ଓଡ଼ିଶା ଲିଡ୍ସ(ବ୍ୟୁରୋ): ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରି ଯାଇଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଆଜି ଭୁବନେଶ୍ୱର ବିମାନବନ୍ଦର ଠାରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି ।




















