Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ଦଶରଥପୁର ପୁଲିସ୍ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଦିବସ ପାଳିତ

ଦଶରଥପୁର ପୁଲିସ୍ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଦିବସ ପାଳିତ

ଓଡ଼ିଶା ଲିଡ୍ସ(ଦଶରଥପୁର): ଦଶରଥପୁର ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ଦିବସ ପାଳିତ ହୋଇ ଯାଇଛି । ସଡ଼କ ଦୁର୍ଘଟଣାକୁ ରୋକିବା ସହ ସାଧାରଣରେ ଧନ ଜୀବନ ରକ୍ଷା ନିମନ୍ତେ ଲୋକଙ୍କ ମଧ୍ୟରେ ଟ୍ରାଫିକ୍ ନିୟମ ପ୍ରତି ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଥାନା ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ କାଟିଆସ୍ଥିତ କୃଷ୍ଣ ପ୍ରଧାନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଡ଼କ ଉପରେ ଅସାବଧାନତା ଓ ଦୃତଗତିରେ ଗାଡ଼ି ଚାଳନା ଯୋଗୁଁ ଘଟୁଥିବା ଦୁର୍ଘଟଣାକୁ ନେଇ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଦଶରଥପୁର ଥାନାଧିକାରୀ ସୁବ୍ରତ ସାହୁ ଯୋଗଦେଇ ସଡ଼କ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରିଥିଲେ। ଗାଡ଼ି ଚଳାଇବା ସମୟରେ ହେଲମେଟ୍ ବ୍ୟବହାର କରିବା, ଗାଡ଼ିର ବେଗ ନିୟନ୍ତ୍ରଣରେ ରଖିବା, ଟ୍ରାଫିକ୍ ନିୟମ ପାଳନ କରିବା ଏବଂ ଅସାବଧାନ ଭାବେ ଯାନବାହନ ଚଳାଚଳ ନକରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ହେଲମେଟ୍ ପିନ୍ଧି ଗାଡ଼ି ଚଳାନ୍ତୁ, ଦୃତଗତି ମହାବିପତ୍ତି, ଗାଡ଼ି ଧୀରେ ଚଲାନ୍ତୁ, ପ୍ରତିଟି ଜୀବନ ମୂଲ୍ୟବାନ ପ୍ରଭୃତି ସଚେତନତାମୂଳକ ବାର୍ତ୍ତାମାନ ଦେଇଥିଲେ। ଛାତ୍ରଛାତ୍ରୀମାନେ ନିଜେ ସଡ଼କ ସୁରକ୍ଷା ନିୟମ ପାଳନ କରିବା ସହ ନିଜ ପରିବାର ଓ ସମାଜର ଅନ୍ୟମାନଙ୍କୁ ମଧ୍ୟ ସଚେତନ କରିବାକୁ ପୋଲିସ ପକ୍ଷରୁ ଆହ୍ୱାନ ଦିଆଯାଇଥିଲା।ବିଶେଷକରି ଯୁବପିଢ଼ି ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଡ଼କ ସୁରକ୍ଷା ନେଇ ସଚେତନତା ବଢ଼ିଲେ ଦୁର୍ଘଟଣା ହ୍ରାସ ପାଇବା ସହ ବହୁ ମୂଲ୍ୟବାନ ଧନଜୀବନ ସୁରକ୍ଷିତ ରହିପାରିବ ବୋଲି ମତ ପ୍ରକାଶ ପାଇଥିଲା। ଗାଡ଼ି ଚାଳକ ମାନଙ୍କର ଟିକିଏ ଅସାବଧାନତା ମଧ୍ୟ ବଡ଼ ବିପଦର କାରଣ ହୋଇପାରେ। ତେଣୁ ନିୟମ ମାନି ଯାତାୟାତ କରିବାହିଁ ସୁରକ୍ଷିତ ଜୀବନର ମୂଳମନ୍ତ୍ର ବୋଲି କୁହାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀମାନଙ୍କ ସମେତ ଦଶରଥପୁର ଥାନା କର୍ମଚାରୀ ଓ ସ୍ଥାନୀୟ ବାସିନ୍ଦାମାନେ ଉପସ୍ଥିତ ରହି ସଡ଼କ ସୁରକ୍ଷାର ଏହି ବାର୍ତ୍ତାକୁ ସମାଜର ପ୍ରତ୍ୟେକ ସ୍ତରରେ ପହଞ୍ଚାଇବା ପାଇଁ ସଂକଳ୍ପ କରିଥିଲେ।

Leave a comment

Your email address will not be published. Required fields are marked *