Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ନବୀନ ଶୁଣିଲେ ନାହିଁ, ଶୁଣିବେ କି ମୋହନ-ସରକାରୀ କାର୍ଯ୍ୟାଳୟରେ ଦିନ ମଜୁରୀରେ କାର୍ଯ୍ୟ କରୁଥିବା ଡ୍ରାଇଭରଙ୍କ ସ୍ଥାୟୀ ନିଯୁକ୍ତି ଦାବି

ନବୀନ ଶୁଣିଲେ ନାହିଁ, ଶୁଣିବେ କି ମୋହନ-ସରକାରୀ କାର୍ଯ୍ୟାଳୟରେ ଦିନ ମଜୁରୀରେ କାର୍ଯ୍ୟ କରୁଥିବା ଡ୍ରାଇଭରଙ୍କ ସ୍ଥାୟୀ ନିଯୁକ୍ତି ଦାବି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ବର୍ଷ ହେଲା ସ୍ଥାୟୀ ନିଯୁକ୍ତି ଆଶାରେ ଦୈନିକ ମଜୁରୀରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ଦିନ ରାତି କାର୍ଯ୍ୟ କରୁଛନ୍ତି ଠିକା ଡ୍ରାଇଭର ମାନେ । ନିଷ୍ଠାର ସହିତ କାର୍ଯ୍ୟ କରୁଥିଲେ ମଧ୍ୟ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଯାଇ ଦରମା ପ୍ରଦାନ କରିବାର ବ୍ୟବସ୍ଥା କରାଯାଉନାହିଁ । ଏ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲା କାର୍ଯ୍ୟାଳୟ ମାନଙ୍କରେ କାର୍ଯ୍ୟ କରୁଥିବା ଡ୍ରାଇଭର ମାନେ ସରକାରଙ୍କ ନିକଟରେ ଦାବି କରି ନିରାଶ ହେଲା ପରେ କୋର୍ଟର ଦ୍ୱାରସ୍ଥ ମଧ୍ୟ ହୋଇଛନ୍ତି । ହେଲେ କୋର୍ଟର ନିର୍ଦ୍ଦେଶ ପରେ ମଧ୍ୟ ସରକାର ସେମାନଙ୍କ ଦାବିକୁ ମାନବିକତାର ସହିତ ବିଚାର କରି ନାହାନ୍ତି ବୋଲି ଅଭିଯୋଗ ହୋଇଛି । ଫଳରେ ସେମାନେ ସ୍ୱଳ୍ପ ରୋଜଗାର କରି ନିଜ ପରିବାର ଚଳାଇବାରେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଗତ ସରକାର ସମୟରୁ ଏହି ଡ୍ରାଇଭର ମାନେ ସରକାରଙ୍କ ନିକଟରେ ନିଜର ନିଯୁକ୍ତିକୁ ସ୍ଥାୟୀ କରିବାର ଦାବି ବାରମ୍ବାର କରି ନିରାଶ ହୋଇଥିଲେ । ଗତ ସରକାର ବିକାଶକୁ ନେଇ ଡିଣ୍ଡିମ ପିଟୁ ଥିଲା ବେଳେ ଏହି ଗରିବ ଡ୍ରାଇଭର ମାନଙ୍କ ସମସ୍ୟା ପ୍ରତି ଆଖି ବୁଜି ଦେଇଥିଲେ । କିଛି ଜିଲ୍ଲାପାଳ ମଧ୍ୟ ବିଭିନ୍ନ ସମୟରେ ସେମାନଙ୍କ ନିଯୁକ୍ତିକୁ ସ୍ଥାୟୀ କରିବା ପାଇଁ ରାଜସ୍ୱ ବିଭାଗକୁ ଚିଠି ଲେଖିଥିଲେ । ହେଲେ ବିଭାଗୀୟ ଅଧିକାରୀ କିମ୍ବା ବିଭାଗୀୟ ମନ୍ତ୍ରୀ ଏହାକୁ ଗୁରୁତ୍ୱ ଦେଇନଥିଲେ । ଏହି ଡ୍ରାଇଭର ମାନଙ୍କ ମଧ୍ୟରୁ ବହୁ ଡ୍ରାଇଭରଙ୍କର ବୟସ ଅତିକ୍ରାନ୍ତ ହୋଇଥିବାରୁ ଅନ୍ୟ କେଉଁ ଠାରେ ଚାକିରୀ କରିବା ମଧ୍ୟ ଆଉ ସମ୍ଭବ ନୁହେଁ । ତେଣୁ ଭାଗ୍ୟକୁ ଆଦରି ନୂତନ ସରକାର ତାଙ୍କ ନିଯୁକ୍ତିକୁ ସ୍ଥାୟୀ କରି ତାଙ୍କୁ ସରକାରୀ ଦରମା ପ୍ରଦାନ କରିବେ ବୋଲି ଆଶା ବାନ୍ଧିଛନ୍ତି । କେତେ ଜଣ ଡ୍ରାଇଭର କୁହନ୍ତି ଏବେ ରାଜ୍ୟରେ ଲୋକ ସରକାର ଚାଲିଛି । ମୁଖ୍ୟମନ୍ତ୍ରୀଙ୍କୁ ଲୋକ ମୁଖ୍ୟମନ୍ତ୍ରୀ କୁହା ଯାଉଛି । ମୁଖ୍ୟମନ୍ତ୍ରୀ ବିଭିନ୍ନ ସମସ୍ୟାର ତ୍ୱରିତ ସମାଧାନ କରୁଛନ୍ତି । ତେଣୁ ଆମ ମାନଙ୍କ ସମସ୍ୟାର ବିଚାର କରି ଆମକୁ ନ୍ୟାୟ ପ୍ରଦାନ କରନ୍ତୁ ବୋଲି ନିବେଦନ କରିଛନ୍ତି ।

Leave a comment

Your email address will not be published. Required fields are marked *