Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ଆସ୍ଥା ଓ ବିଶ୍ୱାସର କେନ୍ଦ୍ରସ୍ଥଳ

ଆସ୍ଥା ଓ ବିଶ୍ୱାସର କେନ୍ଦ୍ରସ୍ଥଳ

ଚିଲିକା କୂଳର ଆଧ୍ୟାତ୍ମିକ ସ୍ଥଳ ମା’ ଚର୍ଚ୍ଚିକା ମନ୍ଦିର

ଓଡ଼ିଶା ଲିଡ୍ସ(ବ୍ରହ୍ମଗିରୀ): ପ୍ରକୃତିର ଅପୂର୍ବ ଦାନ ଚିଲିକା ହ୍ରଦ। ଏହି ହ୍ରଦର ଚତୁଃପାର୍ଶ୍ୱର ମନୋରମ ଶାନ୍ତ ସ୍ନିଗ୍ଧ ପରିବେଶ ଓ ନୀଳ ଜଳରାଶିର ସନ୍ନିକଟରେ ଅବସ୍ଥିତ କୃଷ୍ଣପ୍ରସାଦ ଅଞ୍ଚଳର ଗୁରୁବାଈ ଗ୍ରାମ । ଏହି ପବିତ୍ର ଭୂମିରେ କାଳ କାଳ ଧରି ବିରାଜମାନ କରିଛନ୍ତି ଜନମାନସର ଆରାଧ୍ୟା ଦେବୀ ମା’ ଚର୍ଚ୍ଚିକା । ଶକ୍ତି ସ୍ୱରୂପିଣୀ ମା’ ଚର୍ଚ୍ଚିକାଙ୍କ ଏହି ପୀଠ କେବଳ ଏକ ମନ୍ଦିର ନୁହେଁ, ବରଂ ଅଞ୍ଚଳବାସୀଙ୍କ ପାଇଁ ଏଳ ଆସ୍ଥା ଓ ବିଶ୍ୱାସର କେନ୍ଦ୍ରସ୍ଥଳ । ପୌରାଣିକ ମାନ୍ୟତା ଓ ଲୋକକଥା ଅନୁଯାୟୀ, ମା’ ଚର୍ଚ୍ଚିକା ହେଉଛନ୍ତି ମା’ ଚଣ୍ଡୀ ବା ଶକ୍ତିଙ୍କର ଏକ ସ୍ୱତନ୍ତ୍ର ସ୍ୱରୂପ। ଏହି ପୀଠରେ ମା’ ଅତ୍ୟନ୍ତ ଜାଗ୍ରତ ବୋଲି ଭକ୍ତମାନେ ଦୃଢ଼ ବିଶ୍ୱାସ ରଖନ୍ତି । କୃଷ୍ଣପ୍ରସାଦ ଓ ଏହାର ଆଖପାଖ ଅଞ୍ଚଳର ଲୋକେ ନିଜର ପ୍ରତ୍ୟେକ ଶୁଭକାର୍ଯ୍ୟର ଶୁଭାରମ୍ଭ ମା’ଙ୍କ ଆଶୀର୍ବାଦ ନେଇ ଆରମ୍ଭ କରିଥାନ୍ତି । ପାରିବାରିକ ମଙ୍ଗଳ, ମାନସିକ ପୂରଣ ଏବଂ ସଙ୍କଟ ସମୟରେ ମା’ଙ୍କ ପାଖରେ ଶରଣ ପଶିଲେ ମନୋବାଞ୍ଛା ପୂରଣ ହୁଏ ବୋଲି ଭକ୍ତମାନଙ୍କ ମଧ୍ୟରେ ଦୃଢ଼ ବିଶ୍ୱାସ ରହିଛି । ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପରିବେଶ ଭିତରେ ଚିଲିକାର ଶାନ୍ତ ଓ ସ୍ନିଗ୍ଧ ବାତାବରଣରେ ମନ୍ଦିରଟି ଅବସ୍ଥିତ ଥିବାରୁ ଏହା ଦେଖିବାକୁ ଅତ୍ୟନ୍ତ ଆକର୍ଷଣୀୟ । ଦୂରଦୂରାନ୍ତରୁ ଆସୁଥିବା ପର୍ଯ୍ୟଟକ ଓ ଭକ୍ତମାନେ ମା’ଙ୍କ ଦର୍ଶନ କରିବା ସହ ଚିଲିକାର ପ୍ରାକୃତିକ ଦୃଶ୍ୟକୁ ଉପଭୋଗ କରିଥାନ୍ତି । ମନ୍ଦିରର ପରିବେଶ ଭକ୍ତଙ୍କୁ ଏକ ଅଲୌକିକ ଆଧ୍ୟାତ୍ମିକ ଶାନ୍ତି ପ୍ରଦାନ କରିଥାଏ । ବର୍ଷସାରା ଏଠାରେ ବିଭିନ୍ନ ପୂଜାପର୍ବ ପାଳିତ ହେଉଥିଲେ ହେଁ, ଦୁର୍ଗାପୂଜା, କାଳୀପୂଜା ଏବଂ ମାଣବସା ଗୁରୁବାର ସମୟରେ ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳେ । ମା’ଙ୍କ ସମ୍ମୁଖରେ ଦୀପ ଜଳାଇବା ଓ ନୈବେଦ୍ୟ ଅର୍ପଣ କରିବା ପାଇଁ ଭକ୍ତଙ୍କ ଲମ୍ବା ଧାଡ଼ି ଲାଗିଥାଏ । ଏହି ପୀଠର ମହିମା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ, ପର୍ଯ୍ୟଟନ ଓ ଧାର୍ମିକ ଦୃଷ୍ଟିକୋଣରୁ ଏହାର ବିକାଶ ପାଇଁ ସ୍ଥାନୀୟ ବାସିନ୍ଦାମାନେ ଆଶା ରଖିଛନ୍ତି । ଯଦି ପ୍ରଶାସନ ପକ୍ଷରୁ ଏହି ପୀଠର ଉନ୍ନତିକରଣ ଓ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ କରାଯାଏ, ତେବେ ଏହା ଆଗାମୀ ଦିନରେ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବେ ଉଭା ହୋଇ ପାରିବ ବୋଲି ମତ ପ୍ରକାଶ ପାଇଛି ।

Leave a comment

Your email address will not be published. Required fields are marked *