orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ରାଜ୍ୟ > ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ଅଙ୍କକଷା: ନେଇ ପାରେ ଚକିତ କଲାଭଳି ନିଷ୍ପତ୍ତି

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ଅଙ୍କକଷା: ନେଇ ପାରେ ଚକିତ କଲାଭଳି ନିଷ୍ପତ୍ତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୂଆପଡା ଉପ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ଘାସିରାମ ମାଝୀଙ୍କୁ ପ୍ରଥମେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ହେଲେ ଶାସକ ଦଳ ବିଜେପି ଓ ମୁଖ୍ୟ ଵିରୋଧି ଦଳ ବିଜେଡି କିନ୍ତୁ ନିଜନିଜ ଦଳର ପ୍ରାର୍ଥୀ ଘୋଷଣା କରି ନାହାନ୍ତି । ଯାହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା ହେଉଛି । ସ୍ୱର୍ଗତ ରାଜେନ୍ଦ୍ର ପ୍ରସାଦ ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେଡି ପ୍ରାର୍ଥୀ ହୋଇ ପାରନ୍ତି ବୋଲି ଦଳର ବରିଷ୍ଠ ନେତା ଦେବୀ ମିଶ୍ର ସଂକେତ ଦେଇଛନ୍ତି । ହେଲେ ବିଜେପି କାହାକୁ ଏହି ଉପ ନିର୍ବାଚନରେ ପ୍ରାର୍ଥୀ କରୁଛି ତା ଉପରେ ସମସ୍ତଙ୍କ ନଜର । ଦଳ ଗତ ନିର୍ବାଚନରେ ଲଢ଼ି ତୃତୀୟ ସ୍ଥାନରେ ରହିଥିବା ଅଭିନନ୍ଦନ ପଣ୍ଡାଙ୍କୁ ପୁଣି ପ୍ରାର୍ଥୀ କରିବ ନା ନୂଆ ଚେହେରାଙ୍କୁ ପ୍ରାର୍ଥୀ କରିବ ତାକୁ ନେଇ ସମସ୍ତେ ସନ୍ଦେହରେ ପଡିଛନ୍ତି । ହେଲେ ବିଜେପି ଶେଷ ମୁହୂର୍ତ୍ତରେ ଏଠାରେ ଚକିତ କଲା ଭଳି ପ୍ରାର୍ଥୀ ଘୋଷଣା ବି କରି ପାରେ ବୋଲି ଗୋଟିଏ ମହଲ ଆଶଙ୍କା କରୁଛି ।

ତେବେ ଉପନିର୍ବାଚନ ନେଇ ବିଜେପି କିନ୍ତୁ ପ୍ରସ୍ତୁତି ଆରମ୍ଭ କରି ସାରିଛି, ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆଲୋଚନା କରିଛନ୍ତି। ଆସନ୍ତାକାଲି ନୂଆପଡା ଉପ ନିର୍ବାଚନକୁ ନେଇ ବିଜେପିର କୋର କମିଟି ବୈଠକ ବସୁଛି । କୋର କମିଟି ବୈଠକରେ ପ୍ରାର୍ଥୀଙ୍କ ଠାରୁ ନେଇ ନିର୍ବାଚନରେ ଦଳର ରଣନୀତି ଉପରେ ବିସ୍ତୃତ ଆଲୋଚନା ହେବ ।

ରାଷ୍ଟ୍ରୀୟ ସଙ୍ଗଠନ ମହାମନ୍ତ୍ରୀ ବି.ଏଲ୍. ସନ୍ତୋଷ, ରାଷ୍ଟ୍ରୀୟ ସଙ୍ଗଠକ ଭି. ସତୀଶ ଓଡିଶା ଗସ୍ତରେ ଆସୁଥିବା ବେଳେ ବୈଠକରେ ରାଜ୍ୟ ସଭାପତି ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ୨ ପ୍ରଭାରୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ ଏବଂ କୋର କମିଟିର ସଦସ୍ୟମାନେ ସାମିଲ ହେବେ।

ଟିକେଟ ଦାବିଦାରଙ୍କ ଭିତରେ ଆଗରେ ତିନି ଜଣଙ୍କ ନାମ ରହିଥିବା ଚର୍ଚ୍ଚା ହେଉଛି । ତିନି ଆଶାୟୀଙ୍କ ମଧ୍ୟରେ ୨୦୨୪ ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀ ହୋଇଥିବା ସାଂସଦ ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀ ଏବଂ ଖରିଆରରୋଡ ଏନଏସି ଅଧ୍ୟକ୍ଷା ସୋନିଆ ଜୈନଙ୍କ ନାମ ରହିଛି l ଦଳ ଯଦି ସୁଭଦ୍ରା ଯୋଜନାର ସଫଳତା ସହିତ ମହିଳା କାର୍ଡ ଖେଳିବ ତେବେ ସୋନିଆ ପ୍ରଥମ ପସନ୍ଦ ହେବା ବିଚିତ୍ର ନୁହେଁ । ହେଲେ ଏମାନଙ୍କୁ ବାଦ ଦେଇ ବିଜେପି ଚକିତ କଲାଭଳି ପ୍ରାର୍ଥୀ ଘୋଷଣା ବି କରିପାରେ । ଯେହେତୁ ବିଜେପି ଏବେ କ୍ଷମତାରେ ଉପ ନିର୍ବାଚନରେ ଦଳ ସବୁ ବଳ ଖଟାଇ ଏହି ଆସନ କୁ ଜିତିବାକୁ ଚାହିଁବ ।
୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପରେ ୨୦ ତାରିଖ ରହିଛି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ। ତେଣୁ ଦଳ ପକ୍ଷରୁ କିଏ ପ୍ରାର୍ଥୀ ହେବେ ତାହା ଖୁବ ଶୀଘ୍ର ଘୋଷଣା ହେବ ।

Leave a comment

Your email address will not be published. Required fields are marked *