Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ, ପୋଲିସର ତନାଘନା

ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ, ପୋଲିସର ତନାଘନା

ଓଡ଼ିଶା ଲିଡ୍ସ(ବ୍ୟୁରୋ):ପଶ୍ଚିମବଙ୍ଗର ଏକ ଘରୋଇ ମେଡିକାଲ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀଙ୍କୁ ହସ୍ପିଟାଲ ପରିସର ଭିତରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ୨୦୨୪ ମସିହାର ଆରଜି କର ମେଡ଼ିକାଲ କଲେଜ ଘଟଣାକୁ ମନେ ପକାଇ ଦେଇଛି । ଅପରପକ୍ଷେ ଏହି ଘଟଣା ପଶ୍ଚିମବଙ୍ଗରେ ମହିଳା ମାନେ ବିଶେଷ କରି ଛାତ୍ରୀ ମାନେ କେତେ ଅସୁରକ୍ଷିତ ତାକୁ ପ୍ରମାଣିତ କରୁଛି ।
ଦୁଷ୍କର୍ମର ଶିକାର ହୋଇଥିବା ଉକ୍ତ ଯୁବତୀଙ୍କ ଘର ଓଡ଼ିଶାର ବାଲେଶ୍ବର ଜିଲ୍ଲାରେ ବୋଲି ସୂଚନା ମିଳିଛି । ଯୁବତୀ ଜଣକ ପଶ୍ଚିମବଙ୍ଗର ସବୁଠାରୁ ବଡ଼ ଶିଳ୍ପ କେନ୍ଦ୍ର ବର୍ଦ୍ଧମାନ ଜିଲ୍ଲାର ଦୁର୍ଗାପୁରର ଶୋଭାପୁର ନିକଟରେ ଅବସ୍ଥିତ ଏକ ଘରୋଇ ମେଡିକାଲ କଲେଜରେ ଡାକ୍ତରୀ ପଢୁଛନ୍ତି।
ସୂଚନା ଅନୁଯାୟୀ, ଛାତ୍ରୀ ଜଣକ ଶୁକ୍ରବାର ରାତି ୮.୩୦ ସମୟରେ ତାଙ୍କ ପୁରୁଷ ବନ୍ଧୁଙ୍କ ସହ କ୍ୟାମ୍ପସରୁ ବାହାରକୁ ଆସିଥିଲେ। କ୍ୟାମ୍ପସ ଗେଟ୍ ନିକଟରେ, ଜଣେ ବ୍ୟକ୍ତି ତାଙ୍କୁ ହସ୍ପିଟାଲ ପଛପଟେ ଏକ ନିର୍ଜନ ସ୍ଥାନକୁ ଟାଣି ନେଇ ଦୁଷ୍କର୍ମ କରିଥିଲା ବୋଲି ଅଭିଯୋଗ ହୋଇଛି ।
ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୀଡିତାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ମେଡିକାଲ କଲେଜର କର୍ମଚାରୀ ଏବଂ ଯୁବତୀଙ୍କ ସହିତ ଆସିଥିବା ପୁରୁଷ ବନ୍ଧୁ ସମେତ ଅନ୍ୟ ବ୍ୟକ୍ତିମାନଙ୍କୁ ମଧ୍ୟ ପଚରାଉଚରା ଆରମ୍ଭ କରିଛି। ଏହି ଘଟଣା ଉକ୍ତ ମେଡ଼ିକାଲ କଲେଜ କ୍ୟାମ୍ପସର ସୁରକ୍ଷା ପ୍ରତି ମଧ୍ୟ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ।
ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହାକୁ ଦୃଢ଼ ଭାବେ ନିନ୍ଦା କରିଛନ୍ତି। ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିକଟରେ ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦୃଢ଼ ଦାବି ଜଣାଇଛନ୍ତି।

ଏହି ଘଟଣା ସମ୍ପର୍କରେ ପଶ୍ଚିମବଙ୍ଗ ସରକାରଙ୍କ ସହ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହ ପୀଡ଼ିତାଙ୍କ ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Leave a comment

Your email address will not be published. Required fields are marked *