orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ର୍ଜାତୀୟ > ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍‌ରେ ତ୍ରୁଟି: ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ରର ରିପୋର୍ଟ ତଲବ

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍‌ରେ ତ୍ରୁଟି: ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ରର ରିପୋର୍ଟ ତଲବ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଦିନ ପଶ୍ଚିମବଙ୍ଗ ବାଗଡୋଗ୍ରା ବିମାନବନ୍ଦର ନିକଟରେ ଆୟୋଜିତ ଏକ ଆଦିବାସୀ ସମ୍ପ୍ରଦାୟର କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ହେଲେ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତାଙ୍କ ରାଜ୍ୟର ମନ୍ତ୍ରୀମାନେ ଉପସ୍ଥିତ ନଥିଲେ । ଏହା ସହିତ ଶେଷ ମୁହୂର୍ତ୍ତରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମର ସ୍ଥାନ ମଧ୍ୟ ପରିବର୍ତ୍ତନ କରିଥିଲେ । ଏହାକୁ ନେଇ ରାଷ୍ଟ୍ରପତି ପ୍ରଶ୍ନ ଉଠାଇଥିଲେ । ରାଷ୍ଟ୍ରପତିଙ୍କ ପଶ୍ଚିମବଙ୍ଗ ଗସ୍ତ ସମୟରେ ପ୍ରୋଟୋକଲ୍‌ରେ ଗୁରୁତର ତ୍ରୁଟି ହୋଇଥିବା ଘଟଣା ଏବେ ଜୋର ଧରିଛି ।

କେନ୍ଦ୍ର ଗୃହ ସଚିବ ଏହି ମାମଲାରେ ହସ୍ତକ୍ଷେପ କରି ପଶ୍ଚିମବଙ୍ଗର ମୁଖ୍ୟ ସଚିବଙ୍କୁ ସମନ କରିଛନ୍ତି । ତାଙ୍କୁ ରବିବାର ଅପରାହ୍ନ ୫ଟା ସୁଦ୍ଧା ସ୍ପଷ୍ଟୀକରଣ ଦେବାକୁ କୁହାଯାଇଛି ଏବଂ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ପ୍ରୋଟୋକଲ୍ ପାଳନ କରାଯାଇ ନଥିଲା ତାହା ମଧ୍ୟ ପଚରାଯାଇଛି । କେନ୍ଦ୍ର ଗୃହ ସଚିବ ପଶ୍ଚିମବଙ୍ଗ ମୁଖ୍ୟ ସଚିବଙ୍କୁ ରାଷ୍ଟ୍ରପତିଙ୍କ ଗସ୍ତ ସହିତ ଜଡିତ ସୁରକ୍ଷା ଏବଂ ପ୍ରୋଟୋକଲ୍ ନିୟମର ବ୍ଲୁ ବୁକ୍ କାହିଁକି ପାଳନ କରାଯାଇ ନାହିଁ ଓ କାର୍ଯ୍ୟକ୍ରମର ସ୍ଥାନ କାହିଁକି ପରିବର୍ତ୍ତନ କରାଯାଇଥିଲା ତାହା ସ୍ପଷ୍ଟ କରିବାକୁ କହିଛନ୍ତି ।

ଅନ୍ୟ ପକ୍ଷରେ ବାଗଡୋଗ୍ରା ନିକଟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଲୋକଙ୍କ ଉପସ୍ଥିତି କମ୍ ଥିବାରୁ ରାଷ୍ଟ୍ରପତି ଅସନ୍ତୋଷ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମ ପ୍ରଥମେ ବିଧାନନଗରରେ ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା କିନ୍ତୁ ପରେ ସ୍ଥାନ ପରିବର୍ତ୍ତନ କରାଯାଇଥିଲା । ସମାବେଶକୁ ସମ୍ବୋଧିତ କରି ରାଷ୍ଟ୍ରପତି ମୁର୍ମୁ କହିଥିଲେ, ସାଧାରଣତଃ, ଯେତେବେଳେ ରାଷ୍ଟ୍ରପତି କୌଣସି ରାଜ୍ୟ ଗସ୍ତ କରନ୍ତି, ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ୱାଗତ କରନ୍ତି ଏବଂ ଅନ୍ୟ ମନ୍ତ୍ରୀମାନେ ଉପସ୍ଥିତ ଥାଆନ୍ତି। କିନ୍ତୁ ମମତା ବାନାର୍ଜୀ ଆସି ନାହାନ୍ତି କି ମନ୍ତ୍ରୀ ମଣ୍ଡଳର କୌଣସି ସଦସ୍ୟ ଆସି ନାହାନ୍ତି । ରାଜ୍ୟପାଳଙ୍କୁ ବଦଳି କରାଯାଇଛି ବୋଲି ସେ ମଧ୍ୟ ଆସିପାରି ନାହାନ୍ତି। ତାରିଖ ପୂର୍ବରୁ ସ୍ଥିର ହୋଇସାରିଥିବାରୁ ମୁଁ ଏଠାକୁ ଆସିଛି। ସଭାକୁ ଆସିଥିବା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ରାଷ୍ଟ୍ରପତି । ରାଷ୍ଟ୍ରପତି କହିଥିଲେ, ମମତା ବାନାର୍ଜୀ ମୋ ସାନ ଭଉଣୀ ପରି। ମୁଁ ମଧ୍ୟ ବଙ୍ଗଳାର ଝିଅ, କିନ୍ତୁ ମୁଁ ବୁଝିପାରୁନାହିଁ ଯେ, ମୋତେ ସେଠାକୁ ଯିବାକୁ କାହିଁକି ଅନୁମତି ଦିଆଗଲା ନାହିଁ। ମୁଁ ଜାଣିନାହିଁ ସେ ଅସନ୍ତୁଷ୍ଟ ଅଛନ୍ତି କି ନାହିଁ, କିନ୍ତୁ ଏଥିରେ କୌଣସି ଫରକ ପଡ଼େ ନାହିଁ। ଆପଣମାନେ ସମସ୍ତେ ଖୁସି ହୁଅନ୍ତୁ ବୋଲି ମଧ୍ୟ ରାଷ୍ଟ୍ରପତି କହିଥିଲେ । ଏହି ବିବାଦ ଏବେ ସାରା ଦେଶରେ ଚର୍ଚ୍ଚା ସୃଷ୍ଟି କରିବା ସହିତ ମମତା ତୀବ୍ର ବିରୋଧର ସମ୍ମୁଖୀନ ହୋଇଛନ୍ତି ।

Leave a comment

Your email address will not be published. Required fields are marked *