ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । କାର୍ଯ୍ୟକାଳ ବୃଦ୍ଧିକୁ କ୍ୟାବିନେଟ ନିଯୁକ୍ତି କମିଟି ଅନୁମୋଦନ ମଧ୍ୟ କରିଛି। ଆସନ୍ତା ୩୧ ତାରିଖରେ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିଲା ।
ଭାରତୀୟ ପାଣିପାଗ ବିଭାଗରେ ଶ୍ରୀ ମହାପାତ୍ରଙ୍କର ଉଲ୍ଲେଖନୀୟ ଅବଦାନ ରହିଛି। ପ୍ରଥମ ଓଡ଼ିଆ ଭାବେ ମୃତ୍ୟୁଞ୍ଜୟ ମହାପାତ୍ର ୨୦୧୯ରେ ଆଇଏମଡି ମହାନିର୍ଦ୍ଦେଶକ ପଦରେ ନିଯୁକ୍ତି ପାଇଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ପଦ ଗ୍ରହଣ କରିବା ପୂର୍ବରୁ ସେ ଭାରତୀୟ ପାଣିପାଗ ବିଭାଗର ଏଡିଜି ସହ ସାଇକ୍ଲୋନ୍ ଓ୍ୱାର୍ଣ୍ଣିଂ ବିଭାଗର ମୁଖ୍ୟ ଥିଲେ।
ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର ଫାଇଲିନ୍, ହୁଡହୁଡ୍, ତିତଲି ଓ ଫନି ଭଳି ବାତ୍ୟାର ଲ୍ୟାଣ୍ଡଫଲ ଓ ବେଗ ସମ୍ପର୍କରେ ସଠିକ ଆକଳନ କରି ବେଶ ଚର୍ଚ୍ଚିତ ହୋଇଥିଲେ । ଭଦ୍ରକ ଜିଲ୍ଲା ଘଣ୍ଟେଶ୍ୱରରେ ମୃତ୍ୟୁଞ୍ଜୟ ମହାପାତ୍ର ଜନ୍ମ ଗ୍ରହଣ କରିଥିଲେ । ସେ ଆଇଆଇଟି ଦିଲ୍ଲୀର ଛାତ୍ର ଥିଲେ ।




















