Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ନୂଆପଡା ଉପନିର୍ବାଚନକୁ ଗୋଟିଏ ଦିନ ବାକି: ସମ୍ମାନ, ଆହ୍ୱାନ ଓ ଆସ୍ଥାଭାଜନ ପାଇଁ ତିନି ଦଳ ଆଶାବାଦୀ

ନୂଆପଡା ଉପନିର୍ବାଚନକୁ ଗୋଟିଏ ଦିନ ବାକି: ସମ୍ମାନ, ଆହ୍ୱାନ ଓ ଆସ୍ଥାଭାଜନ ପାଇଁ ତିନି ଦଳ ଆଶାବାଦୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଉ ଗୋଟିଏ ଦିନ ପରେ ନୂଆପଡ଼ାରେ ଭୋଟ ଗ୍ରହଣ ହେବ । ଅଢେଇ ଲକ୍ଷରୁ ଅଧିକ ଭୋଟର ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ । ଗତକାଲି ଠାରୁ ପ୍ରଚାର ଶେଷ ହୋଇ ସାରିଛି । ଭୋଟ ଗ୍ରହଣ ପାଇଁ ସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତି ହୋଇଥିଲା ବେଳେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । ଭୋଟ ଗ୍ରହଣ ପାଇଁ ପ୍ରଶାସନିକ ସ୍ତରରେ ସବୁ ପ୍ରସ୍ତୁତି ସରି ସାରିଛି । ଅନ୍ୟ ପକ୍ଷରେ ତିନି ଦଳ ଏବେ ଆଶା ଆଶଙ୍କାରେ ବୁଡି ରହିଛନ୍ତି । ସାଧାରଣ ନିର୍ବାଚନ ପରେ ପ୍ରଥମ ଥର ରାଜ୍ୟରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ନୂଆପଡା ନିର୍ବାଚନ ମଣ୍ଡଳୀରେ ଗତ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ । ତାଙ୍କର ଦେହାନ୍ତ କାରଣରୁ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଶାସକ ଦଳ ଭାବେ ବିଜେପି ପାଇଁ ଏହି ଉପନିର୍ବାଚନ ସମ୍ମାନର ପ୍ରଶ୍ନ ହୋଇ ଛିଡା ହୋଇଥିଲା ବେଳେ ବିଜେଡି ପାଇଁ ଆହ୍ୱାନ ହୋଇଛି । ଅପରପକ୍ଷେ ଏହା କଂଗ୍ରେସ ପାଇଁ ଆସ୍ଥାଭାଜନର ପ୍ରଶ୍ନ ହୋଇଛି ।

ଶାସକ ଦଳ ଭାବେ ବିଜେପି ପ୍ରଥମ ଥର ଏହି ଉପନିର୍ବାଚନକୁ ସମ୍ମୁଖୀନ ହେଉଛି । ତେଣୁ ଦଳ ପାଇଁ ଓ ସରକାର ପାଇଁ ଏହା ସମ୍ମାନର ପ୍ରଶ୍ନ ହୋଇଛି । ଏହି ନିର୍ବାଚନ ଜିତିଲେ ବିଜେପି ପ୍ରତି ରାଜ୍ୟବାସୀଙ୍କ ସମର୍ଥନ ଅଛି ବୋଲି ପ୍ରମାଣିତ ହେବ । ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଇଁ ମଧ୍ୟ ସମ୍ମାନର ପ୍ରଶ୍ନ ହୋଇଛି । ଦଳ ଏଠାରେ ବିଜୟୀ ହେଲେ ଉଭୟଙ୍କ ପତିଆରା ମଧ୍ୟ ବୃଦ୍ଧି ପାଇବ । ଅନ୍ୟପକ୍ଷରେ ବିଜେଡି ପାଇଁ ଏହା ଆହ୍ୱାନ ଭରା ହୋଇଛି । ଗତ ନିର୍ବାଚନରେ ଏହି ଆସନରୁ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିଲା ବେଳେ ପୁନର୍ବାର ଏହି ଆସନକୁ ନିଜ ଅକ୍ତିୟାରକୁ ଆଣିବାକୁ ବିଜେଡି ଝାଳବୁହା ଉଦ୍ୟମ କରୁଛି । ଦଳ ଏହି ନିର୍ବାଚନକୁ କେତେ ଗୁରୁତ୍ୱ ଦେଉଛି ତାର ପ୍ରମାଣ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ଦୁଇଥର ଏହି ନିର୍ବାଚନ ମଣ୍ଡଳୀକୁ ଗସ୍ତ କରିବା । କଂଗ୍ରେସ ପାଇଁ ଏହା ଆସ୍ଥାଭାଜନର ବିଷୟ ହୋଇଛି । ନିର୍ବାଚନ ପରଠାରୁ ବିଶେଷ କରି ଭକ୍ତ ଚରଣ ଦାସ ପିସିସି ସଭାପତି ହେବା ପରେ କଂଗ୍ରେସ ସରକାର ବିରୁଦ୍ଧରେ ମୁଖର ହୋଇଛି । ସରକାରଙ୍କ ବିରୁଦ୍ଧରେ ଦଳ ବିଭିନ୍ନ ସମୟରେ ଆନ୍ଦୋଳନକୁ ଓହ୍ଲାଇ ରାଜ୍ୟବାସୀଙ୍କ ଆସ୍ଥା ଭାଜନ ହେବାକୁ ଉଦ୍ୟମ କରିଛି ଓ କିଛି ମାତ୍ରାରେ ସଫଳ ମଧ୍ୟ ହୋଇଛି । ଏହି ନିର୍ବାଚନରେ ବିଜୟୀ ହେଲେ ଦଳ ରାଜ୍ୟବାସୀଙ୍କ ଅଧିକ ନିକଟତର ହେବାକୁ ଆଶା ବାନ୍ଧିଛି । ତିନିଦଳ ନୂଆପଡାବାସୀଙ୍କ ହୃଦୟ ଜିତିବାକୁ ଜୋରଦାର ପ୍ରଚାର ମଧ୍ୟ କରିଛନ୍ତି । କଂଗ୍ରେସ ଆଦିବାସୀ କାର୍ଡ ଖେଳିଥିଲା ବେଳେ ବିଜେଡି ମହିଳା କାର୍ଡ ଖେଳିଛି । ଅପରପକ୍ଷେ ବିଜେପି ଅନୁକମ୍ପା ଭୋଟ ହାତେଇ ବିଜୟୀ ହେବାକୁ ରାଜେନ୍ଦ୍ର ଢୋଲକିଆଙ୍କ ପୁଅଙ୍କୁ ପ୍ରାର୍ଥୀ କରିଛି । ଏବେ ନିର୍ବାଚନରେ ଅବତୀର୍ଣ୍ଣ ହୋଇଥିବା ସବୁ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟରଙ୍କ ପାଖରେ ବନ୍ଧା ପଡିଛି ।

Leave a comment

Your email address will not be published. Required fields are marked *