ୍ଚଳର ଲୋକ ପ୍ରତିନିଧିଙ୍କୁ ମିଳିଲାନି ସ୍ଥାନ,ପ୍ରତିବାଦରେ ଜିଲ୍ଲାପାଳଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ଓ ଅନ୍ୟ ଲୋକ ପ୍ରତିନିଧି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯାଜପୁର ଜିଲ୍ଲା ଡିଏମଏଫ ଟ୍ରଷ୍ଟ ଗଠନରେ ରାଜନୀତି କରଣ କରାଯାଇ ଖଣି ପ୍ରଭାବିତ ଅଞ୍ଚଳର ପଞ୍ଚାୟତ ପ୍ରତିନିଧି ଓ ଜିଲ୍ଲା ପରିଷଦ ପ୍ରତିନିଧିଙ୍କୁ ସାମିଲ କରାଯାଇନଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ପୂର୍ବତନ ସୁକିନ୍ଦା ବିଧାୟକ ତଥା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ, ସୁକିନ୍ଦା ବ୍ଲକ ଅଧ୍ୟକ୍ଷ ଦିବ୍ୟ ରଞ୍ଜନ ବରାଳ, ୩୭ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା ଜେମା ଚାଖି ଓ ବିଭିନ୍ନ ଖଣି ପ୍ରଭାବିତ ପଞ୍ଚାୟତର ଲୋକ ପ୍ରତିନିଧି ମାନେ ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କରଙ୍କୁ ଭେଟି ଏହାର ପ୍ରତିବାଦ କରିଛନ୍ତି । ଆଲୋଚନା ସମୟରେ ପୂର୍ବତନ ମନ୍ତ୍ରୀ ଟ୍ରଷ୍ଟ ବୋର୍ଡ ଗଠନ ସମୟରେ ସରକାରଙ୍କ ନିୟମକୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଇଥିବା ଅଭିଯୋଗ କରିଛନ୍ତି । ଖଣି ପ୍ରଭାବିତ ଅଞ୍ଚଳର ବିକାଶ ପାଇଁ ଖଣିଜ ନ୍ୟାସ ପାଣ୍ଠି ଗଠନ କରାଯାଇଥିଲା ବେଳେ ଖଣି ପ୍ରଭାବିତ ଅଞ୍ଚଳର ଲୋକ ପ୍ରତିନିଧି ମାନଙ୍କୁ ଉଦ୍ଦେଶ୍ୟ ମୂଳକ ଭାବେ କମିଟିରୁ ଦୁରେଇ ରଖା ଯାଇଥିବା ଅଭିଯୋଗ କରିଥିଲେ । ଏହା ଦ୍ୱାରା ଖଣି ପ୍ରଭାବିତ ଅଞ୍ଚଳର ବିକାଶ କାର୍ଯ୍ୟରେ ବାଧା ସୃଷ୍ଟି ହେବ ବୋଲି କହିଛନ୍ତି ଇଂ ଘଡାଇ । ଆଲୋଚନା ସମୟରେ ଜିଲ୍ଲାପାଳ ଶ୍ରୀ କର ଏହା ଅନୁଧ୍ୟାନ କରି ପଦକ୍ଷେପ ନେବାର ପ୍ରତିଶ୍ରୁତି ଦେଇଛନ୍ତି । ନିକଟରେ ଯାଜପୁର ଜିଲ୍ଲା ଖଣିଜ ଫାଉଣ୍ଡେସନ ଟ୍ରଷ୍ଟର ବୋର୍ଡ ଅଫ ଟ୍ରଷ୍ଟି ପୁନର୍ଗଠନ କରିଛନ୍ତି । ଯେଉଁମାନଙ୍କୁ ଏଥିରେ ସଭ୍ୟ ଭାବରେ ନିଆଯାଇଛି ସେଥିରେ ଅନେକ ଅନିୟମିତତା ହୋଇଥିବ ଅଭିଯୋଗ ହୋଇଛି ।ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ୩୭ ନଂ ଜିଲ୍ଲା ପରିଷଦ ଜୋନ ଅନ୍ତର୍ଗତ କାଳିଆପାଣି, କଂସ, ରାସୋଳ ଏବଂ ଚିଙ୍ଗୁଡିପାଳ ଗ୍ରାମ ପଞ୍ଚାୟତରେ ସମସ୍ତ କ୍ରୋମାଇଟ ଖଣି ଗୁଡିକ ଅବସ୍ଥିତ । ଓଡିଶା ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେସନ ରୁଲ୍, ୨୦୧୫ର ରୂଲ-୪(୫) ରେ ଉଲ୍ଲେଖ ଅଛି ଯେହେତୁ ଯାଜପୁର ଜିଲ୍ଲା ଗୁରୁ ଖଣିଜ ପଦାର୍ଥ ସୁକିନ୍ଦା ବ୍ଲକ ୩୭ ନଂ ଜିଲ୍ଲା ପରିଷଦ ଜୋନରେ ଅବସ୍ଥିତ । ତେଣୁ, ରାଜ୍ୟ ସରକାରଙ୍କ ଓଡ଼ିଶା ଜିଲ୍ଲା ଖଣିଜ ନ୍ୟାସ ପାଣ୍ଠି ନିୟମ ୨୦୧୫ ନିୟମ-୪(୬) ଅନୁସାରେ ୩୭ ନଂ ଜିଲ୍ଲା ପରିଷଦ ଜୋନର ଜିଲ୍ଲା ପରିଷଦ ସଭ୍ୟ ଏହାର ସଦସ୍ୟା ରହିବା କଥା । ମାତ୍ର ଟ୍ରଷ୍ଟ ବୋର୍ଡ ଗଠନ ସମୟରେ ୩୯ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟଙ୍କୁ ସଦସ୍ୟ ଭାବରେ ମନୋନୀତ କରାଯାଇଛି । ଏହା ସରକାରଙ୍କର ସଂପୂର୍ଣ୍ଣ ଆଇନ ବହିର୍ଭୁତ ମନୋନୟନ ଅଟେ । ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକର ୩୭ ନଂ ଜିଲ୍ଲା ପରିଷଦ ଜୋନର କାଳିଆପାଣି, କଂସ, ରାଁସୋଳ ଏବଂ ଚିଙ୍ଗୁଡିପାଳ ଗ୍ରାମ ପଂଚାୟତରେ ଅବସ୍ଥିତ । ନିୟମ ଅନୁସାରେ କାଳିଆପାଣି, କଂସ, ରାସୋଳ ଏବଂ ଚିଙ୍ଗୁଡିପାଳ ଗ୍ରାମ ପଂଚାୟତ ମଧ୍ୟରୁ ଯେକୌଣସି ତିନି ଗୋଟି ପଞ୍ଚାୟତର ପ୍ରତିନିଧି ଏହାର ସଦସ୍ୟ ରହିବା କଥା । ହେଲେ ପିମ୍ପୁଡିଆ, ହରିପୁର ଏବଂ ଧୁଳିଗଡ ଗ୍ରାମ ପଂଚାୟତର ସରପଞ୍ଚ ମାନେ ଏହାର ସଦସ୍ୟ ଭାବରେ ମନୋନୀତ ହୋଇଛନ୍ତି । ଯେଉଁମାନେ ଖଣି ଅଂଚଳ ସହ କୌଣସି ପ୍ରକାରେ ଜଡିତ ନାହାନ୍ତି କିମ୍ବା ଖଣି ଅଞ୍ଚଳର ବିଭିନ୍ନ ସମସ୍ୟା ବିଷୟରେ ସେମାନଙ୍କର କୌଣସି ଧାରଣା ନାହିଁ । ତେଣୁ ରାଜ୍ୟ ସରକାରଙ୍କ ଏହା ଖଣି ଅଞ୍ଚଳ ଵିରୋଧି ମନୋଭାବ ବୋଲି ଅଭିଯୋଗ ହୋଇଛି । ଅନ୍ୟ ପକ୍ଷରେ ଏହାକୁ ନେଇ ଖଣି ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ମଧ୍ୟ ସୃଷ୍ଟି ହୋଇଛି । ଏ ନେଇ ଜିଲ୍ଲା ପ୍ରଶାସନ ତୁରନ୍ତ ପଦକ୍ଷେପ ନ ନେଲେ ଖଣି ଅଞ୍ଚକରେ ଆନ୍ଦୋଳନ ମୁଣ୍ଡ ଟେକିବା କିଛି ଅସମ୍ଭବ ନୁହେଁ ।

Leave a comment

Your email address will not be published. Required fields are marked *