orissaleads

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ସ୍ପେସ୍ ଷ୍ଟେସନରେ ପହଞ୍ଚିଲା ମହାକାଶଯାନ ଡ୍ରାଗନ, ଖୁସିରେ ଝୁମିଲେ ସୁନୀତା

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ବଢ଼ିଲା ଆମେରିକା-ଚୀନ୍‌ ତିକ୍ତତା, ଆମେ ଯୁଦ୍ଧ ପାଇଁ ପ୍ରସ୍ତୁତ- ଆମେରିକା ପ୍ରତିରକ୍ଷା ସଚିବ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ହମାସକୁ ଟ୍ରମ୍ପଙ୍କ ଧମକ, ବନ୍ଧକ ମାନଙ୍କୁ ଛାଡ଼, ନଚେତ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହ

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଭାରତ ସହ ଭଲ ସଂପର୍କ ରଖିବା ଜରୁରୀ ହୋଇଛି: ୟୁନୁସ୍

ଟାଟୁ ବିବାଦ, ଦୁଇ ଗିରଫ

ଟାଟୁ ବିବାଦ, ଦୁଇ ଗିରଫ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

ଆର୍ଥିକ ବର୍ଷ-୨୫ରେ ୧.୨୫ ଲକ୍ଷ ନିଯୁକ୍ତି ଦେବ ଭାରତୀୟ ଟେକ୍ ଶିଳ୍ପ

Blog Post

orissaleads > ଜିଲ୍ଲା > ଯାଜପୁର > କାରଖାନା ବସ ଧକ୍କାରେ ଜଣେ ଯୁବକ ମୃତ, ଜଣେ ଗୁରୁତର, ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା, ଘଟଣା ସ୍ଥଳରେ ୮ ଘଣ୍ଟା ରହି ପ୍ରଶାସନକୁ ତାଗିଦ କଲେ ଡ୍ୟାନି

କାରଖାନା ବସ ଧକ୍କାରେ ଜଣେ ଯୁବକ ମୃତ, ଜଣେ ଗୁରୁତର, ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା, ଘଟଣା ସ୍ଥଳରେ ୮ ଘଣ୍ଟା ରହି ପ୍ରଶାସନକୁ ତାଗିଦ କଲେ ଡ୍ୟାନି

ଓଡ଼ିଶା ଲିଡ୍ସ(ଯାଜପୁର): ନିଜ ଅଞ୍ଚଳ, ନିଜ ଲୋକଙ୍କ ପାଇଁ କେତେ ସମର୍ପିତ ତାକୁ ଆଜି ପୁଣି ପ୍ରମାଣିତ କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଆଜି କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ-ଡ଼ୁବୁରୀ ରାସ୍ତାର ଜିନ୍ଦଲ କାରଖାନା ନିକଟରେ କାରଖାନା ବସ ଧକ୍କାରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାକୁ ନେଇ ଘଟଣା ସ୍ଥଳରେ ତୀବ୍ର ଉତ୍ତେଜନା ଲାଗି ରହିଥିଲା ବେଳେ କ୍ଷତି ପୂରଣ ସହିତ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ଦାବି ନେଇ ତୀବ୍ର ଉତ୍ତେଜନା ଦେଖାଦେଇଛି । ଏହି ଖବର ପାଇ ନିଜେ ଆହତ ହୋଇଥିଲେ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଅପରପକ୍ଷେ ଗୁରୁତର ଆହତ ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି ।

ଆହତ ଯୁବକଙ୍କୁ ପ୍ରଥମେ ଦାନଗଦି ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଯାଜପୁର ଟାଉନକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ ସୁକିନ୍ଦା ଥାନା ଅନ୍ତର୍ଗତ ବନ୍ଧ ଗାଁ ପଞ୍ଚାୟତ ନଟିସାହି ଗ୍ରାମର ରମେଶ ଚନ୍ଦ୍ର ମହାନ୍ତଙ୍କ ପୁଅ ଅଭିମନ୍ୟୁ ମହାନ୍ତ(୪୨) ଜିନ୍ଦଲ କାରଖାନାରେ ଗାୟତ୍ରୀ ଏଣ୍ଟରପ୍ରାଇଜର୍ସରେ କାମ କରିବା ପାଇଁ ନିଜ ସାଙ୍ଗ ବନ୍ଧଗାଁର ସନିଆ ମହାକୁଡ଼ଙ୍କ ପୁଅ ଲକ୍ଷ୍ମୀଧର ମହାକୁଡ଼ଙ୍କ ସହିତ ଆସୁଥିବା ସମୟରେ କାରଖାନା ଏକ ବସ ନମ୍ବର ବାଇକ ଆରୋହୀଙ୍କୁ ପଛରୁ ଧକ୍କା ଦେଇଥିଲା । ଫଳରେ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇଥିଲା । ଦୁର୍ଘଟଣା ପରେ କାରଖାନାରେ କାର୍ଯ୍ୟ କରୁଥିବା କର୍ମଚାରୀ ଘଟଣା ସ୍ଥଳକୁ ଆସିଥିଲେ । ପୋଲିସ ମଧ୍ୟ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲା । ହେଲେ ମୃତ ଦେହକୁ ସେଠାରୁ ମେଡ଼ିକାଲ ନେବାରେ ବିଳମ୍ବ କରିଥିଲା । ଖବର ପାଇ ମୃତ ଯୁବକଙ୍କ ପରିବାର ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଥିଲେ ।

ପରିବାର ଲୋକଙ୍କ କାନ୍ଦ ବୋବାଳିରେ ଘଟଣା ସ୍ଥଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ମୃତକଙ୍କ ପରିବାର ଲୋକଙ୍କୁ ସାନ୍ତ୍ୱନା ଦେବା ସହିତ ପ୍ରଶାସନ ଉପରେ ଭୀଷଣ କ୍ଷୁବ୍ଧ ହୋଇଥିଲେ । ରାସ୍ତାରେ କାହଁକି କମ୍ପାନୀ ଗାଡି ବେଆଇନ ଭାବେ ପାର୍କିଂ ହେଉଛି, ମାନପୁର ଓଭର ବ୍ରିଜ ଦେଇ କାହିଁକି ଭାରୀ ଯାନ ଗୁଡିକ ଛଡା ଯାଉଛି, ଯାହା ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି ବୋଲି କଳିଙ୍ଗନଗର ଅତିରିକ୍ତ ଏସ୍ପି ଓ ଥାନା ଅଧିକାରୀଙ୍କୁ ପଚାରିଥିଲେ । ଏ ନେଇ ସେ ପ୍ରଶାସନକୁ ଅବଗତ କରିଥିଲେ ମଧ୍ୟ ପ୍ରଶାସନ କାହିଁକି ଶୁଣୁ ନାହିଁ ବୋଲି ପ୍ରଶ୍ନ କରିଥିଲେ । ଦୀର୍ଘ ଚାରି ଘଣ୍ଟାରୁ ଉର୍ଦ୍ଧ୍ଵ ସମୟ ଧରି ମୃତ ଦେହ କାହିଁକି ପଡି ରହିଥିଲା, ଆମ୍ବୁଲାନ୍ସ ପହଞ୍ଚି ବାରେ କାହିଁକି ବିଳମ୍ବ ହେଲା ବୋଲି ପ୍ରଶ୍ନ କରି ପ୍ରଶାସନ ଏଭଳି ଦାୟିତ୍ୱହୀନ କାହିଁକି ହେଉଛି ବୋଲି ପ୍ରଶ୍ନ କରିଥିଲେ । ସମୟ ଗଡ଼ିବା ସହିତ ସାଧାରଣ ଲୋକେ ଟାୟାର ଜାଳି ରାସ୍ତା ରୋକ କରିଥିଲେ । କଳିଙ୍ଗନଗର ଅତିରିକ୍ତ ଏସ୍ପି ଘଟଣା ସ୍ଥଳରେ ପହଁଚି ଆନ୍ଦୋଳନ କାରୀଙ୍କୁ ବୁଝାସୁଝା କରିବା ସହିତ ଇଂ ଘଡାଇଙ୍କ ସହିତ ମଧ୍ୟ ଆଲୋଚନା କରିଥିଲେ । ଦୀର୍ଘ ଆଠ ଘଣ୍ଟା ଧରି ଆନ୍ଦୋଳନ ଚାଲିଥିଲା ବେଳେ ଆହତ ଇଂ ପ୍ରୀତିରଞ୍ଜନ ଘଟଣା ସ୍ଥଳରେ ଉପସ୍ଥିତ ରହିଥିଲେ ।

Leave a comment

Your email address will not be published. Required fields are marked *