orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > ଜିଲ୍ଲା > ଯାଜପୁର > ଖଣି ଅଞ୍ଚଳରେ ପୁଣି ଆତଙ୍କ ଖେଳାଇଲେ ବିଜେପି ସମର୍ଥକ, ଶ୍ରମିକ କାର୍ଯ୍ୟାଳୟରେ ବ୍ୟାପକ ଭଙ୍ଗାରୁଜା

ଖଣି ଅଞ୍ଚଳରେ ପୁଣି ଆତଙ୍କ ଖେଳାଇଲେ ବିଜେପି ସମର୍ଥକ, ଶ୍ରମିକ କାର୍ଯ୍ୟାଳୟରେ ବ୍ୟାପକ ଭଙ୍ଗାରୁଜା

ଓଡ଼ିଶା ଲିଡ୍ସ(ଯାଜପୁର): କିଛିଦିନର ନୀରବତା ପରେ ପୁଣି ସୁକିନ୍ଦା ଅଞ୍ଚଳରେ ବିଜେପି ସମର୍ଥକ ଆତଙ୍କ ଖେଳାଇଛନ୍ତି । ଏଥର ଖଣି ଅଞ୍ଚଳରେ ଆତଙ୍କ ଖେଳାଇ ବ୍ୟାପକ ଭଙ୍ଗାରୁଜା କରିଛନ୍ତି । ଆଜି ମଧ୍ୟାହ୍ନରେ ସୁକିନ୍ଦା ଅଞ୍ଚଳ ଖଣି ମଜଦୁର ସଂଘରେ ପଶି ବ୍ୟାପକ ଭଙ୍ଗାରୁଜା କରି ଆତଙ୍କ ଖେଳାଇ ଦେଇଛନ୍ତି । ଗୁଣ୍ଡା ମାନେ କାର୍ଯ୍ୟାଳୟ ମୁଖ୍ୟ ଦ୍ୱାର ଭାଙ୍ଗିବା ସହିତ କବାଟ ଝରକା ମଧ୍ୟ ବାଡେଇ ଭାଙ୍ଗିଛନ୍ତି । ଏହା ସହିତ କାର୍ଯ୍ୟାଳୟ ଭିତରେ ଥିବା ଟେବୁଲ, ଚେୟାର, ଟିଭି ପ୍ରଭୃତିକୁ ମଧ୍ୟ ବାଡେଇ ଭାଙ୍ଗି ଦେଇଛନ୍ତି । ଏହାକୁ ନେଇ ଖଣି ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ଦେଖା ଦେଇଛି ।

ଗତ ଦୁଇଦିନ ତଳେ ସୁକିନ୍ଦା ଖଣି ଅଞ୍ଚଳରେ ଥିବା ୫ଟି ପଞ୍ଚାୟତରେ ପରିବହନ ପାଇଁ ଆସୁଥିବା ହଜାର ହଜାର ଟ୍ରକ ଚାଳକ ଓ ହେଲ୍ପରଙ୍କ ପାଇଁ କୌଣସି ଶୌଚାଳୟ ନଥିବାରୁ ଡ଼ମଶାଳ ନାଳ ଉପରେ ନିର୍ଭର କରୁଥିଲା ବେଳେ ଏହି ନାଳ ପାଣି ବ୍ୟବହାର କରି ଖଣି ଅଞ୍ଚଳବାସୀ ଝାଡା ବାନ୍ତି ରୋଗର ଶିକାର ହେଉଥିବା ଅଭିଯୋଗ ହୋଇଥିଲା । ଏ ନେଇ ପ୍ରଶାସନ ବିହୀତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଥିଲା । ଯଦି ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ ନ କରେ ପରିବହନ ବନ୍ଦ କରିବାକୁ ଚେତାବନୀ ଦିଆ ଯାଇଥିଲା । ଦ୍ଵିତୀୟ କାରଣ ହେଲା ବିଜେପି ସମର୍ଥିତ ଶ୍ରମିକ ସଙ୍ଗଠନରେ ଶ୍ରମିକ ମାନଙ୍କୁ ଯୋଗଦେବା ପାଇଁ ଚାପ ପକାଇବା ସହିତ ବଳ ପ୍ରୟୋଗ କରିବା ଓ ସାଧାରଣ ଲୋକ ଏବଂ ଶ୍ରମିକଙ୍କ ଉପରେ ଆକ୍ରମଣ କରିବା। ଏହାକୁ ବିରୋଧ କରି ଗତ ମଇ ମାସ ୨୨ ତାରିଖରେ ଖଣି ଅଞ୍ଚଳ ବନ୍ଦ ଡାକରା ଦିଆ ଯାଇଥିଲା ବେଳେ ତାହା ସମ୍ପୂର୍ଣ୍ଣ ସଫଳ ହୋଇଥିଲା ।

ଯାହା ବିଜେପିକୁ ବିଚଳିତ କରିଥିଲା । ଏବେ ବିଜେପି ଲୋକପ୍ରିୟତା ହରାଇବା ସହିତ ହତାଶ ହୋଇ ଶ୍ରମିକ ସଙ୍ଗଠନ କାର୍ଯ୍ୟାଳୟରେ ପଶି ବ୍ୟାପକ ଭଙ୍ଗାରୁଜା କରିଥିବା ଅଭିଯୋଗ କରିଛନ୍ତି ଶ୍ରମିକ ନେତା ମାନେ । ଅପରପକ୍ଷେ ପୋଲିସ ତୁରନ୍ତ ଏହାର ତଦନ୍ତ କରି ଭଙ୍ଗାରୁଜାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି । ଖଣି ଅଞ୍ଚଳ ଅଶାନ୍ତ ହୋଇ ପଡିଛି ।

Leave a comment

Your email address will not be published. Required fields are marked *