orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ଅଙ୍କ ଛିଣ୍ଡୁ ନାହିଁ, ତିନି ଦଳ ସଂଗଠନ ଆଗକୁ ବଢୁନାହିଁ

ଅଙ୍କ ଛିଣ୍ଡୁ ନାହିଁ, ତିନି ଦଳ ସଂଗଠନ ଆଗକୁ ବଢୁନାହିଁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କେଉଁ ଦଳ ମଙ୍ଗୁଆଳ ନେଇ ନିଷ୍ପତ୍ତି ନେଇ ପାରୁ ନାହିଁ ତ ଆଉ କେଉଁ ଦଳ ଛାମୁଁଆ ସଂଗଠନ ଗଢି ପାରୁନାହିଁ । ରାଜ୍ୟର ତିନି ପ୍ରମୁଖ ଦଳରେ ସମାନ ସ୍ଥିତି ଦେଖିବାକୁ ମିଳିଛି । ଶାସକ ଦଳ ବିଜେପି ରାଜ୍ୟ ସଭାପତିଙ୍କ ନାମ ଘୋଷଣା କରି ପାରୁ ନଥିଲା ବେଳେ ବିଜେଡି ଓ କଂଗ୍ରେସର ସଭାପତି ଥାଇ ମଧ୍ୟ ଛାମୁଆ ସଂଗଠନ ଗଠନ ହେଇ ପାରୁ ନାହିଁ । ଏଭଳି ସ୍ଥିତି ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି । ତେବେ ସବୁଠାରୁ ଚର୍ଚ୍ଚାରେ ରହିଛି ମୁଖ୍ୟ ଵିରୋଧି ଦଳ ବିଜୁ ଜନତା ଦଳ। ଗତ ମାସ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ଦଳ ନିର୍ବାଚନ କମିଶନଙ୍କ ଠାରୁ ସମୟରେ ମାଗିଥିଲା କିନ୍ତୁ ମାସ ସରିଥିଲେ ମଧ୍ୟ ରାଜ୍ୟ କାର୍ଯ୍ୟକାରିଣୀ ଘୋଷଣା କରି ପାରୁ ନାହିଁ ବିଜୁ ଜନତା ଦଳ । ଦଳ ଭିତରେ ଗୋଷ୍ଠି କନ୍ଦଳ ବଢୁଥିଲା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ଗଠନ ଦଳ ପାଇଁ ଆହ୍ୱାନ ସୃଷ୍ଟି କରିଛି । ହେଲେ ରାଜ୍ୟ କାର୍ଯ୍ୟକାରିଣୀ ଗଠନରେ ବିଳମ୍ବ ହେବା ଦ୍ୱାରା ଗୋଷ୍ଠୀ କନ୍ଦଳ ଆହୁରି ତେଜୁଛି। ଓଡ଼ିଶା କଂଗ୍ରେସରେ ବି ସମାନ ସ୍ଥିତି । କମିଟି ଅଙ୍କ ଛିଡି ପାରୁନଥିବା ବେଳେ ଦଳୀୟ ନେତାଙ୍କ ମଧ୍ୟରେ ଛକା ପଞ୍ଝା ଲାଗିରହିଛି । ରାଜ୍ୟ ବିଜେପିର ନୂଆ ସଭାପତି ମଧ୍ୟ ଏଯାଏଁ ଚୟନ ହୋଇପାରିନି। ଘୋଷଣା ତାରିଖ ଗାଡି ଚାଲୁଥିଲା ବେଳେ ଦଳୀୟ ନେତା ଓ କର୍ମୀ ଆଶଙ୍କା ଭିତରେ ଗତି କରୁଛନ୍ତି ।

ଗତ ଏପ୍ରିଲ ୧୯ ତାରିଖରେ ବିଜେଡି ସଭାପତି ନିର୍ବାଚନ ହୋଇଥିଲା। ନବୀନ ନିର୍ଦ୍ବନ୍ଦ୍ବରେ ନବମ ଥର ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ଦଳର ନିୟମ ଅନୁଯାୟୀ ୩୫୫ ଜଣ ସଦସ୍ୟଙ୍କୁ ନେଇ ରାଜ୍ୟ ପରିଷଦ ଓ ୮୧ ଜଣ ସଦସ୍ୟଙ୍କୁ ନେଇ ରାଜ୍ୟ କାର୍ଯ୍ୟକାରିଣୀ ଗଠନ ହେବା କଥା। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଭାପତି ନିର୍ବାଚିତ କରିବା କଥା । ବିଜେଡି ସଭାପତି ନିର୍ବାଚନ ସରିଥିଲେ ବି ରାଜ୍ୟ କାର୍ଯ୍ୟକାରିଣୀ ଓ ପରିଷଦରେ କିଏ ଅଛନ୍ତି ତାହା ସ୍ପଷ୍ଟ ହୋଇ ନାହିଁ । ବିଜେଡିର ଗୋଟିଏ ଗୋଷ୍ଠି ଜାଣିଶୁଣି କାର୍ଯ୍ୟକାରିଣୀ ତାଲିକାକୁ ଲୁଚାଯାଉଛି ବୋଲି ଅଭିଯୋଗ କରୁଛନ୍ତି । ସେପଟେ ଦଳ କହୁଛି, ଠିକ୍ ସମୟରେ ଦଳ ସଭାପତି ଏ ନେଇ ନିଷ୍ପତ୍ତି ନେବେ।

ପୁରାତନ ଦଳ କଂଗ୍ରେସର ମଙ୍ଗ ଧରିଛନ୍ତି ପୁରୁଖା ତଥା ଅନୁଭବୀ ନେତା ଭକ୍ତ ଦାସ । ଦଳ ରାଜ୍ୟ ସଭାପତି ହେବା ପରେ ଦଳରେ ପ୍ରାଣ ସଞ୍ଚାର ହୋଇଛି । ଭକ୍ତ ସମସ୍ତଙ୍କୁ ନେଇ ଚାଲିବାର ଉଦ୍ୟମ କରୁଥିବା ବେଳେ ଦଳ ମଧ୍ୟରେ ଉତ୍ସାହ ଦେଖାଦେଇଛି । ହେଲେ ବିଜେଡି ଭଳି ଦଳ ରାଜ୍ୟ କାର୍ଯ୍ୟକାରିଣୀ ଗଠନ ହେବାରେ ବିଳମ୍ବ ହେବା ଦଳୀୟ ନେତା ଓ କର୍ମୀଙ୍କୁ ନିରାଶ କରୁଛି ।

Leave a comment

Your email address will not be published. Required fields are marked *