Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଗିରଫ ପରେ ବିଜେଡି କର୍ପୋରେଟର ଅମରେଶ ଜେନା ବିଜେଡିରୁ ନିଲମ୍ବିତ

ଗିରଫ ପରେ ବିଜେଡି କର୍ପୋରେଟର ଅମରେଶ ଜେନା ବିଜେଡିରୁ ନିଲମ୍ବିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୁଷ୍କର୍ମ ଅଭିଯୋଗରେ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଗିରଫ କରିଛି କମିସନରେଟ ପୋଲିସ। ବାଲେଶ୍ବରରେ ସେ ଆତ୍ମଗୋପନ କରିଥିଲା ବେଳେ ପୋଲିସ ଗିରଫ କରିଛି । ତାଙ୍କୁ ଫେରାର ହେବା‌ରେ ସହଯୋଗ କରିଥିବା ୫ ସହଯୋଗୀଙ୍କୁ ଗତକାଲି ଲକ୍ଷ୍ମୀସାଗର ଥାନା ପୋଲିସ ଗିରଫ କରିଥିଲା । ଗିରଫ ହୋଇଥିବା ଭିଯୁକ୍ତମାନେ ‌ହେଲେ ବଡ଼ଗଡ଼ ଗୌତମନଗରର ବିବେକ କୁମାର ସ୍ବାଇଁ(୨୯), ସନ୍ତୋଷୀବିହାର ଅଞ୍ଚଳର ବିକ୍ରମ ମହାନ୍ତି(୪୨), ଚିନ୍ତାମଣିଶ୍ବର ଅଞ୍ଚଳର ଦେବେନ୍ଦ୍ର ଭୋଳ(୪୫)ଓ ସୁମନ କୁମାର ସାହୁ(୨୭) ଏବଂ ଲକ୍ଷ୍ମୀସାଗର ଶବରସାହିର ରାଜୀବ ଚମ୍ପତ୍ତି(୪୫)। ଗତ ଗୁରୁବାର ଦିନ ଲକ୍ଷ୍ମୀସାଗର ଥାନାରେ ଜନୈକ ଯୁବତୀ ଅମରେଶଙ୍କ ନାମରେ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭ୍ରୁଣହତ୍ୟା ପାଇଁ ବାଧ୍ୟ କରିଥିବା ନେଇ ଅଭି‌ଯୋଗ କରିଥିଲେ। ଅଭିଯୋଗ ପରେ ପୁଲିସ ତାଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଥିଲା । ଗିରଫ ଭୟରେ ଅଭିଯୁକ୍ତ ଅମ‌ରେଶ ଜେନା ପୋଲିସକୁ ଚକମା ଦେଇ ଫେରାର ହୋଇଯାଇଥିଲେ।

ପୋଲିସ ତାଙ୍କ ମୋବାଇଲକୁ ଟ୍ରାକିଂ କରିବା ସହିତ ସେ କେଉଁଠାରେ ଅଛନ୍ତି ତାହାର ତଦନ୍ତ ଆରମ୍ଭ କରିଥିଲା। ତାଙ୍କ ମୋବାଇଲ ଟ୍ରାକିଂ ବେଳେ କିଛି ସହଯୋଗୀଙ୍କ ସହିତ କଥା ହୋଇଥିବା ପୁଲିସ ଜାଣିବାକୁ ପାଇଥିଲା। ଏହା ପରେ ସେମାନଙ୍କୁ ଥାନାକୁ ଆଣି ପୁଲିସ ପଚରାଉଚରା କରିଥିଲା। ସେମାନେ ତାଙ୍କୁ ‌ଫେରାର ହେବାରେ ସହଯୋଗ କରିଥିବା ସ୍ବୀକାର କରିଥିଲେ। ପରେ ‌ସେମାନଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିଲା।

ଗତକାଲି ପୀଡ଼ିତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। କେସ ଉଠାଇବାକୁ ପୋଲିସ ତାଙ୍କ ଉପରେ ଚାପ ପକାଉଥିବା ସେ ଭିଡିଓ ମାଧ୍ୟମ‌ରେ ପ୍ରକାଶ କରିଥିଲେ । ପୁଲିସ କାହିଁକି ଅମରେଶଙ୍କୁ ଗିରଫ କରୁନାହିଁ ବୋଲି ମଧ୍ୟ ସେ ପ୍ରଶ୍ନ ଉଠାଉଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ, ନହେଲେ ସେ ଆତ୍ମହତ୍ୟା କରିବେ ବୋଲି ମଧ୍ୟ ଚେତାବନୀ ଦେଇଥିଲେ। ନ୍ୟାୟ ନ ପାଇ ସେ ଆତ୍ମହତ୍ୟା କଲେ କେହି ମହମବତି ଶୋଭାଯାତ୍ରା କରିବେ ନାହିଁ ବୋଲି ମଧ୍ୟ ଭିଡିଓ ମାଧ୍ୟମରେ ନିବେଦନ କରିଥିଲେ ଯୁବତୀ ଜଣକ ।

ଆଜି ଅମରେଶଙ୍କୁ ପୋଲିସ ଗିରଫ କରିବା ପରେ ବିଜେଡି ତାଙ୍କୁ ଦଳରୁ ନିଲମ୍ବିତ କରିଛି ।

Leave a comment

Your email address will not be published. Required fields are marked *