Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବଜ୍ରାଘାତ ନେଲା ଦୁଇ ନାବାଳକଙ୍କ ଜୀବନ, ଚିକିତ୍ସାଳୟରେ ପହଞ୍ଚିଲେ ଧର୍ମଶାଳା ବିଧାୟକ

ବଜ୍ରାଘାତ ନେଲା ଦୁଇ ନାବାଳକଙ୍କ ଜୀବନ, ଚିକିତ୍ସାଳୟରେ ପହଞ୍ଚିଲେ ଧର୍ମଶାଳା ବିଧାୟକ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ହୋଇଥିଲା ବେଳେ ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ଅଞ୍ଜିରା ପଞ୍ଚାୟତରେ ଦୁଇଜଣ ନାବଳକଙ୍କ ମୃତ୍ୟୁ ହୋଇଛି । ଆଦିବାସୀ ଅଧ୍ୟୁଷିତ ବୁରୁସାହିରେ ଏହି ଅଘଟଣ ଘଟିଛି । ଆଜି ଅପରାହ୍ନରେ ବଜ୍ରାଘାତରେ ଦୁଇ ନାବାଳକଙ୍କ ମୃତ୍ୟୁ ଘଟିଛି । ସୂଚନା ମୁତାବକ, ଶୁକ୍ରବାର ଦିନ ସଂଧ୍ୟା ପ୍ରାୟ ୫ଘଟିକା ସମୟରେ ବୁରୁସାହି ଗ୍ରାମର ଦୁଇ ନାବାଳକ ପାଣ୍ଡେ ଚେତାରଙ୍କ ପୁଅ ଟୁକୁଲି ଚେତାର(୧୨) ଓ ଅର୍ଜୁନ ହେମ୍ବ୍ରମଙ୍କ ପୁଅ ତାରା ହେମ୍ବ୍ରମ(୧୩) ଗାଁ ଦାଣ୍ଡରେ ଖେଳୁଥିବା ସମୟରେ ତାଙ୍କ ଉପରେ ବଜ୍ରପାତ ହୋଇଥିଲା ଏବଂ ଉଭୟ ଗୁରୁତର ହୋଇଥିଲେ । ପରେ ଉଭୟଙ୍କୁ ଉଦ୍ଧାର କରାଯାଇ ଗ୍ରାମବାସୀ ଏକ ଆମ୍ବୁଲାନ୍ସ ଯୋଗେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ପାଇ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ସମସ୍ତ ପ୍ରକାର ସରକାରୀ ସାହାଯ୍ୟ ପ୍ରଦାନ କରାଯିବ ବୋଲି ବିଧାୟକ ଶ୍ରୀ ସାହୁ ପ୍ରତିଶ୍ରୁତି ଦେଇଛନ୍ତି ।

Leave a comment

Your email address will not be published. Required fields are marked *