ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କର ଆଜି ଦେହାନ୍ତ ହୋଇ ଯାଇଛି । ସେ ବେଶ କିଛିଦିନ ହେଲା ମାରାତ୍ମକ କ୍ୟାନ୍ସର ରୋଗରେ ପୀଡିତ ଥିଲେ । ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ସେ ୨୦୧୪ ମସିହା ନିର୍ବାଚନରେ ଆଳି ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ । ସେ ବିଜେଡିର ପ୍ରତାପ ଦେବଙ୍କୁ ପରାଜିତ କରିଥିଲେ । ଗତ ୨୦୨୪ ନିର୍ବାଚନରେ ସେ ଅସୁସ୍ଥତା କାରଣରୁ ପ୍ରାର୍ଥୀ ନ ହୋଇ ତାଙ୍କ ଝିଅଙ୍କୁ ପ୍ରାର୍ଥୀ କରିଥିଲେ । ସେ ମଧ୍ୟ କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ସଭାପତି ଭାବେ କାର୍ଯ୍ୟ କରିଥିଲେ । ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି ।
