ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କର ଦେହାନ୍ତ ହୋଇ ଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ଜଣେ ବିଶିଷ୍ଠ ଆଦିବାସୀ ନେତା ଭାବେ ତାଙ୍କର ବେଶ ଖ୍ୟାତି ରହିଥିଲା । ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ତାଙ୍କ ଦେହାନ୍ତ ଖବର ପାଇ ପୂର୍ବତନ ଗ୍ରାମ୍ୟ ଉନ୍ନୟନ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ନିଜ ଶୋକ ବାର୍ତ୍ତାରେ ଇଂ ଘଡାଇ କହିଛନ୍ତି
ରାଜ୍ୟର ଅନ୍ୟତମ ବିଶିଷ୍ଠ ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଦେହାନ୍ତରେ ମୁଁ ଗଭୀର ଭାବେ ମର୍ମାହତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ପରିବାରକୁ ଗଭୀର ସମବେଦନା ଜଣାଉଛି । ତାଙ୍କର ଅବଦାନ ଏବଂ ମାର୍ଗଦର୍ଶନ ସର୍ବଦା ମନେ ରହିବ।




















