ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ସେବାରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ନିକଟରେ ଓଡ଼ିଶା ଲିଡ୍ସରେ ଖବର ପ୍ରକାଶ ପାଇଥିଲା । ଖବର ପ୍ରକାଶ ପରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଅଚାନକ ବରୀ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତଦନ୍ତ କରିଥିବା ଜଣାଯାଇଛି । ଏହି ସମୟରେ ବିଭିନ୍ନ କର୍ମଚାରୀ ଅନୁପସ୍ଥିତ ଥିବା ମଧ୍ୟ ଦେଖିବାକୁ ପାଇଥିଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଏହି ପଦକ୍ଷେପକୁ ବରୀବାସୀଙ୍କ ପକ୍ଷରୁ ସ୍ୱାଗତ କରାଯାଇଥିଲା ବେଳେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାକୁ ସଜାଡ଼ିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଆଗାମି ଦିନରେ ପଦକ୍ଷେପ ନେବେ ବୋଲି ଆଶା କରାଯାଇଛି ।




















