ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନଙ୍କୁ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ଖବର ପାଇଁ ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ତାଙ୍କ ପୁତ୍ର ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହିତ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହା ସହିତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ ପ୍ରଧାନମନ୍ତ୍ରୀ ।
