ଓଡ଼ିଶା ଲିଡ୍ସ(ଯାଜପୁର): ନୂତନ ବର୍ଷ ୨୦୨୬ ଅବସରରେ କାଳିଆପାଣି ଠାରେ ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ପରିବାରର ତରଫରୁ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଂଘର ପ୍ରାଣ ପ୍ରତିଷ୍ଠାତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ଯୋଗଦେଇ ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଥିଲେ।
ଉପସ୍ଥିତ ସଂଘର ସମସ୍ତ କାର୍ଯ୍ୟକର୍ତ୍ତା ମଧ୍ୟ ଡ଼ଃ ଘଡାଇଙ୍କୁ ପୁଷ୍ପ ଗୁଛ ଦେଇ ନୂତନ ବର୍ଷର ଅଭିନନ୍ଦନ ଜଣାଇଥିଲେ । ଏହି ଅବସରରେ ଡ଼ଃ ଘଡାଇ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ନୂତନ ବର୍ଷ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ହେଉ ବୋଲି କାମନା କରିଥିଲେ ।




















