orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > କ୍ରୀଡା > ଟେଷ୍ଟ କ୍ରିକେଟରୁ ଅବସର ପରେ ବିରାଟ କୋହଲିଙ୍କ ସ୍ଥାନ ନେବ କିଏ

ଟେଷ୍ଟ କ୍ରିକେଟରୁ ଅବସର ପରେ ବିରାଟ କୋହଲିଙ୍କ ସ୍ଥାନ ନେବ କିଏ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପ୍ରଥମେ ଅଧିନାୟକ ରୋହିତ ଶର୍ମା, ପରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଟେଷ୍ଟ କ୍ରିକେଟକୁ ବାୟ ବାୟ କରିଛନ୍ତି। ଚାରି ନମ୍ବରରେ ବ୍ୟାଟିଂ କରୁଥିବା “କିଙ୍ଗ” ନାମରେ ପରିଚିତ କୋହଲି ଅବସର ନେବା ପରେ କିଏ ଏହି ସ୍ଥାନରେ ବ୍ୟାଟିଂ କରିବ ତାକୁ ନେଇ ଆଲୋଚନା ଆରମ୍ଭ ହୋଇଛି । ଆଗାମୀ ଗୁରୁତ୍ୱପୂର୍ଣ୍ଣ ଇଂଲଣ୍ଡ ଗସ୍ତରେ ଏହି ସ୍ଥାନରେ ବିରାଟଙ୍କ ବିକଳ୍ପ ଖେଳାଳି କିଏ ହେବ ତାକୁ ନେଇ ଭାରତୀୟ କ୍ରିକେଟରେ ବ୍ୟାପକ ଆଲୋଚନା ଆରମ୍ଭ ହୋଇଛି । ଏହି ସ୍ଥାନ ପାଇଁ ଶ୍ରେୟସ ଆୟର, କରୁଣ ନାୟର, ସରଫରାଜ୍ ଖାନଙ୍କ ଭଳି ଖେଳାଳିଙ୍କ ନାମ ଚର୍ଚ୍ଚାରେ ଥିଲା ବେଳେ ନା ଆଉ କିଛି ଖେଳାଳିଙ୍କ ନାମ ମଧ୍ୟ ଚର୍ଚ୍ଚାରେ ରହିଛି । ବିରାଟ କୋହଲି ଗତ ୧୨ ତାରିଖରେ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା କରିଥିଲେ । ଏହାର ଦୁଇ ଦିନ ପୂର୍ବରୁ ସେ ଅବସର ନେବେ ବୋଲି ଚର୍ଚ୍ଚା ହେଉଥିଲା । ଏ ନେଇ ସେ ବିସିସିଆଇକୁ ଅବଗତ କରିଥିଲେ ।

ଉଭୟ ବିରାଟ ଓ ରୋହିତଙ୍କ ଆନ୍ତର୍ଜାତିକ କ୍ୟାରିଅର୍ ଏବେ କେବଳ ଦିନିକିଆ କ୍ରିକେଟରେ ସୀମିତ ହୋଇଛି ।

ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ସିପ୍‌ରେ ଭାରତ ନିଜ ଶେଷ ଦୁଇ ସିରିଜ୍‌ରେ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ଠାରୁ ଶୋଚନୀୟ ଭାବେ ପରାଜିତ ହୋଇଥିଲା । ଉଭୟ ବିରାଟ ଓ ରୋହିତ ବେଶ ସମାଲୋଚିତ ହୋଇଥିଲେ । ଏହା ଫଳରେ ଟିମ ଇଣ୍ଡିଆ ଟେଷ୍ଟ ଚାମ୍ପିଅନ୍‌ସିପ ଫାଇନାଲ ଦୌଡ଼ରୁ ବାଦ ପଡ଼ିଥିଲା ।

ଟେଷ୍ଟ କ୍ରିକେଟ୍ ଇତିହାସର ଅନ୍ୟତମ ଶ୍ରେଷ୍ଠ ଖେଳାଳି ଭାବେ ପରିଚିତ ବିରାଟଙ୍କ ନାମରେ ୯୦୦୦ରୁ ଅଧିକ ରନ୍ ରହିଛି । ୩୬ବର୍ଷୀୟ ବିରାଟ ଆଉ କିଛି ବର୍ଷ ଟେଷ୍ଟ ଖେଳିବେ ବୋଲି ଅନେକେ ଭାବିଥିଲା ବେଳେ ବିରାଟ ଅବସର ନେଇଛନ୍ତି ।

ଚର୍ଚ୍ଚା ଭିତରେ ବିରାଟଙ୍କ ସ୍ଥାନ ନେବା ପାଇଁ ଶ୍ରେୟସ ଆୟର ସବୁଠାରୁ ଅଧିକ ଦାବିଦାର ବୋଲି କୁହାଯାଉଛି । ଭାରତ ପକ୍ଷରୁ ସେ ତିନି ଫର୍ମାଟ୍‌ରେ ପଦାର୍ପଣ କରିସାରିଥିଲା ବେଳେ ତାଙ୍କ ଫର୍ମ ଭଲ ଅଛି ।

୩୦ବର୍ଷୀୟ ଶ୍ରେୟସ ଆୟାର ୧୪ ଟେଷ୍ଟ ମ୍ୟାଚ୍ ଖେଳି ଗୋଟିଏ ଶତକ ଓ ପାଞ୍ଚ ଅର୍ଦ୍ଧଶତକ ସହାୟତାରେ ୮୧୧ ରନ୍ ହାସଲ କରିଛନ୍ତି ।
କରୁଣ ନାୟାର ଓ ସରଫରାଜ ଖାନବି ଦୌଡ଼ରେ ସାମିଲ ଅଛନ୍ତି । ଉଭୟ ଏବେ ଖୁବ ଭଲ ଫର୍ମରେ ଅଛନ୍ତି ମଧ୍ୟ । ଏହି ତାଲିକାରେ ଧ୍ରୁବ ଜୁରେଲ୍ ଓ ସାଇ ସୁଦର୍ଶନଙ୍କ ନାମକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି ।

ତେବେ ଇଂଲଣ୍ଡ ପରିବେଶରେ କିଏ ଗୁରୁତ୍ୱପୂର୍ଣ୍ଣ ଚାରି ନମ୍ବର ସ୍ଥାନରେ ବ୍ୟାଟିଂ କରିବ ସେ ନେଇ ବିସିସିଆଇ ଶେଷ ନିଷ୍ପତି ନେବ । ହେଲେ ଏହି ସ୍ଥାନ ପାଇଁ ଦେଶର ବହୁ ପ୍ରତିଭାଶାଳୀ ଖେଳାଳି ରହିଛନ୍ତି ।

Leave a comment

Your email address will not be published. Required fields are marked *