ଓଡ଼ିଶା ଲିଡ୍ସ(ବ୍ୟୁରୋ): ଶ୍ରୀମନ୍ଦିରରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସରକାର ଯତ୍ନବାନ ହୋଇଛନ୍ତି । ଆଗାମି ଦିନରେ ହେବାକୁଥିବା ଧାଡ଼ି ଦର୍ଶନ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା ପ୍ରକାଶ ମିଶ୍ର ଆଜି ଶ୍ରୀମନ୍ଦିରରେ ପହଞ୍ଚି ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି । ଆଜି ପୁରୀ ଗସ୍ତରେ ଆସି ଶ୍ରୀ ମିଶ୍ର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସପି ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ ।
