Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଏବେ ବି ଧରାପଡ଼ି ନାହାନ୍ତି ଫେରାର ଦୁଇ ଅପରାଧୀ: ରେକର୍ଡ କହୁଛି ୯ ବର୍ଷରେ ଜେଲ୍ ଡେଇଁ ୬୭ ହୋଇଛନ୍ତି ଫେରାର

ଏବେ ବି ଧରାପଡ଼ି ନାହାନ୍ତି ଫେରାର ଦୁଇ ଅପରାଧୀ: ରେକର୍ଡ କହୁଛି ୯ ବର୍ଷରେ ଜେଲ୍ ଡେଇଁ ୬୭ ହୋଇଛନ୍ତି ଫେରାର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପାଣିକୋଇଲି ପଣ୍ଡା ସୁନା ଦୋକାନରୁ ଲୁଟ ଅଭିଯୋଗରେ ଚୌଦ୍ବାର ସର୍କଲ ଜେଲରେ ଥିବା ଦୁଇ କୁଖ୍ୟାତ ବିହାରୀ ଅପରାଧୀ ଫେରାର ହେବାକୁ ସକ୍ଷମ ହୋଇଥିଲେ । ଜେଲ ସୁରକ୍ଷା ବଳୟକୁ ଭେଦ କରି ଉଭୟ ଫେରାର ହେବା ଚର୍ଚ୍ଚାର ବିଷୟ ହୋଇଛି । ଉଭୟ ଫେରାର ହେବାକୁ ଦୀର୍ଘ ଦିନ ଅତିକ୍ରାନ୍ତ ହୋଇଥିଲା ବେଳେ ଉଭୟଙ୍କୁ ଧରିବାରେ ପୋଲିସ ସକ୍ଷମ ହୋଇ ନାହିଁ ।

ଏହି ଘଟଣା ଓଡ଼ିଶାରେ ପ୍ରଥମ ନୁହେଁ । ରେକର୍ଡ କହୁଛି ବିଗତ ୯ ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ଜେଲରୁ ୬୭ ଜଣ କଏଦୀ ଚମ୍ପଟ ମାରିବାରେ ସକ୍ଷମ ହୋଇଛନ୍ତି । ଆଜକୁ ୪୯ ବର୍ଷ ତଳେ ରାଉରକେଲା ଜେଲ୍‌ରୁ ଦୁର୍ଦାନ୍ତ ଅପରାଧୀ ସଦାଲାଲ ଗୁପ୍ତା ଫେରାର ହେବାକୁ ସକ୍ଷମ ହୋଇଥିଲା । ୭ରୁ ଅଧିକ ହତ୍ୟାକାଣ୍ଡ ରେ ସମ୍ପୃକ୍ତ ସଦାଲାଲ ଜେଲ୍‌ ସୁରକ୍ଷାକର୍ମୀଙ୍କ ଆଖିରେ ଲଙ୍କାଗୁଣ୍ଡ ପକାଇ ଫେରାର ହୋଇଯାଇଥିଲା।

ଦେଶରେ ଜରୁରୀ ପରିସ୍ଥିତି ଲାଗୁ ହେବା ପୂର୍ବରୁ ଉତ୍ତରପ୍ରଦେଶର ଏହି କୁଖ୍ୟାତ ଅପରାଧୀ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି କରିଥିଲା। ସଦାଲାଲ୍ ଓଡ଼ିଶା ସମେତ ପଡ଼ୋଶୀ ବିହାର, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ରାଜ୍ୟ ପୋଲିସ ପାଇଁ ମୁଣ୍ଡ ବ୍ୟଥାର କାରଣ ହୋଇଥିଲା । ଶେଷରେ ଓଡ଼ିଶା ପୁଲିସ ଦ୍ବାରା ଗିରଫ ପରେ ୨ଟି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ରାଉରକେଲା ଜେଲ୍‌ରେ ସଜା କାଟୁଥିଲା। ସେ ସମୟରେ ତା’ ବିରୋଧରେ ଆହୁରି ୫ଟି ମାମଲା କୋର୍ଟର ବିଚାରାଧୀନ ଥିଲା। ୧୯୭୬ ମସିହା ଜରୁରିକାଳୀନ ପରିସ୍ଥିତି ସମୟରେ ସଦାଲାଲ ସମେତ ଏକାଧିକ କଏଦୀ ରାଉରକେଲା ଜେଲ୍‌ରୁ ଫେରାର ହେବାକୁ ସକ୍ଷମ ହୋଇଥିଲେ ।୨୦୦୦ ମସିହାରେ କୋଦଳା ଓ ଖଲ୍ଲିକୋଟ ଜେଲ୍‌ରୁ ଜଣେ ଅପରାଧୀ ବିଭିନ୍ନ ସମୟରେ ତିନି ଥର ଫେରାର ହୋଇଯାଇଥିଲା ।

ରାଜ୍ୟ କାରାଗାର ବିଭାଗର ତଥ୍ୟ ଅନୁଯାୟୀ, ୨୦୨୩ରେ ୬ ଜଣ ଜେଲ୍‌ରୁ ଚମ୍ପଟ ମାରିଥିବା ବେଳେ ୨୦୧୫ ମସିହାରେ ୬ ଜଣ, ୨୦୧୬ ମସିହାରେ ୧୦ ଜଣ, ୨୦୧୭ ମସିହାରେ ୫ ଜଣ, ୨୦୧୮ ମସିହାରେ ୧୦ ଜଣ, ୨୦୧୯ ମସିହାରେ ୧୨ ଜଣ, ୨୦୨୦ ମସିହାରେ ୪ ଜଣ, ୨୦୨୧ ମସିହାରେ ୭ ଜଣ ଓ ୨୦୨୨ ମସିହାରେ ୭ ଜଣ କଏଦୀ ଜେଲରୁ ଫେରାର ହେବାରେ ସକ୍ଷମ ହୋଇଛନ୍ତି ଯାହା ଚିନ୍ତାର ବିଷୟ ହୋଇଛି ।

Leave a comment

Your email address will not be published. Required fields are marked *