ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଦିନ ଜନ ଗଣନା ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଜନ ଗଣନା କାର୍ଯ୍ୟ ବନ୍ଦ ରହିବ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଜନଗଣନା ନିର୍ଦ୍ଦେଶକଙ୍କ ସହ ବୈଠକ ପରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ଏହା ସହିତ ଜନଗଣନା କାର୍ଯ୍ୟ ଯୋଗୁଁ ଯେପରି ସ୍କୁଲ ପାଠପଢ଼ା ବାଧାପ୍ରାପ୍ତ ନହୁଏ ସେଥିପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଜଣ ଗଣନା କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଥମିକତା ଦେଇ ସମୟ ସୂଚୀରେ ପରିବର୍ତ୍ତନ ହୋଇଛି ।




















