ଓଡ଼ିଶା ଲିଡ୍ସ(ବ୍ୟୁରୋ):ସିକିମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ନିଖୋଜ ଥିବା ଯାଜପୁରର ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି କୋରେଇ ବିଧାୟକ ଆକାଶ ଦାସ ନାୟକ । ଆଲୋଚନା ସମୟରେ ଉଦ୍ଧାର ହୋଇ ଗ୍ୟାଙ୍ଗଟକ୍ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ତାଙ୍କର ପୁଅ ଏବଂ ପୁତୁରାଙ୍କୁ ଉନ୍ନତ ମାନର ଚିକିତ୍ସା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରି ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇଦେବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଆଲୋଚନା ସମୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ବିଧାୟକ ବାବୁ ସିଂ ଉପସ୍ଥିତ ଥିଲେ ।
