Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଥାନାଧିକାରୀଙ୍କୁ କ୍ଷମା ପ୍ରାର୍ଥନା ପାଇଁ ୨୪ ଘଣ୍ଟାର କଣ୍ଟ ଦେଲେ ଇଂ ପ୍ରୀତିରଞ୍ଜନ

ଥାନାଧିକାରୀଙ୍କୁ କ୍ଷମା ପ୍ରାର୍ଥନା ପାଇଁ ୨୪ ଘଣ୍ଟାର କଣ୍ଟ ଦେଲେ ଇଂ ପ୍ରୀତିରଞ୍ଜନ

ଓଡିଶା ଲିଡ୍ସ(ଯାଜପୁର): ସାଧାରଣ ଲୋକଙ୍କୁ ଅସମ୍ମାନୀତ କରୁଛନ୍ତି କାଳିଆପାଣି ଥାନାଧିକାରୀ ।ନିର୍ବାଚିତ ଜନ ପ୍ରତିନିଧିଙ୍କୁ ବି ସମ୍ମାନ ଦେଉ ନାହାନ୍ତି । ଜାତି ନାଁ ଧରି ଗାଳିଗୁଲଜ ମଧ୍ୟ କରୁଛନ୍ତି । ନିଜେ ଥାନାଧିକାରୀ ବିଜେପିର ଗୁଣ୍ଡା ସାଜିଛନ୍ତି । ରାଜ୍ୟର ମୁଖ୍ୟମନ୍ତ୍ରୀ ଜଣେ ଅଆଦିବାସୀ ଭାଇ ହୋଇଥିଲା ବେଳେ ସୁକିନ୍ଦାର ଆଦିବାସୀ ମାନଙ୍କୁ ଅସମ୍ମାନୀତ କରିବାର ଅଧିକାର ଥାନା ଅଧିକାରୀଙ୍କୁ କିଏ ଦେଲା ବୋଲି ପ୍ରଶ୍ନ କରିବା ସହିତ କାଳିଆପାଣି ଥାନା ଅଧିକାରୀ ସର୍ବ ସମ୍ମୁଖରେ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ଦାବି କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଯଦି ସେ ସର୍ବ ସମ୍ମୁଖରେ କ୍ଷମା ପ୍ରାର୍ଥନା ନ କରନ୍ତି ତେବେ ଖଣି ଅଞ୍ଚଳକୁ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯିବ ବୋଲି କହିବା ସହିତ ଏଥିପାଇଁ ୨୪ ଘଣ୍ଟାର କଣ୍ଟ ଦେଇଛନ୍ତି ।

ଆଜି କଳିଙ୍ଗନଗର ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଏହି ଭଳି ଚରମ ବାଣୀ ଶୁଣାଇଛନ୍ତି । ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଥିଲା ବେଳେ ଗତକାଲି ବିଜେପି ସମର୍ଥିତ କର୍ମୀ କାଳିଆପାଣି ସ୍ଥିତ ଶ୍ରମିକ ସଙ୍ଗଠନର କାର୍ଯ୍ୟାଳୟରେ ପଶି ବ୍ୟାପକ ଭଙ୍ଗାରୁଜା କରିବା ସହିତ ବନ୍ଧୁକ, ଖଣ୍ଡା ଦେଖାଇ ବୋମାମାଡ଼ କରି ହତ୍ୟା ଧମକ ଦେଇଥିଲେ । ଆକ୍ରମଣକାରୀଙ୍କ ମଧ୍ୟରୁ ଜଣକୁ ଧରି ସଧାରଣ ଲୋକ ପୋଲିସ ଜିମା ଦେଇଥିଲେ । ଖଣି ଅଞ୍ଚଳ ଅଶାନ୍ତ ହେଉଥିଲା ବେଳେ କାଳିଆପାଣି ପୋଲିସ ନିରବ ବସିଛି ।

ଅପରାଧିକ କାର୍ଯ୍ୟ କଳାପରେ ରୋକ ଲଗାଇବା ବଦଳରେ ଥାନା ଅଧିକାରୀ ସାଧାରଣ ଲୋକମାନଙ୍କୁ ଅସମ୍ମାନୀତ କରି ଧମକ ଦେଉଛନ୍ତି ବୋଲି ସାଧାରଣରେ ଅଭିଯୋଗ ପରେ ଆଜି ବେଶ କଡା ଆଭିମୁଖ୍ୟ ଦେଖାଇଛନ୍ତି ପୂର୍ବତନ ମନ୍ତ୍ରୀ । ଗତକାଲି ମଧ୍ୟ ଇଂ ଘଡାଇ ଜିଲ୍ଲା ଏସ୍ପିଙ୍କ ସହିତ ଏ ନେଇ ଆଲୋଚନା କରିଥିଲେ । ଦିନକୁ ଦିନ କାଳିଆପାଣି ଠାନାଧିକାରୀଙ୍କ ବିରୁଦ୍ଧରେ ବିଭିନ୍ନ ଅଭିଯୋଗର ଫର୍ଦ୍ଦ ବଢି ଚାଲିଛି । ତାଙ୍କ ବିରୁଦ୍ଧରେ ଜନ ଅସନ୍ତୋଷ ବଢୁଥିଲା ବେଳେ ଆଗକୁ ଜିଲ୍ଲା ପୋଲିସ ମୁଖିଆ କି ପଦକ୍ଷେପ ନେଉଛନ୍ତି ତାକୁ ଅପେକ୍ଷା ।

Leave a comment

Your email address will not be published. Required fields are marked *