Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ଦିଲ୍ଲୀପ ରାୟଙ୍କୁ ବିଜେପିର ସମର୍ଥନ: ଦତ୍ତେଶ୍ୱରଙ୍କ ପାଇଁ ବଢ଼ିଲା ସମସ୍ୟା, ବିଜେପିର ଡ଼ାର୍କ ହର୍ସ ଦିଲ୍ଲୀପ ରାୟ

ଦିଲ୍ଲୀପ ରାୟଙ୍କୁ ବିଜେପିର ସମର୍ଥନ: ଦତ୍ତେଶ୍ୱରଙ୍କ ପାଇଁ ବଢ଼ିଲା ସମସ୍ୟା, ବିଜେପିର ଡ଼ାର୍କ ହର୍ସ ଦିଲ୍ଲୀପ ରାୟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ତାର ଦୁଇଜଣ ପ୍ରାର୍ଥୀଙ୍କ ନାମ ଆଜି ଘୋଷଣା କରିଛି । ବିଜେପିର ପ୍ରଥମ ପସନ୍ଦ ଭାବେ ଦଳର ସଭାପତି ମନମୋହନ ସାମଲ ଓ ଦ୍ଵିତୀୟ ପ୍ରାର୍ଥୀ ଭାବେ ସୁଜିତ କୁମାରଙ୍କ ନାମ ଦଳ ଘୋଷଣା କରିଛି । ଉଭୟଙ୍କ ଜିତିବାରେ କୌଣସି ସମସ୍ୟା ନଥିଲା ବେଳେ ଦଳ କିନ୍ତୁ ଚତୁରତାର ସହିତ ରାଜ୍ୟସଭାର ଚତୁର୍ଥ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ଆଶଙ୍କାରେ ପକାଇ ଦେଇଥିଲା । ଦଳ କଣ ବିଜେଡିର ଦ୍ଵିତୀୟ ପ୍ରାର୍ଥୀ ଦତ୍ତେଶ୍ୱର ହୋତାଙ୍କୁ ସମର୍ଥନ ଦେବ କି ବୋଲି ଆଲୋଚନା ହେଉଥିଲା ବେଳେ ହଠାତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଶିଷ୍ଠ ଶିଳ୍ପପତି ଦିଲ୍ଲୀପ ରାୟ ସେ ଆଗାମି ୫ ତାରିଖ ଦିନ ପ୍ରାର୍ଥୀପତ୍ର ଦାଖଲ କରୁଥିବା ପ୍ରକାଶ କରି ସମସ୍ତଙ୍କୁ ଚକିତ କରି ଦେଇଥିଲେ । ଏହାର କିଛି କ୍ଷଣ ପରେ ବିଜେପି ସଭାପତି ମନମୋହନ ସାମଲ ବିଜେପି ଦିଲ୍ଲୀପଙ୍କୁ ସମର୍ଥନ କରୁଥିବା ପ୍ରକାଶ କରିଛନ୍ତି । ଦିଲ୍ଲୀପ ରାୟ ସ୍ୱାଧୀନ ପ୍ରାର୍ଥୀ ଭାବେ ଅବତୀର୍ଣ୍ଣ ହେବାକୁ ଯାଉଥିବା ନେଇ ଆଜି ଘୋଷଣା କରିବା ପରେ ଏହା ବିଜେଡିର ଚିନ୍ତା ବଢ଼ାଇ ଦେଇଛି । ମନମୋହନ ସାମଲଙ୍କ ଦ୍ୱାରା ତାଙ୍କ ପ୍ରାର୍ଥୀତ୍ବକୁ ଦଳର ସମର୍ଥନ ଘୋଷଣା ରାଜ୍ୟ ରାଜନୀତିକୁ ଏବେ ବେଶ ରୋଚକ କରି ଦେଇଛି ।

ପୂର୍ବରୁ ବିଜେଡ଼ି “କମନ୍ କ୍ୟାଣ୍ଡିଡେଟ୍” ଭାବେ ଯେତେବେଳେ ଡାକ୍ତର ଦତ୍ତେଶ୍ୱର ହୋତାଙ୍କ ନାମ ଘୋଷଣା ପରେ କଂଗ୍ରେସ ତାଙ୍କ ପ୍ରାର୍ଥୀତ୍ୱକୁ ସମର୍ଥନ ଜଣାଇଥିଲା । ହେଲେ ଦଳ ମଧ୍ୟରେ ଏହାକୁ ନେଇ ମତଭେଦ ରହିଥିବା ଜଳ ଜଳ ହୋଇ ଦେଖା ଯାଉଛି । ଫଳରେ ଦିଲ୍ଲୀପ ରାୟଙ୍କ ପ୍ରାର୍ଥୀତ୍ବ ଡାକ୍ତର ହୋତାଙ୍କ ପାଇଁ ଏବେ ମହଙ୍ଗା ସାବ୍ୟସ୍ତ ହେବାକୁ ଯାଉଛି ! ଏଭଳି ସ୍ଥିତିରେ ଆବଶ୍ୟକ ୩୦ ସଂଖ୍ୟାର ଭୋଟ ନ ଥାଇ ମଧ୍ୟ ଦିଲ୍ଲୀପ ରାୟ ୨୦୦୨ ମସିହାରେ ସ୍ୱାଧୀନ ପ୍ରାର୍ଥୀ ହୋଇ ନବୀନ ପଟ୍ଟନାୟକଙ୍କୁ ଚକମା ଦେଇ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ! ଏବେ ବିଜେପି ତାଙ୍କୁ ସମର୍ଥନ ଘୋଷଣା କରିଥିବା ବେଳେ ବିଜେଡ଼ିରୁ ଦୁଇ ନିଲମ୍ବିତ ବିଧାୟକଙ୍କ ସମେତ ବିଜେଡ଼ି ଓ କଂଗ୍ରେସ ମଧ୍ୟରେ ଚାଲିଥିବା ଅନ୍ତଃ କନ୍ଦଳରୁ ଦିଲ୍ଲୀପ ଫାଇଦା ଉଠାଇ ରାଜ୍ୟସଭାକୁ ନିର୍ବାଚିତ ହେବାରେ ତାଙ୍କ ପାଇଁ ହୁଏତ ଆଦୌ ସମସ୍ୟା ହେବ ନାହିଁ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି । ଚତୁର୍ଥ ପ୍ରାର୍ଥୀଙ୍କୁ ନେଇ ରାଜ୍ୟସଭା ନିର୍ବାଚନରେ ବ୍ୟାପକ ଘୋଡା ବେପାର ଆଶଙ୍କା ସୃଷ୍ଟି ହୋଇଥିଲା ବେଳେ ବିଜେଡି ଓ କଂଗ୍ରେସ କିଭଳି ନିଜ ବିଧାୟକ ମାନଙ୍କୁ ଧରି ରଖି ପାରିବ ତାହା ଏବେ ରାଜନୈତିକ ମହଲରେ ମୁଖ୍ୟ ଆଲୋଚ୍ୟ ବିଷୟ ହୋଇଛି ।

Leave a comment

Your email address will not be published. Required fields are marked *