orissaleads

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ଇରାନ୍ ଉପରେ ଇସ୍ରାଏଲର ଭୟଙ୍କର ଏୟାର ଷ୍ଟ୍ରାଇକ୍

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ବାଣିଜ୍ୟ ରାଜିନାମା ପାଇଁ ଭାରତ ଉପରେ ଟ୍ରମ୍ପଙ୍କ ଚାପ ସୃଷ୍ଟି ଉଦ୍ୟମ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ପାକିସ୍ତାନକୁ ୪ ଭାଗ କରିଦେଇଥାନ୍ତା ଭାରତ, ସନ୍ତ୍ରସବାଦୀ ହାଫିଜ୍‌, ମସୁଦକୁ ହସ୍ତାନ୍ତର ପରେ ହିଁ କଥାବାର୍ତ୍ତା-ରାଜନାଥ ସିଂ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ଜୁନ ୬ ତାରିଖ ସୁକିନ୍ଦାରେ କଳା ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି, ଦାନଗଦି ବ୍ଲକରେ ପ୍ରସ୍ତୁତି ବୈଠକ ଆୟୋଜିତ

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

ଭାଗ ଭାଗ ହୋଇଯିବା ଅବସ୍ଥାରେ ପାକିସ୍ତାନ !

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

କରାଚି ବନ୍ଦର ଧ୍ୱଂସ, ବଲୁଚ ବିଦ୍ରୋହୀଙ୍କ ହମଲା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ମିଆଁମାରରେ ଭୂକମ୍ପ ପରେ ଭାରତ ପକ୍ଷରୁ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା

Blog Post

orissaleads > ମନୋରଞ୍ଜନ > ପର ପାରିରେ ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ, ସାରା ଦେଶରେ ଶୋକ

ପର ପାରିରେ ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ, ସାରା ଦେଶରେ ଶୋକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବରିଷ୍ଠ ଅଭିନେତା ତଥା ଦେଶାତ୍ମବୋଧକ ଚଳଚ୍ଚିତ୍ରର ଲୋକପ୍ରିୟ ଅଭିନେତା ମନୋଜ କୁମାରଙ୍କର ୮୭ ବର୍ଷ ବୟସରେ ମୁମ୍ବାଇର କୋକିଳାବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରେ ଦେହାନ୍ତ ହୋଇଛି । ନିଜ ଫିଲ୍ମ କ୍ୟାରିୟରରେ ସ୍ୱର୍ଗତ ମନୋଜ ଏକାଧିକ ଦେଶାତ୍ମବୋଧକ ଚଳଚ୍ଚିତ୍ରରେ ଅଭିନୟ କରି ବେଶ ଲୋକପ୍ରିୟ ହୋଇଥିଲେ । ଯେଉଁଥିପାଇଁ ପ୍ରସଂଶକ ତାଙ୍କୁ ଶ୍ରଦ୍ଧାରେ ‘ଭାରତ କୁମାର’ ବୋଲି ସମ୍ବୋଧନ କରନ୍ତି । କ୍ରାନ୍ତି, ଉପକାର ଭଳି ଦେଶାତ୍ମବୋଧକ ଚଳଚ୍ଚିତ୍ର ପାଇଁ ବେଶ ଚର୍ଚ୍ଚିତ ଥିଲେ ମନୋଜ ।

ସହାରା, ଚାନ୍ଦ, ପୂରବ ଔର ପଶ୍ଚିମ, ନସିବ, ମେରି ଆୱାଜ ସୁନୋ, ନୀଳ କମଲ, ଉପକାର, ପଥର କେ ସନମ, ପିୟା ମିଲନ ଭଳି ଲୋକପ୍ରିୟ ଚଳଚ୍ଚିତ୍ରରେ କାମ କରି ସେ ବେଶ ପ୍ରସଂଶା ସାଉଁଟି ଥିଲେ । ନିଜର ଦକ୍ଷତା ବଳରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସହ ପଦ୍ମଶ୍ରୀ ଓ ଦାଦା ସାହେବ ଫାଲ୍‌କେ ଆୱାର୍ଡରେ ସମ୍ମାନିତ ହୋଇଥିଲେ ମନୋଜ ।

୧୯୫୭ରେ ଫିଲ୍ମ ଫ୍ୟାସନ ଜରିଆରେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ ମନୋଜ କୁମାର । ୧୯୬୫ ମସିହା ଥିଲା ତାଙ୍କ କ୍ୟାରିୟର ଶୀର୍ଷରେ ପହଞ୍ଚିଥିଲା । ସେହି ବର୍ଷ ଆସିଥିବା ସହିଦ ଫିଲ୍ମ ତାଙ୍କ କ୍ୟାରିୟରକୁ ମାଇଲ ଖୁଣ୍ଟ ଥିଲା । ଏହା ପରେ ସେ ପଛକୁ ଫେରି ଚାହିଁ ନଥିଲେ । ସେ ଯେ କୌଣସି ଚରିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହେଉଥିଲେ । ତାଙ୍କ ଚଳଚ୍ଚିତ୍ରର ଗୀତ ଗୁଡିକ ମଧ୍ୟ ବେଶ ଲୋକପ୍ରିୟ ହେଉଥିଲା । ତାଙ୍କ ଅଭିନୀତ ଉପକାର ଫିଲ୍ମର ଗୀତ ‘ମେରେ ଦେଶ କି ଧରତୀ ସୋନା ଉଗଲେ, ଉଗଲେ ହୀରା ମୋତି’ ଆଜି ବି ବେଶ ଲୋକପ୍ରିୟ ।

୧୯୩୭ ମସିହା ଜୁଲାଇ ୨୪ ତାରିଖରେ ମନୋଜ କୁମାର ପରାଧୀନ ଭାରତ ତଥା ଏବର ପାକିସ୍ତାନରେ ଗ୍ରହଣ କରିଥିଲେ । ତାଙ୍କ ପ୍ରକୃତ ନାଁ ଥିଲା ହରିକୃଷ୍ଣ ଗିରି ଗୋସ୍ଵାମୀ । ଦେଶ ବିଭାଜନ ବେଳେ ତାଙ୍କ ପରିବାର ଦିଲ୍ଲୀ ପଳାଇ ଆସିଥିଲେ । ଏହା ପରେ ସେ ମୁମ୍ବାଇ ଯାଇ ନିଜ ଭାଗ୍ୟ ପରୀକ୍ଷା କରିଥିଲେ । ଆଉ ନିଜ ଫିଲ୍ମ କ୍ୟାରିଅରରେ ସଫଳତାର ଶୀର୍ଷକୁ ଯାଇ ପାରିଥିଲେ । ତାଙ୍କ ମୃତ୍ୟରେ ବଲିଉଡ ଫିଲ୍ମ ଦୁନିଆରେ ଶୋକର ଛାୟା ଖେଳି ଯାଇଥିଲା ବେଳେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି ।

Leave a comment

Your email address will not be published. Required fields are marked *