Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ପଡୋଶୀ ଜିଲ୍ଲାରେ ଖର୍ଚ୍ଚ ହେଉଛି ୭୦ ଭାଗ ଡିଏମଏଫ ଅର୍ଥ: ଡ୍ୟାନିଙ୍କୁ ଛାଡିଲେ ଅନ୍ୟ ନେତୃମଣ୍ଡଳୀ ନିରବ !

ପଡୋଶୀ ଜିଲ୍ଲାରେ ଖର୍ଚ୍ଚ ହେଉଛି ୭୦ ଭାଗ ଡିଏମଏଫ ଅର୍ଥ: ଡ୍ୟାନିଙ୍କୁ ଛାଡିଲେ ଅନ୍ୟ ନେତୃମଣ୍ଡଳୀ ନିରବ !

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଯାଜପୁର ଜିଲ୍ଲା ଖଣିଜ ନ୍ୟାସ ପାଣ୍ଠି(ଡିଏମଏଫ) ଫଣ୍ଡ ଅର୍ଥର ୭୦% ଅର୍ଥ ପଡୋଶୀ ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଖର୍ଚ୍ଚ ହେଉଛି । ଯାଜପୁର ଜିଲ୍ଲା ଖଣିରୁ ଆଦାୟ ହେଉଥିବା ଅର୍ଥର ୩୦% ରହୁଛି ଯାଜପୁର ଜିଲ୍ଲାରେ । ସେହି ଅର୍ଥ ମଧ୍ୟ ଉଚିତ ଢଙ୍ଗରେ ଖର୍ଚ୍ଚ ହୋଇ ପାରୁନାହିଁ । ଜିଲ୍ଲାରୁ ଆଦାୟ ହେଉଥିବା ଅର୍ଥ ଜିଲ୍ଲା ବାହାରକୁ ଚାଲି ଯାଉଥିଲା ବେଳେ ଦଳ ମତ ନିର୍ବିଶେଷରେ ଯେଉଁଠି ପ୍ରତିବାଦର ସ୍ବର ଉଠିବା କଥା ସେଠାରେ କେବଳ ସୁକିନ୍ଦାର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ(ଡ୍ୟାନି) ପ୍ରତିବାଦ କରୁଥିଲା ବେଳେ ଅନ୍ୟମାନେ ଆଶ୍ଚର୍ଯ୍ୟ ଜନକ ଭାବେ ନିରବ ରହୁଛନ୍ତି । ଖୋଦ ସୁକିନ୍ଦାର ବର୍ତ୍ତମାନର ବିଧାୟକ ତଥା ସମବାୟ ମନ୍ତ୍ରୀ ନିଜ ଅଞ୍ଚଳର ସ୍ୱାର୍ଥକୁ ଦୃଷ୍ଟି ନଦେଇ ନିରବ ରହିବା କେବଳ ସୁକିନ୍ଦାର ଜନସାଧାରଣ ନୁହେଁ ଜିଲ୍ଲାବାସୀଙ୍କୁ ମଧ୍ୟ ଚକିତ କରୁଛି । ଜିଲ୍ଲାର ଏକମାତ୍ର ମନ୍ତ୍ରୀ ହୋଇ ଏହାର ପ୍ରତିରୋଧ କାହିଁକି କରୁ ନାହାନ୍ତି ତାକୁ ନେଇ ପ୍ରଶ୍ନ ଉଠିବା ସ୍ୱାଭାବିକ । ଡିଏମଏଫ ଟ୍ରଷ୍ଟ ବୋର୍ଡ଼ରେ ଖଣି ପ୍ରଭାବିତ ପଞ୍ଚାୟତର ଲୋକ ପ୍ରତିନିଧି ମାନଙ୍କୁ ସ୍ଥାନ ଦିଆ ଯାଇନାହିଁ । ଫଳରେ ପ୍ରଭାବିତ ଅଞ୍ଚଳର ସମସ୍ୟା ଟ୍ରଷ୍ଟ ବୋର୍ଡରେ ଉଚିତ ଢଙ୍ଗରେ ଆଲୋଚନା ହୋଇ ପାରୁନାହିଁ । ଏହା ସହିତ ବୈଠକରେ ଜିଲ୍ଲା ବାହାରକୁ ଯାଉଥିବା ଅର୍ଥ ବିରୁଦ୍ଧରେ ପ୍ରତିବାଦ କରିବାକୁ ମଧ୍ୟ ସେମାନେ ସୁଯୋଗ ପାଉ ନାହାଁନ୍ତି । ଜିଲ୍ଲା ଡିଏମଏଫ ଟ୍ରଷ୍ଟ ବୋର୍ଡର ମୁଖ୍ୟ ହୋଉଛନ୍ତି ଜିଲ୍ଲାପାଳ। ଜିଲ୍ଲାପାଳ ମଧ୍ୟ ଏ ନେଇ ପଦକ୍ଷେପ ନେଉ ନଥିବା ଅଭିଯୋଗ ହେଉଛି । ଖଣି ପ୍ରଭାବିତ ଅଞ୍ଚଳବାସୀ ଧୂଳି ଖାଇ କିଡ଼ନୀ, କ୍ୟାନ୍ସର ଭଳି ମାରାତ୍ମକ ରୋଗରେ ପୀଡିତ ହୋଉଛନ୍ତି । ହେଲେ ସେମାନଙ୍କ ସମସ୍ୟା ସମାଧାନ ନେଇ କୌଣସି ଠୋସ ପଦକ୍ଷେପ ନିଆଯାଉନାହିଁ । ସୁକିନ୍ଦାବାସୀଙ୍କ ବୃହତ ସ୍ୱାର୍ଥ ପ୍ରତି ଜିଲ୍ଲା ପ୍ରଶାସନ ସହିତ ଜିଲ୍ଲାର ପ୍ରଭାବଶାଳୀ ନେତୃମଣ୍ଡଳୀ ଦୃଷ୍ଟି ଦେବା ଜରୁରୀ ହୋଇଥିଲା ବେଳେ ଜିଲ୍ଲାର ନେତୃମଣ୍ଡଳୀ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ଉପରେ କେବେ ଚାପ ପ୍ରୟୋଗ କରି ଜିଲ୍ଲାରୁ ପଡୋଶୀ ଜିଲ୍ଲାକୁ ଚାଲିଯାଉଥିବା ଅର୍ଥକୁ କେବେ ଜିଲ୍ଲାରେ ଖର୍ଚ୍ଚ କରି ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ସମସ୍ୟା ସମାଧାନ ପ୍ରତି ଦୃଷ୍ଟି ଦେବେ ତାକୁ ଜିଲ୍ଲାବାସୀଙ୍କ ଅପେକ୍ଷା ।ଜିଲ୍ଲାପାଳ ଜିଲ୍ଲା ସ୍ୱାର୍ଥ ଓ ସୁକିନ୍ଦାବାସୀଙ୍କ ସ୍ୱାର୍ଥ ପ୍ରତି ଦୃଷ୍ଟି ଦେଇ ତୁରନ୍ତ ପଦକ୍ଷେପ ନେବା ଜରୁରୀ ହୋଇଛି ।

Leave a comment

Your email address will not be published. Required fields are marked *