orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ଜିଲ୍ଲା > ଯାଜପୁର > ଅନ୍ତଦ୍ୱୟ ଗୃହ ଯୋଜନାର ଶୁଭାରମ୍ଭ, ୬ଶହରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଅନ୍ତଦ୍ୱୟ ଗୃହ ଯୋଜନାର ଶୁଭାରମ୍ଭ, ୬ଶହରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଓଡ଼ିଶା ଲିଡ୍ସ(ଯାଜପୁର): ସରକାରୀ ଯୋଜନାରୁ ବଞ୍ଚିତ ଗରିବ ହିତାଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ଖୁବ କମ ସମୟରେ ଗୃହ ପ୍ରଦାନ କରିବାକୁ ମୋହନ ସରକାର ଅନ୍ତଦ୍ୱୟ ଯୋଜନାର ଶୁଭାରମ୍ଭ କରିଛନ୍ତି। ଧର୍ମଶାଳା ମହୋତ୍ସବ ପଡ଼ିଆରେ ଧର୍ମଶାଳା ବିଧାୟକଙ୍କ ଉପସ୍ଥିତିରେ ଗତ କାଲି ଅନ୍ତଦ୍ୱୟ ଯୋଜନାର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପଣ କରିବା ସହ ଏହି ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଧର୍ମଶାଳା ବ୍ଲକରେ ଚୟନ କରାଯାଇଥିବା ୬୦୦ରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ବିଧାୟକ ହିମାଂଶୁ ଶେଖର ସାହୁ ଗତକାଲି କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି।

ସୂଚନା ଅନୁଯାୟୀ ଧର୍ମଶାଳା ବ୍ଲକର ୪୫ ଗୋଟି ପଞ୍ଚାୟତରେ ସର୍ଭେ କରିବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରତି ପଞ୍ଚାୟତରୁ ୧୫ଜଣ ଲେଖାଏଁ ଯୋଗ୍ୟ ହିତାଧୁକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା। ସେଥି ମଧ୍ୟରୁ ଦୁଇଟି ପଞ୍ଚାୟତର ୧୪ଜଣ ଲେଖାଏଁ ଯୋଗ୍ୟ ବିବେଚିତ ହୋଇ ମୋଟ ୬୭୫ ଜଣଙ୍କ ମଧ୍ୟରୁ ୬୭୩ ଜଣଙ୍କ ତାଲିକା ରାଜ୍ୟ ସରକାରଙ୍କ ଅନୁମୋଦନ ନିମନ୍ତେ ଜିଲ୍ଲା ପ୍ରଶାସନ ଜରିଆରେ ପ୍ରଦାନ କରାଯାଇଥିଲା ।

ଫେବ୍ରୁଆରୀ ୨ ତାରିଖରେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏହି ନୂତନ ଆବାସ ଯୋଜନା ନେଇ ଗାଇଡ ଲାଇନ୍ ଜାରି କରାଯାଇଥିଲା। ଗ୍ରାମାଞ୍ଚଳରେ ଚାଳ ଛପର ଘରେ ବସବାସ କରୁଥିବା ଅସହାୟ ବିଧବା ମହିଳା, ଦିବ୍ୟାଙ୍ଗ, ଦୂରାରୋଗରେ ପୀଡ଼ିତ ଘରର ମୁଖିଆ ଓ ଗରିବ ବାସସ୍ଥାନ ନଥିବା ପରିବାରକୁ ଏହି ଯୋଜନାରେ ସାମିଲ କରାଯିବାକୁ ଲକ୍ଷ ରଖା ଯାଇଛି। ସେହିପରି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଘର ଭାଙ୍ଗି ରୁଜି ଯାଇଥିବା ବ୍ୟକ୍ତିଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରିବାକୁ ଗାଇଡ ଲାଇନ୍‌ରେ ଉଲ୍ଲେଖ ରହିଛି।
ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ ୩ ଗୋଟି ପର୍ଯ୍ୟାୟରେ ୧ଲକ୍ଷ ୨୦ହଜାର ଟଙ୍କା ପ୍ରଦାନ କରାଯିବ। ଯଦି ହିତାଧିକାରୀ କାର୍ଯ୍ୟାଦେଶ ପାଇବାର ୪ମାସ ମଧ୍ୟରେ ଗୃହ ନିର୍ମାଣ ଶେଷ କରିବେ ତାଙ୍କୁ ପ୍ରଶାସନ ପକ୍ଷରୁ ଅଧିକ ୨୦ହଜାର ଟଙ୍କା ଓ ୬ମାସରେ ଶେଷ କଲେ ଅଧିକ ୧୦ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବାର ନିୟମ ମଧ୍ୟ ରହିଛି। ବିଗତ ଦିନରେ ବାରମ୍ବାର ଆବେଦନ କରି ନିରାଶ ହୋଇଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହୋଇଥିବାରୁ ଧର୍ମଶାଳା ବିଧାୟକଙ୍କ ଏଭଳି କାର୍ଯ୍ୟ ଧାରାକୁ ସାଧାରଣରେ ପ୍ରଶଂସା କରାଯାଇଛି।

Leave a comment

Your email address will not be published. Required fields are marked *