ଓଡ଼ିଶା ଲିଡ୍ସ(ଯାଜପୁର): ମହାନ ସ୍ୱାଧୀନତା ସଂଗ୍ରାମୀ, ଜନନାୟକ, ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ଅବସରରେ ସୁକିନ୍ଦା ଓ ଦାନଗଦିରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସୁକିନ୍ଦା ବିଜେଡି ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି ।

କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡ଼ାଇ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ପୁଷ୍ପମାଲ୍ୟ ଆର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ । ବିଜୁ ବାବୁ ଅମର ରହେ ଧ୍ୱନି ଦେଇ ହଜାର ହଜାର କର୍ମୀ ମଧ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ ।




















