ଓଡ଼ିଶା ଲିଡ୍ସ(ବ୍ୟୁରୋ): ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାରଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର ଏମ୍ସରେ ଦୀର୍ଘ ଦିନ ହେଲା ସେ ଚିକିତ୍ସିତ ହେଉଥିଲେ ।
ଲିଭର୍ ଜନିତ ସମସ୍ୟା ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ।
୭୦୦ରୁ ଅଧିକ ଗୀତରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ସେ ମଧ୍ୟ ବହୁ ଗୀତରେ ନିଜ କଣ୍ଠସ୍ୱର ପ୍ରଦାନ କରିଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି ।




















