Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ଅଙ୍କକଷା: ନେଇ ପାରେ ଚକିତ କଲାଭଳି ନିଷ୍ପତ୍ତି

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ଅଙ୍କକଷା: ନେଇ ପାରେ ଚକିତ କଲାଭଳି ନିଷ୍ପତ୍ତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନୂଆପଡା ଉପ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ଘାସିରାମ ମାଝୀଙ୍କୁ ପ୍ରଥମେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ହେଲେ ଶାସକ ଦଳ ବିଜେପି ଓ ମୁଖ୍ୟ ଵିରୋଧି ଦଳ ବିଜେଡି କିନ୍ତୁ ନିଜନିଜ ଦଳର ପ୍ରାର୍ଥୀ ଘୋଷଣା କରି ନାହାନ୍ତି । ଯାହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା ହେଉଛି । ସ୍ୱର୍ଗତ ରାଜେନ୍ଦ୍ର ପ୍ରସାଦ ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେଡି ପ୍ରାର୍ଥୀ ହୋଇ ପାରନ୍ତି ବୋଲି ଦଳର ବରିଷ୍ଠ ନେତା ଦେବୀ ମିଶ୍ର ସଂକେତ ଦେଇଛନ୍ତି । ହେଲେ ବିଜେପି କାହାକୁ ଏହି ଉପ ନିର୍ବାଚନରେ ପ୍ରାର୍ଥୀ କରୁଛି ତା ଉପରେ ସମସ୍ତଙ୍କ ନଜର । ଦଳ ଗତ ନିର୍ବାଚନରେ ଲଢ଼ି ତୃତୀୟ ସ୍ଥାନରେ ରହିଥିବା ଅଭିନନ୍ଦନ ପଣ୍ଡାଙ୍କୁ ପୁଣି ପ୍ରାର୍ଥୀ କରିବ ନା ନୂଆ ଚେହେରାଙ୍କୁ ପ୍ରାର୍ଥୀ କରିବ ତାକୁ ନେଇ ସମସ୍ତେ ସନ୍ଦେହରେ ପଡିଛନ୍ତି । ହେଲେ ବିଜେପି ଶେଷ ମୁହୂର୍ତ୍ତରେ ଏଠାରେ ଚକିତ କଲା ଭଳି ପ୍ରାର୍ଥୀ ଘୋଷଣା ବି କରି ପାରେ ବୋଲି ଗୋଟିଏ ମହଲ ଆଶଙ୍କା କରୁଛି ।

ତେବେ ଉପନିର୍ବାଚନ ନେଇ ବିଜେପି କିନ୍ତୁ ପ୍ରସ୍ତୁତି ଆରମ୍ଭ କରି ସାରିଛି, ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆଲୋଚନା କରିଛନ୍ତି। ଆସନ୍ତାକାଲି ନୂଆପଡା ଉପ ନିର୍ବାଚନକୁ ନେଇ ବିଜେପିର କୋର କମିଟି ବୈଠକ ବସୁଛି । କୋର କମିଟି ବୈଠକରେ ପ୍ରାର୍ଥୀଙ୍କ ଠାରୁ ନେଇ ନିର୍ବାଚନରେ ଦଳର ରଣନୀତି ଉପରେ ବିସ୍ତୃତ ଆଲୋଚନା ହେବ ।

ରାଷ୍ଟ୍ରୀୟ ସଙ୍ଗଠନ ମହାମନ୍ତ୍ରୀ ବି.ଏଲ୍. ସନ୍ତୋଷ, ରାଷ୍ଟ୍ରୀୟ ସଙ୍ଗଠକ ଭି. ସତୀଶ ଓଡିଶା ଗସ୍ତରେ ଆସୁଥିବା ବେଳେ ବୈଠକରେ ରାଜ୍ୟ ସଭାପତି ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ୨ ପ୍ରଭାରୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ ଏବଂ କୋର କମିଟିର ସଦସ୍ୟମାନେ ସାମିଲ ହେବେ।

ଟିକେଟ ଦାବିଦାରଙ୍କ ଭିତରେ ଆଗରେ ତିନି ଜଣଙ୍କ ନାମ ରହିଥିବା ଚର୍ଚ୍ଚା ହେଉଛି । ତିନି ଆଶାୟୀଙ୍କ ମଧ୍ୟରେ ୨୦୨୪ ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀ ହୋଇଥିବା ସାଂସଦ ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀ ଏବଂ ଖରିଆରରୋଡ ଏନଏସି ଅଧ୍ୟକ୍ଷା ସୋନିଆ ଜୈନଙ୍କ ନାମ ରହିଛି l ଦଳ ଯଦି ସୁଭଦ୍ରା ଯୋଜନାର ସଫଳତା ସହିତ ମହିଳା କାର୍ଡ ଖେଳିବ ତେବେ ସୋନିଆ ପ୍ରଥମ ପସନ୍ଦ ହେବା ବିଚିତ୍ର ନୁହେଁ । ହେଲେ ଏମାନଙ୍କୁ ବାଦ ଦେଇ ବିଜେପି ଚକିତ କଲାଭଳି ପ୍ରାର୍ଥୀ ଘୋଷଣା ବି କରିପାରେ । ଯେହେତୁ ବିଜେପି ଏବେ କ୍ଷମତାରେ ଉପ ନିର୍ବାଚନରେ ଦଳ ସବୁ ବଳ ଖଟାଇ ଏହି ଆସନ କୁ ଜିତିବାକୁ ଚାହିଁବ ।
୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପରେ ୨୦ ତାରିଖ ରହିଛି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ। ତେଣୁ ଦଳ ପକ୍ଷରୁ କିଏ ପ୍ରାର୍ଥୀ ହେବେ ତାହା ଖୁବ ଶୀଘ୍ର ଘୋଷଣା ହେବ ।

Leave a comment

Your email address will not be published. Required fields are marked *