Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ନୂଆପଡା ଉପନିର୍ବାଚନକୁ ଗୋଟିଏ ଦିନ ବାକି: ସମ୍ମାନ, ଆହ୍ୱାନ ଓ ଆସ୍ଥାଭାଜନ ପାଇଁ ତିନି ଦଳ ଆଶାବାଦୀ

ନୂଆପଡା ଉପନିର୍ବାଚନକୁ ଗୋଟିଏ ଦିନ ବାକି: ସମ୍ମାନ, ଆହ୍ୱାନ ଓ ଆସ୍ଥାଭାଜନ ପାଇଁ ତିନି ଦଳ ଆଶାବାଦୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଉ ଗୋଟିଏ ଦିନ ପରେ ନୂଆପଡ଼ାରେ ଭୋଟ ଗ୍ରହଣ ହେବ । ଅଢେଇ ଲକ୍ଷରୁ ଅଧିକ ଭୋଟର ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ । ଗତକାଲି ଠାରୁ ପ୍ରଚାର ଶେଷ ହୋଇ ସାରିଛି । ଭୋଟ ଗ୍ରହଣ ପାଇଁ ସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତି ହୋଇଥିଲା ବେଳେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । ଭୋଟ ଗ୍ରହଣ ପାଇଁ ପ୍ରଶାସନିକ ସ୍ତରରେ ସବୁ ପ୍ରସ୍ତୁତି ସରି ସାରିଛି । ଅନ୍ୟ ପକ୍ଷରେ ତିନି ଦଳ ଏବେ ଆଶା ଆଶଙ୍କାରେ ବୁଡି ରହିଛନ୍ତି । ସାଧାରଣ ନିର୍ବାଚନ ପରେ ପ୍ରଥମ ଥର ରାଜ୍ୟରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ନୂଆପଡା ନିର୍ବାଚନ ମଣ୍ଡଳୀରେ ଗତ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ । ତାଙ୍କର ଦେହାନ୍ତ କାରଣରୁ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଶାସକ ଦଳ ଭାବେ ବିଜେପି ପାଇଁ ଏହି ଉପନିର୍ବାଚନ ସମ୍ମାନର ପ୍ରଶ୍ନ ହୋଇ ଛିଡା ହୋଇଥିଲା ବେଳେ ବିଜେଡି ପାଇଁ ଆହ୍ୱାନ ହୋଇଛି । ଅପରପକ୍ଷେ ଏହା କଂଗ୍ରେସ ପାଇଁ ଆସ୍ଥାଭାଜନର ପ୍ରଶ୍ନ ହୋଇଛି ।

ଶାସକ ଦଳ ଭାବେ ବିଜେପି ପ୍ରଥମ ଥର ଏହି ଉପନିର୍ବାଚନକୁ ସମ୍ମୁଖୀନ ହେଉଛି । ତେଣୁ ଦଳ ପାଇଁ ଓ ସରକାର ପାଇଁ ଏହା ସମ୍ମାନର ପ୍ରଶ୍ନ ହୋଇଛି । ଏହି ନିର୍ବାଚନ ଜିତିଲେ ବିଜେପି ପ୍ରତି ରାଜ୍ୟବାସୀଙ୍କ ସମର୍ଥନ ଅଛି ବୋଲି ପ୍ରମାଣିତ ହେବ । ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଇଁ ମଧ୍ୟ ସମ୍ମାନର ପ୍ରଶ୍ନ ହୋଇଛି । ଦଳ ଏଠାରେ ବିଜୟୀ ହେଲେ ଉଭୟଙ୍କ ପତିଆରା ମଧ୍ୟ ବୃଦ୍ଧି ପାଇବ । ଅନ୍ୟପକ୍ଷରେ ବିଜେଡି ପାଇଁ ଏହା ଆହ୍ୱାନ ଭରା ହୋଇଛି । ଗତ ନିର୍ବାଚନରେ ଏହି ଆସନରୁ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିଲା ବେଳେ ପୁନର୍ବାର ଏହି ଆସନକୁ ନିଜ ଅକ୍ତିୟାରକୁ ଆଣିବାକୁ ବିଜେଡି ଝାଳବୁହା ଉଦ୍ୟମ କରୁଛି । ଦଳ ଏହି ନିର୍ବାଚନକୁ କେତେ ଗୁରୁତ୍ୱ ଦେଉଛି ତାର ପ୍ରମାଣ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ଦୁଇଥର ଏହି ନିର୍ବାଚନ ମଣ୍ଡଳୀକୁ ଗସ୍ତ କରିବା । କଂଗ୍ରେସ ପାଇଁ ଏହା ଆସ୍ଥାଭାଜନର ବିଷୟ ହୋଇଛି । ନିର୍ବାଚନ ପରଠାରୁ ବିଶେଷ କରି ଭକ୍ତ ଚରଣ ଦାସ ପିସିସି ସଭାପତି ହେବା ପରେ କଂଗ୍ରେସ ସରକାର ବିରୁଦ୍ଧରେ ମୁଖର ହୋଇଛି । ସରକାରଙ୍କ ବିରୁଦ୍ଧରେ ଦଳ ବିଭିନ୍ନ ସମୟରେ ଆନ୍ଦୋଳନକୁ ଓହ୍ଲାଇ ରାଜ୍ୟବାସୀଙ୍କ ଆସ୍ଥା ଭାଜନ ହେବାକୁ ଉଦ୍ୟମ କରିଛି ଓ କିଛି ମାତ୍ରାରେ ସଫଳ ମଧ୍ୟ ହୋଇଛି । ଏହି ନିର୍ବାଚନରେ ବିଜୟୀ ହେଲେ ଦଳ ରାଜ୍ୟବାସୀଙ୍କ ଅଧିକ ନିକଟତର ହେବାକୁ ଆଶା ବାନ୍ଧିଛି । ତିନିଦଳ ନୂଆପଡାବାସୀଙ୍କ ହୃଦୟ ଜିତିବାକୁ ଜୋରଦାର ପ୍ରଚାର ମଧ୍ୟ କରିଛନ୍ତି । କଂଗ୍ରେସ ଆଦିବାସୀ କାର୍ଡ ଖେଳିଥିଲା ବେଳେ ବିଜେଡି ମହିଳା କାର୍ଡ ଖେଳିଛି । ଅପରପକ୍ଷେ ବିଜେପି ଅନୁକମ୍ପା ଭୋଟ ହାତେଇ ବିଜୟୀ ହେବାକୁ ରାଜେନ୍ଦ୍ର ଢୋଲକିଆଙ୍କ ପୁଅଙ୍କୁ ପ୍ରାର୍ଥୀ କରିଛି । ଏବେ ନିର୍ବାଚନରେ ଅବତୀର୍ଣ୍ଣ ହୋଇଥିବା ସବୁ ପ୍ରାର୍ଥୀଙ୍କ ଭାଗ୍ୟ ଭୋଟରଙ୍କ ପାଖରେ ବନ୍ଧା ପଡିଛି ।

Leave a comment

Your email address will not be published. Required fields are marked *