orissaleads

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

Blog Post

orissaleads > ଜିଲ୍ଲା > ଯାଜପୁର > ଧର୍ମଶାଳା ପରେ ବଡ଼ଚଣା ବିଜେଡିରେ ଭୂକମ୍ପ, ଦଳ ଛାଡି ବିଜେପିରେ ସାମିଲ ହେଲେ ବ୍ଲକ ଅଧ୍ୟକ୍ଷାଙ୍କ ସହିତ ଅନ୍ୟ ଲୋକ ପ୍ରତିନିଧି

ଧର୍ମଶାଳା ପରେ ବଡ଼ଚଣା ବିଜେଡିରେ ଭୂକମ୍ପ, ଦଳ ଛାଡି ବିଜେପିରେ ସାମିଲ ହେଲେ ବ୍ଲକ ଅଧ୍ୟକ୍ଷାଙ୍କ ସହିତ ଅନ୍ୟ ଲୋକ ପ୍ରତିନିଧି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସରକାର ବଦଳିବା ପରେ ଯାଜପୁର ବିଜେଡିରେ ଭୂକମ୍ପ ସୃଷ୍ଟି ହୋଇଛି । ନିର୍ବାଚନ ପରାଜୟ ପରେ ବିଜେଡି ପୁଣି ଏକତ୍ରିତ ହେବ ଓ ମୁଖ୍ୟ ଵିରୋଧି ଦଳ ଭାବେ ଶାସକ ଦଳ ବିରୁଦ୍ଧରେ ଲଢେଇ କରିବ, ଏମିତି କିଛି ଭାବିଥିଲେ ଯାଜପୁର ବିଜେଡି କର୍ମୀମାନେ । ହେଲେ ମାତ୍ର ଗୋଟିଏ ସପ୍ତାହ ଭିତରେ ବିଜେଡି ହାତରୁ ଦୁଇଟି ପ୍ରମୁଖ ପଞ୍ଚାୟତ ସମିତି ଖସି ଯାଇଛି । ନିକଟରେ ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ ବଳବନ୍ତ ରାୟ ଅନାସ୍ଥାକୁ ସମ୍ମୁଖିନ ହେବା ପୂର୍ବରୁ ନିଜ ପଦରୁ ଇସ୍ତଫା ଦେଇଥିଲେ । ଆଜି ବଡ଼ଚଣା ପଞ୍ଚାୟତ ସମିତି ଅଧ୍ୟକ୍ଷା ଓ ଉପାଧ୍ୟକ୍ଷଙ୍କ ସମେତ ବିଭିନ୍ନ ପଞ୍ଚାୟତର ସମିତି ସଭ୍ୟ, ସରପଞ୍ଚ, ୱାର୍ଡ ସଭ୍ୟଙ୍କ ସହିତ ଦୁଇଜଣ ଜିଲ୍ଲା ପରିଷଦ ସଭ୍ୟ ମଧ୍ୟ ବିଜେଡି ଛାଡି ବିଜେପିରେ ସାମିଲ ହୋଇ ଯାଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲ, ବଡ଼ଚଣା ବିଧାୟକ ଅମର ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପସ୍ଥିତିରେ ରାଜ୍ୟ କାର୍ଯ୍ୟାଳୟରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଫଳରେ ବର୍ଷ ବର୍ଷ ହେଲା ଯେଉଁ ନିର୍ବାଚନ ମଣ୍ଡଳୀରେ ବିଜେଡିର ସବୁଜ ପତାକା ଲହଡି ଭାଙ୍ଗୁଥିଲା ସେଠାରେ ବିଜେପିର ଗେରୁଆ ପତାକା ଲହଡି ଭାଙ୍ଗିଛି । ବିଜେଡିରେ ଏହି ଭୂକମ୍ପ ବଡ଼ଚଣା ବିଜେଡିକୁ ଏକ ପ୍ରକାର ସ୍ତବ୍ଧ କରିଦେଇଛି । ଗତ ନିର୍ବାଚନରେ ରାଜ୍ୟର ଅନ୍ୟତମ ବରିଷ୍ଠ ତଥା ଅନୁଭବୀ ନେତା ଅମର ପ୍ରସାଦ ଶତପଥୀଙ୍କୁ ଟିକେଟ ନଦେଇ ବିଜେଡି ଯେଉଁ ଭୁଲ କରିଥିଲା ଆଜି ତାର ଫଳ ଭୋଗିଛି ।

ଅମର ବିଜେଡିରୁ ଦୁରେଇ ଯାଇଥିଲା ବେଳେ ତାଙ୍କର ସମସ୍ତ ସମର୍ଥକ ଏବେ ବିଜେପିରେ ସାମିଲ ହୋଇ ଯାଇଛନ୍ତି କହିଲେ ଅତ୍ୟୁକ୍ତି ହେବ ନାହିଁ । ରାଜ୍ୟରେ କଂଗ୍ରେସ ନିଜକୁ ସଙ୍ଗଠିତ କରୁଥିଲା ବେଳେ ବିଗତ ଦିନର କଂଗ୍ରେସ ନେତା ରାଜ ନାରାୟଣ ମହାପାତ୍ର କଂଗ୍ରେସ ଛାଡି ବିଜେଡିକୁ ଆସିଥିଲେ । ହେଲେ ବଡ଼ଚଣା ବିଜେଡି ତାଙ୍କୁ ସମର୍ଥନ ଦେଇନଥିଲା । ଦଳ ମଧ୍ୟ ତାଙ୍କୁ ଟିକେଟ ନଦେଇ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟିକେଟ ଦେଇଥିଲା । ପରାଜୟ ପରେ ବର୍ଷା କିନ୍ତୁ ବଡ଼ଚଣାକୁ ସମ୍ପୂର୍ଣ୍ଣ ଭୁଲି ଗଲେ । ଦଳର ଏବେ ନେତୃତ୍ୱ ନେଉଛନ୍ତି ରାଜ ନାରାୟଣ । ହେଲେ ଦଳର କର୍ମୀ ଓ ନେତା ଦଳ ଛାଡୁଥିଲା ବେଳେ ଏହାର ପ୍ରତିରୋଧ କରି ପାରୁ ନାହାନ୍ତି ରାଜ ନାରାୟଣ । ଧର୍ମଶାଳା ଓ ବଡ଼ଚଣା ପରେ ବିଜେପି ଏବେ କେଉଁ ସମିତିକୁ ଦାଖଲ କରିବ ତାକୁ ନେଇ ଆଶଙ୍କାରେ ପଡି ଯାଇଛି ବିଜେଡି । ଦୁଇଟି ପଞ୍ଚାୟତ ସମିତି ବିଜେଡି ହାତରୁ ଖସିଯିବା ପରେ ବିଜେଡି କର୍ମୀ ଆଗାମି ଭବିଷ୍ୟତ ନେଇ ଚିନ୍ତାରେ ପଡ଼ି ଯାଇଛନ୍ତି । ଯାହା ସ୍ୱାଭାବିକ ମଧ୍ୟ ।

Leave a comment

Your email address will not be published. Required fields are marked *