orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ର୍ଜାତୀୟ > କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି, ଆଜିଠୁ ଲାଗୁ ହେଲା ନୂଆ ଜିଏସଟି

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି, ଆଜିଠୁ ଲାଗୁ ହେଲା ନୂଆ ଜିଏସଟି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦେଶବାସୀଙ୍କ ପାଇଁ କେନ୍ଦ୍ର ସରକାର ଜିଏସଟି ମୂଲ୍ୟରେ ହ୍ରାସ କରିବା ସହିତ କିଛି ଦ୍ରବ୍ୟ ଉପରେ ବୃଦ୍ଧି କରିଛନ୍ତି । ସରକାରଙ୍କ ଅନୁଯାୟୀ ଆଜିଠୁ ନେକ୍ସଟ୍ ଜେନ୍ ଜିଏସଟି ଲାଗୁ ହୋଇଛି । ଏହା ଫଳରେ ଦୈନନ୍ଦିନ ସାମଗ୍ରୀ ଶସ୍ତା ହୋଇଛି । ଯାହାକୁ ନେଇ ମଧ୍ୟବିତ୍ତଙ୍କଠୁ ଆରମ୍ଭ କରି ଚାଷୀ ଆଶ୍ୱସ୍ଥ ହୋଇଛନ୍ତି । ଆଜିଠୁ କେବଳ ତିନିଟି ସ୍ଲାବରେ ଜିଏସଟି ଲାଗୁହେବ । ଆଉ ୧୨ ପ୍ରତିଶତ ଓ ୧୮ ପ୍ରତିଶତ ଜିଏସଟି ସ୍ଲାବ ରହିବ ନାହିଁ । ୫ ପ୍ରତିଶତ ଓ ୧୮ ପ୍ରତିଶତ ସ୍ଲାବରେ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଉପଲବ୍ଧ ହେବ ।

ତମାଖୁ ଓ ବିଳାସପୂର୍ଣ୍ଣ ସାମଗ୍ରୀ ଉପରେ ୪୦ ପ୍ରତିଶତ ଟିକସ ଲାଗୁ କରିଛନ୍ତି ସରକାର। ଜୀବନ ବୀମା ଓ ସ୍ବାସ୍ଥ୍ୟବୀମାରୁ ଜିଏସଟି ଛାଡ଼ କରାଯାଇଛି । ଗତ ତିନି ତାରିଖରେ ଜିଏସଟି ପରିଷଦରେ ଏହି ନିଷ୍ପତ୍ତି ନିଆଯାଇଥିଲା ବେଳେ ଆଜିଠୁ ଏହା ଲାଗୁ ହୋଇଛି । ନୂଆ ଜିଏସଟି ହାର ସାଧାରଣ ଗ୍ରାହକଙ୍କୁ ଅଧିକ ଲାଭ ଦେବ ବୋଲି ଚର୍ଚ୍ଚା ହେଉଛି ।

ଚାଷୀଙ୍କଠାରୁ ଆରମ୍ଭ କରି ଗୃହ ନିର୍ମାଣ କରୁଥିବା ଲୋକ ଏହା ଦ୍ୱାରା ଉପକୃତ ହେବେ । ମୋଦି ସରକାରଙ୍କ ଦ୍ଵାରା ଜିଏସଟି ସ୍ଲାବ ବଦଳିବା ପରେ ସବୁଠୁ ଅଧିକ ଆଶ୍ବସ୍ତ ହୋଇଛନ୍ତି ମଧ୍ୟବିତ୍ତ । ନୂଆ ଜିଏସଟି ହାର ଇଲେକ୍ଟ୍ରୋନିକ୍ସ ଏବଂ ଅଟୋମୋବାଇଲ ସେକ୍ଟରକୁ ଅଧିକ ଉତ୍ସାହିତ କରିଛି । ନୂଆ ସ୍ଲାବ ପରେ ଆଜିଠୁ ଟିଭି, ଏୟାର କଣ୍ଡିସନର, ବାଇକ୍, ପେଟ୍ରୋଲ-ଏଲପିଜି ଓ ସିଏନଜି କାର, ଅଟୋ ପାର୍ଟ୍ସ, ମନିଟର ଓ ପ୍ରୋଜେକ୍ଟର ଏବଂ ସିମେଣ୍ଟ ଶସ୍ତା ହୋଇଛି । ଏହି ସାମଗ୍ରୀ ଉପରେ ପୂର୍ବରୁ ୨୮% ଜିଏସଟି ଲାଗୁ ହେଉଥିଲା ବେଳେ ୧୮ ପ୍ରତିଶତକୁ ହ୍ରାସ କରାଯାଇଛି।ସେହିଭଳି ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀରେ ମଧ୍ୟ ହ୍ରାସ ହୋଇଛି । ସାମ୍ପୁ, ଟୁଥବ୍ରସ୍, ଟୁଥପେଷ୍ଟ, ସାଇକେଲ, ରୋଷେଇ ସାମଗ୍ରୀ, ନମକିନ, ଚକୋଲେଟ୍, କଫି, ନୁଡଲ୍ସ, ଘିଅ, ଲହୁଣି, ଥର୍ମୋମିଟର, ମେଡିକାଲରେ ବ୍ୟବହୃତ ଅକ୍ସିଜେନ୍, ଜୀବନ ରକ୍ଷାକାରୀ ଔଷଧ ଓ ବିଭିନ୍ନ କୃଷି ଯନ୍ତ୍ରପାତି ବି ଶସ୍ତା ହୋଇଛି। ଏସବୁ ଦ୍ରବ୍ୟ ଆଜିଠୁ ୫ ପ୍ରତିଶତ ଜିଏସଟି ସ୍ଲାବରେ ସାମିଲ ହୋଇଛି। ସେହିଭଳି ଜୀବନ ବୀମା, ସ୍ବାସ୍ଥ୍ୟବୀମା, ଛେନା, ପନୀର, ରୁଟି, ପିଜା, ବ୍ରେଡ, ପାଉଡର କ୍ଷୀର, ପରଟା, ମ୍ୟାପ୍, ଚାର୍ଟ, ଗ୍ଲୋବ, ପେନସିଲ୍, ଖାତା ବହି, ରବର ଉପରେ କୌଣସି ଜିଏସଟି ଲାଗୁ ହେବ ନାହିଁ ।

ନୂଆ ୪୦ ପ୍ରତିଶତ ଜିଏସଟି ସ୍ଲାବକୁ ହାନିକାରକ ଓ ଅତି ବିଳାସପୂର୍ଣ୍ଣ ସାମଗ୍ରୀ ପାଇଁ ଲାଗୁ କରାଯାଇଛି। ସେହି ଜିନିଷଗୁଡ଼ିକ ହେଉଛି ପାନ ମସଲା, ସିଗାରେଟ୍ , ଗୁଟଖା, ତମାଖୁ ଦ୍ରବ୍ୟ, ଜର୍ଦା, କୋଲଡ୍ରିଙ୍କସ୍ ଇତ୍ୟାଦି। ଫଳରେ ଏହାର ଅତ୍ୟଧିକ ମୂଲ୍ୟ ବୃଦ୍ଧି ହେବ ।

Leave a comment

Your email address will not be published. Required fields are marked *