orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ମନୋରଞ୍ଜନ > ପର ପାରିରେ ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ, ସାରା ଦେଶରେ ଶୋକ

ପର ପାରିରେ ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ, ସାରା ଦେଶରେ ଶୋକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବରିଷ୍ଠ ଅଭିନେତା ତଥା ଦେଶାତ୍ମବୋଧକ ଚଳଚ୍ଚିତ୍ରର ଲୋକପ୍ରିୟ ଅଭିନେତା ମନୋଜ କୁମାରଙ୍କର ୮୭ ବର୍ଷ ବୟସରେ ମୁମ୍ବାଇର କୋକିଳାବେନ ଧିରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରେ ଦେହାନ୍ତ ହୋଇଛି । ନିଜ ଫିଲ୍ମ କ୍ୟାରିୟରରେ ସ୍ୱର୍ଗତ ମନୋଜ ଏକାଧିକ ଦେଶାତ୍ମବୋଧକ ଚଳଚ୍ଚିତ୍ରରେ ଅଭିନୟ କରି ବେଶ ଲୋକପ୍ରିୟ ହୋଇଥିଲେ । ଯେଉଁଥିପାଇଁ ପ୍ରସଂଶକ ତାଙ୍କୁ ଶ୍ରଦ୍ଧାରେ ‘ଭାରତ କୁମାର’ ବୋଲି ସମ୍ବୋଧନ କରନ୍ତି । କ୍ରାନ୍ତି, ଉପକାର ଭଳି ଦେଶାତ୍ମବୋଧକ ଚଳଚ୍ଚିତ୍ର ପାଇଁ ବେଶ ଚର୍ଚ୍ଚିତ ଥିଲେ ମନୋଜ ।

ସହାରା, ଚାନ୍ଦ, ପୂରବ ଔର ପଶ୍ଚିମ, ନସିବ, ମେରି ଆୱାଜ ସୁନୋ, ନୀଳ କମଲ, ଉପକାର, ପଥର କେ ସନମ, ପିୟା ମିଲନ ଭଳି ଲୋକପ୍ରିୟ ଚଳଚ୍ଚିତ୍ରରେ କାମ କରି ସେ ବେଶ ପ୍ରସଂଶା ସାଉଁଟି ଥିଲେ । ନିଜର ଦକ୍ଷତା ବଳରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସହ ପଦ୍ମଶ୍ରୀ ଓ ଦାଦା ସାହେବ ଫାଲ୍‌କେ ଆୱାର୍ଡରେ ସମ୍ମାନିତ ହୋଇଥିଲେ ମନୋଜ ।

୧୯୫୭ରେ ଫିଲ୍ମ ଫ୍ୟାସନ ଜରିଆରେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ ମନୋଜ କୁମାର । ୧୯୬୫ ମସିହା ଥିଲା ତାଙ୍କ କ୍ୟାରିୟର ଶୀର୍ଷରେ ପହଞ୍ଚିଥିଲା । ସେହି ବର୍ଷ ଆସିଥିବା ସହିଦ ଫିଲ୍ମ ତାଙ୍କ କ୍ୟାରିୟରକୁ ମାଇଲ ଖୁଣ୍ଟ ଥିଲା । ଏହା ପରେ ସେ ପଛକୁ ଫେରି ଚାହିଁ ନଥିଲେ । ସେ ଯେ କୌଣସି ଚରିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହେଉଥିଲେ । ତାଙ୍କ ଚଳଚ୍ଚିତ୍ରର ଗୀତ ଗୁଡିକ ମଧ୍ୟ ବେଶ ଲୋକପ୍ରିୟ ହେଉଥିଲା । ତାଙ୍କ ଅଭିନୀତ ଉପକାର ଫିଲ୍ମର ଗୀତ ‘ମେରେ ଦେଶ କି ଧରତୀ ସୋନା ଉଗଲେ, ଉଗଲେ ହୀରା ମୋତି’ ଆଜି ବି ବେଶ ଲୋକପ୍ରିୟ ।

୧୯୩୭ ମସିହା ଜୁଲାଇ ୨୪ ତାରିଖରେ ମନୋଜ କୁମାର ପରାଧୀନ ଭାରତ ତଥା ଏବର ପାକିସ୍ତାନରେ ଗ୍ରହଣ କରିଥିଲେ । ତାଙ୍କ ପ୍ରକୃତ ନାଁ ଥିଲା ହରିକୃଷ୍ଣ ଗିରି ଗୋସ୍ଵାମୀ । ଦେଶ ବିଭାଜନ ବେଳେ ତାଙ୍କ ପରିବାର ଦିଲ୍ଲୀ ପଳାଇ ଆସିଥିଲେ । ଏହା ପରେ ସେ ମୁମ୍ବାଇ ଯାଇ ନିଜ ଭାଗ୍ୟ ପରୀକ୍ଷା କରିଥିଲେ । ଆଉ ନିଜ ଫିଲ୍ମ କ୍ୟାରିଅରରେ ସଫଳତାର ଶୀର୍ଷକୁ ଯାଇ ପାରିଥିଲେ । ତାଙ୍କ ମୃତ୍ୟରେ ବଲିଉଡ ଫିଲ୍ମ ଦୁନିଆରେ ଶୋକର ଛାୟା ଖେଳି ଯାଇଥିଲା ବେଳେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି ।

Leave a comment

Your email address will not be published. Required fields are marked *