Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଅପରାଧ > ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି , ଖୋଦ ସରକାରଙ୍କ ଦ୍ଵାରା ଚାଷୀ ପ୍ରତାରିତ, ଅସହାୟ ଓ ହତାଶ ହେଉଛନ୍ତି ବୋଲି କହିଛନ୍ତି ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ ଆହୁରି କହିଛନ୍ତି, ଅସହ୍ୟ ଥଣ୍ଡା କାକର, ଶୀତରେ ଚାଷୀମାନେ ମଣ୍ଡିରେ ନିଜ ଅମଳ ଧାନକୁ ଜଗି ବସିଛନ୍ତି। ରାଜରାସ୍ତାରେ ଆନ୍ଦୋଳନ କରୁଛନ୍ତି। ସରକାର ଚାଷୀଙ୍କ ଧାନ କେବେ ଉଠାଇବେ?

ଚାଷୀଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ବିଜେପିର ଡବଲ୍ ଇଞ୍ଜିନ୍ ସରକାର କ୍ଷମତାକୁ ଆସିଥିଲା। ହେଲେ ସରକାର ଗଢ଼ିବା ପରେ ପ୍ରତିଶ୍ରୁତି ସବୁ କୁଆଡ଼େ ଗଲା ବୋଲି ପ୍ରଶ୍ନ କରିଛନ୍ତି ନବୀନ । ଧାନ କିଣାରେ ବୋନସ ଘୋଷଣା କରି ଚାଷୀଙ୍କୁ ଦିବାସ୍ୱପ୍ନ ଦେଖାଇଥିବା ସରକାରରେ ଆରମ୍ଭରୁ ଟୋକାନଠୁ ନେଇ ମଣ୍ଡି ଅବ୍ୟବସ୍ଥା ସହ ଧାନ ସଂଗ୍ରହ ପର୍ଯ୍ୟନ୍ତ ସବୁଠି ଚାଷୀ ହତାଶ ହୋଇଛନ୍ତି।

ଚାଷୀଙ୍କୁ ସମ୍ମାନର ନାରା ଦେଉଥିବା ବିଜେପି ସରକାରର ସମସ୍ତ ଘୋଷଣା ମିଛ ପ୍ରତିଶ୍ରୁତିରେ ପରିଣତ ହୋଇଛି। ସମ୍ମାନ ବଦଳରେ ଏ ସରକାରରେ ଚାଷୀ ସବୁଠୁ ଅସମ୍ମାନିତ ଓ ପ୍ରତାରିତ ହୋଇଛି ।

ଯେତେବେଳେ ନିଜ ଅମଳ ଧାନ ବିକ୍ରି କରି ନ ପାରି ଚାଷୀ ଆନ୍ଦୋଳନ କରୁଛି ସେତେବେଳେ ଏ ସରକାର ତାଙ୍କୁ ‘ନୌଟଙ୍କି’ ବୋଲି କହି ତାତ୍ସଲ୍ୟ କରୁଛି। ଏହା କ’ଣ ଡବଲ୍ ଇଞ୍ଜିନ୍ ସରକାରର ଚାଷୀଙ୍କୁ ସମ୍ମାନ? ଧାନ ସଂଗ୍ରହ ଆରମ୍ଭରୁ ସବୁ ବ୍ୟବସ୍ଥା ହୋଇଯାଇଛି, ଟୋକନ୍ ସମସ୍ତଙ୍କୁ ମିଳିବ, ମନ୍ତ୍ରୀମାନେ ମଣ୍ଡି ଜଗିବେ ବୋଲି ସରକାର ଚାଷୀଙ୍କୁ କହିଲେ। ହେଲେ କ’ଣ ହେଲା? ମଣ୍ଡିରେ ମନ୍ତ୍ରୀମାନଙ୍କ ପାଦ ପଡ଼ିବା ତ ଦୂରର କଥା, ଦୁଃଖ ସମୟରେ ଚାଷୀଙ୍କ ପାଖରେ ବି ସରକାରୀ ଦଳର କାହାକୁ ଦେଖିବାକୁ ମିଳୁ ନାହିଁ। ଚଳିତ ବର୍ଷ ଅଧିକ ଆୟର ଆଶା ବାନ୍ଧିଥିବା ଚାଷୀ ଶେଷରେ ଅଭାବୀ ବିକ୍ରି କରିବାକୁ ବାଧ୍ୟ ହେଉଛି।

ଚାଷୀଙ୍କ ସ୍ୱାର୍ଥ ସବୁଠୁ ଆଗରେ। ଆମ ଅନ୍ନଦାତା ଚାଷୀ ଭାଇଭଉଣୀଙ୍କ ସହ ଡବଲ୍ ଇଞ୍ଜିନ୍ ବିଜେପି ସରକାରର ଏପରି ଛଳନାର ଜବାବ ଓଡ଼ିଶାବାସୀ ନିଶ୍ଚୟ ଦେବେ। ବିଜୁ ଜନତା ଦଳ ଚାଷୀଙ୍କ ସାଥିରେ, ଚାଷୀଙ୍କ ହକ୍ ପାଇଁ ସବୁସ୍ତରରେ ସ୍ୱର ଶାଣିତ କରିବ ବୋଲି ସାମାଜିକ ଗଣ ମାଧ୍ୟମରେ ବିବୃତି ରଖିଛନ୍ତି ନବୀନ ପଟ୍ଟନାୟକ ।

Leave a comment

Your email address will not be published. Required fields are marked *