Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଗୁଣ୍ଡାରାଜ, ଆତଙ୍କରାଜ ବିରୁଦ୍ଧରେ ସୁକିନ୍ଦା ଖଣି ଅଞ୍ଚଳରେ ବନ୍ଦକୁ ଅଭୂତପୂର୍ବ ଜନ ସମର୍ଥନ, ଦୋକାନ ବଜାର ବନ୍ଦ, ରାସ୍ତା ଘାଟ ଶୁନସାନ

ଗୁଣ୍ଡାରାଜ, ଆତଙ୍କରାଜ ବିରୁଦ୍ଧରେ ସୁକିନ୍ଦା ଖଣି ଅଞ୍ଚଳରେ ବନ୍ଦକୁ ଅଭୂତପୂର୍ବ ଜନ ସମର୍ଥନ, ଦୋକାନ ବଜାର ବନ୍ଦ, ରାସ୍ତା ଘାଟ ଶୁନସାନ

ଓଡ଼ିଶା ଲିଡ୍ସ(ଯାଜପୁର): ଗତ ସାଧାରଣ ନିର୍ବାଚନରେ ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ବିଜେପି ବିଜୟୀ ହୋଇଥିଲା । ନିର୍ବାଚନ ପରଠାରୁ ସୁକିନ୍ଦା ସମ୍ପୂର୍ଣ୍ଣ ଅଶାନ୍ତ ହୋଇ ଉଠିଛି । ବିଧାୟକ ତଥା ଜିଲ୍ଲାର ଏକ ମାତ୍ର ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଛତ୍ର ଛାୟା ତଳେ ରହି ତାଙ୍କ ବାହୁବଳୀ କର୍ମୀ ଓ ସମର୍ଥକ ସୁକିନ୍ଦାରେ ଆତଙ୍କ ରାଜ ଓ ଗୁଣ୍ଡାରାଜ ଚଳାଇଥିବା ଅଭିଯୋଗ ହେଉଛି । ସାଧାରଣ ଲୋକଙ୍କ ଠାରୁ ନେଇ ଶ୍ରମିକ, ମହିଳା ଦୈନିକ ବିଜେପି ଗୁଣ୍ଡାଙ୍କ ଆକ୍ରମଣର ଶିକାର ହେଉଛନ୍ତି । ଆକ୍ରମଣକାରୀଙ୍କ ବିରୁଦ୍ଧରେ ଥାନାରେ ଅଭିଯୋଗ କଲେ ଅଭିଯୋଗ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ ପୋଲିସ । ନିକଟରେ ରୋହିତ ଖୁଣ୍ଟିଆ ନାମକ ଜଣେ ଯୁବକଙ୍କୁ ପୋଲିସ ସମ୍ମୁଖରେ ମରଣାତ୍ମକ ଆକ୍ରମଣ ସହିତ ତାଙ୍କୁ ଅପହରଣ କରାଗଲା । ପୋଲିସ ଉପସ୍ଥିତ ଥାଇ ମଧ୍ୟ ନିରବଦ୍ରଷ୍ଟା ସାଜିଥିଲା । ଏହାର କିଛି ଘଣ୍ଟା ପରେ ଆକ୍ରମଣ କରି ଅପହରଣ କରିଥିବା ଗୁଣ୍ଡା ମାନେ ତାଙ୍କୁ ଲହୁ ଲୁହାଣ କରି ଥାନା ସମ୍ମୁଖରେ ଫୋପାଡ଼ି ଦେଇ ଚାଲିଗଲେ । ଉକ୍ତ ଯୁବକ ଏବେ ଗୁରୁତର ଆହତ ହୋଇ କଟକରେ ଚିକିତ୍ସିତ ହେଉଛନ୍ତି । ପୋଲିସ ଅଭିଯୁକ୍ତଙ୍କ ମଧ୍ୟରୁ ଜଣକୁ ଧରି କୋର୍ଟ ଚାଲାଣ କରି ନିରବ ବସିଛି । ପୂର୍ବରୁ ବିଭିନ୍ନ ଘଟଣାରେ ବହୁ ବ୍ୟକ୍ତି ଆହତ ହୋଇଛନ୍ତି । ମହିଳା ମାନେ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି ।

ବିଭିନ୍ନ ଘଟଣା ସୁକିନ୍ଦାବାସୀଙ୍କୁ ଚିନ୍ତାରେ ପକାଇଥିଲା ବେଳେ ଏଥିରେ ପରିବର୍ତ୍ତନ ନ ହେବା ଅଧିକ କ୍ଷୁବ୍ଧ କରିଥିଲା । ବେଶ ପ୍ରତିକ୍ରିୟା ଶୀଳ ହୋଇ ପଡ଼ିଥିଲେ ସୁକିନ୍ଦାବାସୀ । ନିକଟରେ ଯୁବକଙ୍କୁ ଅପହରଣ ଓ ଆକ୍ରମଣ ସୁକିନ୍ଦାବାସୀଙ୍କର ଏକ ପ୍ରକାର ଧର୍ଯ୍ୟଚ୍ୟୁତି ଘଟାଇ ଥିଲା । ଆତଙ୍କରାଜ, ଗୁଣ୍ଡାରାଜ ବିରୁଦ୍ଧରେ ଆଜି ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ପକ୍ଷରୁ ଖଣି ଅଞ୍ଚଳରେ ବନ୍ଦ ଡାକରା ଦିଆ ଯାଇଥିଲା । ଯାହା ଆଜି ସମ୍ପୂର୍ଣ୍ଣ ସଫଳ ହୋଇଥିବା ଦେଖିବାକୁ ମିଳିଥିଲା । ଏହି ବନ୍ଦକୁ ଖଣିଅଞ୍ଚଳବାସୀ ଅଭୂତପୂର୍ବ ସମର୍ଥନ ଦେଇ ସମ୍ପୂର୍ଣ୍ଣ ସଫଳ କରିଥିଲେ । ଦୋକାନ ବଜାର ସହିତ ଖଣି ଖାଦାନ ସମ୍ପୂର୍ଣ୍ଣ ବନ୍ଦ ଥିଲା । ରାସ୍ତା ଘାଟରେ ଗାଡି ଚଳାଚଳ ସମ୍ପୂର୍ଣ ବନ୍ଦ ଥିଲା ବେଳେ କାଁ ଭାଁ କିଛି ବାଇକ ଗତାଗତ କରୁଥିବା ଦେଖିବାକୁ ମିଳିଥିଲା । ଆଜିର ଏହି ବନ୍ଦ ସଫଳ ହୋଇଥିବାରୁ ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ପକ୍ଷରୁ ସମସ୍ତ ଖଣି ଅଞ୍ଚଳବାସୀଙ୍କୁ କୃତଜ୍ଞତା ଜଣା ଯାଇଛି । ସଂଘ ପକ୍ଷରୁ କୁହାଯାଇଛି ସୁକିନ୍ଦାବାସୀ ବନ୍ଦ ପାଳନକୁ ସମର୍ଥନ କରି ବିଜେପିର ଗୁଣ୍ଡାରାଜକୁ ବିରୋଧ କରୁଥିବା ମତ ଦେଇଛନ୍ତି ।

Leave a comment

Your email address will not be published. Required fields are marked *