Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > କ୍ରୀଡା > ଅବସର ଚର୍ଚ୍ଚା ଭିତରେ ବିଶ୍ବର ନମ୍ବର-୧ ବ୍ୟାଟର ହେଲେ ରୋହିତ ଶର୍ମା

ଅବସର ଚର୍ଚ୍ଚା ଭିତରେ ବିଶ୍ବର ନମ୍ବର-୧ ବ୍ୟାଟର ହେଲେ ରୋହିତ ଶର୍ମା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଅବସର ଚର୍ଚ୍ଚା ଭିତରେ ଅଷ୍ଟ୍ରେଲିଆ ଗସ୍ତ କରିଥିଲେ ପୂର୍ବତନ ଅଧିନାୟକ ରୋହିତ ଶର୍ମା । ଅଧିନାୟକ ଭାବେ ବେଶ ସଫଳ ଥିବା ରୋହିତଙ୍କୁ ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଅଧିନାୟକ ପଦରୁ ହଟାଇ ଦେଇଥିଲା ବିସିସିଆଇ । ଟେଷ୍ଟ ସିରିଜରେ ସଫଳ ହୋଇଥିବା ଶୁଭମନ ଗିଲଙ୍କୁ ଅଧିନାୟକ ଭାର ଅର୍ପଣ କରିଥିଲା । ଅଷ୍ଟ୍ରେଲିଆରେ ଗିଲ ଉଭୟ ବ୍ୟାଟିଂ ଓ ଅଧିନାୟକତ୍ୱରେ ବିଫଳ ହୋଇଥିଲେ । ହେଲେ ରୋହିତ କିନ୍ତୁ ତିନିଟି ମ୍ୟାଚରେ ଗୋଟିଏ ଅର୍ଦ୍ଧ ଶତକ ଓ ଗୋଟିଏ ଶତକ କରି ମ୍ୟାନ ଅଫ ଦି ସିରିଜ ହୋଇଥିଲେ । ଏହା ତାଙ୍କ ସମାଲୋଚକଙ୍କୁ ଚୁପ କରିଥିଲା ବେଳେ ସବୁ ଚର୍ଚ୍ଚାର ଅବସାନ ଘଟାଇଛି । ଟିମ୍ ଇଣ୍ଡିଆର ଏହି ଅଭିଜ୍ଞ ଖେଳାଳି ରୋହିତ ଶର୍ମା ଆଉ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୩୮ ବର୍ଷ ବୟସରେ ଯେତେବେଳେ ତାଙ୍କ ଅବସର ଚର୍ଚ୍ଚା ଜୋର ଧରିଛି ଠିକ ସେତିକି ବେଳେ ରୋହିତ ପ୍ରଥମ ଥର ପାଇଁ ଆଇସିସି ଏକଦିବସିୟ ରାଙ୍କିଙ୍ଗରେ ବିଶ୍ୱର ନମ୍ବର ୧ ବ୍ୟାଟସମ୍ୟାନ୍ ହୋଇଛନ୍ତି। ଏହି ସ୍ଥାନରେ ପହଞ୍ଚିବାରେ ସେ ବିଶ୍ୱର ସବୁଠାରୁ ବୟସ୍କ ଖେଳାଳି ମଧ୍ୟ ହୋଇଛନ୍ତି। ଏହି ଐତିହାସିକ ସଫଳତା ହାସଲ କରିବା ପାଇଁ ତାଙ୍କ ଠାରୁ ଭାରତୀୟ ଅଧିନାୟକ ପଦ ଗ୍ରହଣ କରିଥିବା ଯୁବ ତାରକା ଶୁଭମନ ଗିଲଙ୍କୁ ପଛରେ ପକାଇ ଦେଇଛନ୍ତି । ଅଷ୍ଟ୍ରେଲିଆରେ ଚମତ୍କାର ବ୍ୟାଟିଂ ପାଇଁ ରୋହିତ ବିଶ୍ୱ କ୍ରିକେଟରେ ନମ୍ବର ୧ ରାଙ୍କିଙ୍ଗ ମୁକୁଟ ହାସଲ କରିଛନ୍ତି ।

କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ

ରୋହିତ ଶର୍ମା କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇ ଏହି ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ରୋହିତ ଶର୍ମା ୩୮ ବର୍ଷ ୧୮୨ ଦିନ ବୟସରେ ନମ୍ବର-୧ ସ୍ଥାନ ହାସଲ କରିଥିବା ବେଳେ ସଚିନ ୨୦୧୧ ମସିହାରେ ୩୮ ବର୍ଷ ୭୩ ଦିନରେ ଟେଷ୍ଟ କ୍ରିକେଟରେ ଏହି ସଫଳତା ହାସଲ କରିଥିଲେ। ଆଇସିସି ରାଙ୍କିଙ୍ଗରେ ନମ୍ବର-୧ ସ୍ଥାନ ପାଇବାରେ ତୃତୀୟ ସବୁଠାରୁ ବୟସ୍କ ଖେଳାଳି ହେଉଛନ୍ତି ଭିଭ ରିଚାର୍ଡସ । ୱେଷ୍ଟଇଣ୍ଡିଜର ଏହି ମହାନ ବ୍ୟାଟ୍ସମ୍ୟାନ ୩୭ବର୍ଷ ୨୩୦ ଦିନ ବୟସରେ ଏହି ସଫଳତା ହାସଲ କରିଥିଲେ।

Leave a comment

Your email address will not be published. Required fields are marked *