Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > କଂଗ୍ରେସର ଆନ୍ଦୋଳନ, ରକ୍ତ ରଞ୍ଜିତ ଗାନ୍ଧି ମାର୍ଗ

କଂଗ୍ରେସର ଆନ୍ଦୋଳନ, ରକ୍ତ ରଞ୍ଜିତ ଗାନ୍ଧି ମାର୍ଗ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନାରୀ ସୁରକ୍ଷାକୁ ନେଇ ଆଜି କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ ଡାକରା ଦିଆଯାଇଥିଲା । ବିଧାନସଭାରେ କଂଗ୍ରେସ ବିଧାୟକ ମାନଙ୍କୁ ନିଲମ୍ବନ ପ୍ରତିବାଦରେ ଦୁଇଦିନ ହେଲା କଂଗ୍ରେସ ତୀବ୍ର ପ୍ରତିବାଦ କରୁଥିଲା ବେଳେ ଆଜିର ପ୍ରତିବାଦ ବେଶ ସଫଳ ହେବା ନେଇ କଂଗ୍ରେସ ଯେଉଁ ଆଶା ବାନ୍ଧିଥିଲା ତାହା ଆଜି ସତ ହୋଇଥିଲା । ସାରା ରାଜ୍ୟରୁ ହଜାର ହଜାର କଂଗ୍ରେସ କର୍ମୀ ଭୁବନେଶ୍ୱରରେ ପହଞ୍ଚିଥିଲେ । ପୋଲିସ ପକ୍ଷରୁ ମଧ୍ୟ ବେଶ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିଲା । ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ କଂଗ୍ରେସ କର୍ମୀଙ୍କୁ ଅଟକା ଯାଇଥିବା ଅଭିଯୋଗ ହୋଇଛି । ଏହା ସତ୍ତ୍ୱେ ହଜାର ହଜାର କଂଗ୍ରେସ କର୍ମୀ ଲୋୟର ପିଏମଜିର ଗାନ୍ଧିମାର୍ଗରେ ଏକତ୍ରିତ ହୋଇଥିଲେ । ସରକାର ବିରୁଦ୍ଧରେ ନାରା ବାଜି କରି ଆଗକୁ ବଢିବାରୁ ପୋଲିସ ତାଙ୍କୁ ଅଟକାଇଥିଲା । ଏହା ପରେ ଉଭୟ ପକ୍ଷଙ୍କ ମଧ୍ୟରେ ଧସ୍ତା ଧସ୍ତି ଆରମ୍ଭ ହୋଇଥିଲା। ଉଭୟ ପକ୍ଷ ମୁହାଁ ମୁହିଁ ହୋଇଥିଲା ବେଳେ କଂଗ୍ରେସ କର୍ମୀ ପୋଲିସ ଉପରକୁ ଟେକା ମାଡ଼ କରିବା ସହିତ ଚେୟାର ଫୋପାଡ଼ି ଥିଲେ । ଫଳରେ କିଛି ସାମ୍ବାଦିକ ଓ ପୋଲିସ ଆହତ ହୋଇଥିଲେ । ଏହା ପରେ ପୋଲିସ ପକ୍ଷରୁ ଆନ୍ଦୋଳନକାରୀଙ୍କୁ ଚେତାବନୀ ଦିଆ ଯାଇଥିଲା । ଚେତାବନୀ ପରେ ପୋଲିସ ପକ୍ଷରୁ ମୃଦୁ ଲାଠି ଚାଳନା କରାଯାଇଥିଲା । ହେଲେ ଆନ୍ଦୋଳନ ତୀବ୍ର ହେବାରୁ ପୋଲିସ ଆନ୍ଦୋଳନକାରୀଙ୍କ ଉପରେ ପାଣିମାଡ଼ କରିଥିଲା । ଏହାକୁ ମଧ୍ୟ ଆନ୍ଦୋଳନକାରୀ ଭ୍ରୁକ୍ଷେପ କରିନଥିଲେ । ବ୍ୟାରିକେଟ ଭାଙ୍ଗି ଆନ୍ଦୋଳନକାରୀ ଆଗକୁ ବଢୁଥିଲା ବେଳେ ପୋଲିସ ପକ୍ଷରୁ ଲାଠି ଚାର୍ଜ ହୋଇଥିଲା । ଏହା ସହିତ ଲୁହବୁହା ବାଷ୍ପ ମଧ୍ୟ ଛଡା ଯାଇଥିଲା । ପୋଲିସର ଲାଠି ମାଡ଼ରେ ବହୁ କଂଗ୍ରେସ କର୍ମୀ ଗୁରୁତର ଆହତ ହୋଇଥିଲେ । କିଛି କଂଗ୍ରେସ କର୍ମୀଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା । କଂଗ୍ରେସ କର୍ମୀ ଲହୁଲୁହାଣ ହେବା ସହିତ ରକ୍ତ ରଞ୍ଜିତ ହୋଇଥିଲା ଗାନ୍ଧିମାର୍ଗ । ବହୁ ମହିଳା କଂଗ୍ରେସ କର୍ମୀ ମଧ୍ୟ ଆହତ ହୋଇଥିଲେ ପୋଲିସ ମାଡ଼ରେ ।ବେଶ କିଛି ସମୟ ରଣ କ୍ଷେତ୍ର ପାଲଟି ଯାଇଥିଲା ଗାନ୍ଧିମାର୍ଗ । ଆହତ କଂଗ୍ରେସ କର୍ମୀ ମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସହିତ ଅନ୍ୟ ବରିଷ୍ଠ କଂଗ୍ରେସ ନେତାଙ୍କୁ ପୋଲିସ ଗିରଫ ମଧ୍ୟ କରିଥିଲା । ପୋଲିସର ଏହି ଅମାନବୀୟ ଆକ୍ରମଣକୁ କଂଗ୍ରେସ ପକ୍ଷରୁ ତୀବ୍ର ନିନ୍ଦା କରାଯିବା ସହିତ ଆଗକୁ ଆନ୍ଦୋଳନକୁ ଅଧିକ ତୀବ୍ର କରାଯିବାର ଚେତାବନୀ ଦିଆଯାଇଛି ।

Leave a comment

Your email address will not be published. Required fields are marked *