Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଅନ୍ତଦ୍ୱୟ ଗୃହ ଯୋଜନାର ଶୁଭାରମ୍ଭ, ୬ଶହରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଅନ୍ତଦ୍ୱୟ ଗୃହ ଯୋଜନାର ଶୁଭାରମ୍ଭ, ୬ଶହରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଓଡ଼ିଶା ଲିଡ୍ସ(ଯାଜପୁର): ସରକାରୀ ଯୋଜନାରୁ ବଞ୍ଚିତ ଗରିବ ହିତାଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ଖୁବ କମ ସମୟରେ ଗୃହ ପ୍ରଦାନ କରିବାକୁ ମୋହନ ସରକାର ଅନ୍ତଦ୍ୱୟ ଯୋଜନାର ଶୁଭାରମ୍ଭ କରିଛନ୍ତି। ଧର୍ମଶାଳା ମହୋତ୍ସବ ପଡ଼ିଆରେ ଧର୍ମଶାଳା ବିଧାୟକଙ୍କ ଉପସ୍ଥିତିରେ ଗତ କାଲି ଅନ୍ତଦ୍ୱୟ ଯୋଜନାର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଲୋକାର୍ପଣ କରିବା ସହ ଏହି ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଧର୍ମଶାଳା ବ୍ଲକରେ ଚୟନ କରାଯାଇଥିବା ୬୦୦ରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ବିଧାୟକ ହିମାଂଶୁ ଶେଖର ସାହୁ ଗତକାଲି କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି।

ସୂଚନା ଅନୁଯାୟୀ ଧର୍ମଶାଳା ବ୍ଲକର ୪୫ ଗୋଟି ପଞ୍ଚାୟତରେ ସର୍ଭେ କରିବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରତି ପଞ୍ଚାୟତରୁ ୧୫ଜଣ ଲେଖାଏଁ ଯୋଗ୍ୟ ହିତାଧୁକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା। ସେଥି ମଧ୍ୟରୁ ଦୁଇଟି ପଞ୍ଚାୟତର ୧୪ଜଣ ଲେଖାଏଁ ଯୋଗ୍ୟ ବିବେଚିତ ହୋଇ ମୋଟ ୬୭୫ ଜଣଙ୍କ ମଧ୍ୟରୁ ୬୭୩ ଜଣଙ୍କ ତାଲିକା ରାଜ୍ୟ ସରକାରଙ୍କ ଅନୁମୋଦନ ନିମନ୍ତେ ଜିଲ୍ଲା ପ୍ରଶାସନ ଜରିଆରେ ପ୍ରଦାନ କରାଯାଇଥିଲା ।

ଫେବ୍ରୁଆରୀ ୨ ତାରିଖରେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏହି ନୂତନ ଆବାସ ଯୋଜନା ନେଇ ଗାଇଡ ଲାଇନ୍ ଜାରି କରାଯାଇଥିଲା। ଗ୍ରାମାଞ୍ଚଳରେ ଚାଳ ଛପର ଘରେ ବସବାସ କରୁଥିବା ଅସହାୟ ବିଧବା ମହିଳା, ଦିବ୍ୟାଙ୍ଗ, ଦୂରାରୋଗରେ ପୀଡ଼ିତ ଘରର ମୁଖିଆ ଓ ଗରିବ ବାସସ୍ଥାନ ନଥିବା ପରିବାରକୁ ଏହି ଯୋଜନାରେ ସାମିଲ କରାଯିବାକୁ ଲକ୍ଷ ରଖା ଯାଇଛି। ସେହିପରି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଘର ଭାଙ୍ଗି ରୁଜି ଯାଇଥିବା ବ୍ୟକ୍ତିଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରିବାକୁ ଗାଇଡ ଲାଇନ୍‌ରେ ଉଲ୍ଲେଖ ରହିଛି।
ହିତାଧିକାରୀଙ୍କୁ ଗୃହ ନିର୍ମାଣ ନିମନ୍ତେ ୩ ଗୋଟି ପର୍ଯ୍ୟାୟରେ ୧ଲକ୍ଷ ୨୦ହଜାର ଟଙ୍କା ପ୍ରଦାନ କରାଯିବ। ଯଦି ହିତାଧିକାରୀ କାର୍ଯ୍ୟାଦେଶ ପାଇବାର ୪ମାସ ମଧ୍ୟରେ ଗୃହ ନିର୍ମାଣ ଶେଷ କରିବେ ତାଙ୍କୁ ପ୍ରଶାସନ ପକ୍ଷରୁ ଅଧିକ ୨୦ହଜାର ଟଙ୍କା ଓ ୬ମାସରେ ଶେଷ କଲେ ଅଧିକ ୧୦ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବାର ନିୟମ ମଧ୍ୟ ରହିଛି। ବିଗତ ଦିନରେ ବାରମ୍ବାର ଆବେଦନ କରି ନିରାଶ ହୋଇଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହୋଇଥିବାରୁ ଧର୍ମଶାଳା ବିଧାୟକଙ୍କ ଏଭଳି କାର୍ଯ୍ୟ ଧାରାକୁ ସାଧାରଣରେ ପ୍ରଶଂସା କରାଯାଇଛି।

Leave a comment

Your email address will not be published. Required fields are marked *