ଓଡ଼ିଶା ଲିଡ୍ସ(ବ୍ୟୁରୋ): ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଅପରାଧରେ ସମ୍ପୃକ୍ତ ଅପରାଧୀଙ୍କ ବିରୁଦ୍ଧରେ ଦୃଢ଼ ତଥା ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ନେବାକୁ ପୋଲିସକୁ ନିର୍ଦେଶ ଦେଇଛନ୍ତି ।ଏହା ସହିତ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପଣ୍ଡାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ମଧ୍ୟ ଜଣାଇଛନ୍ତି।
ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାରେ ସଂପୃକ୍ତ ଅପରାଧୀମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ପୁଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ। ରାଜ୍ୟରେ ଏଭଳି ଜଘନ୍ୟ ଓ ଅମାନୁଷିକ ଘଟଣାକୁ କୌଣସି ପରିସ୍ଥିତିରେ ମଧ୍ଯ ବରଦାସ୍ତ କରାଯିବ ନାହିଁ।




















