ଓଡ଼ିଶା ଲିଡ୍ସ(ବ୍ୟୁରୋ): ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ପରଲୋକ ହୋଇଯାଇଛି। ଆଜି ତାଙ୍କର ଦେହାନ୍ତ ହୋଇଛି । ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀର ବିଧାୟିକା ଥିଲେ । ଆଜି ସକାଳେ ସେ ନିଜ ଭୁବନେଶ୍ୱର ସ୍ଥିତ ବାସଭବନରେ ଅସୁସ୍ଥତା ଅନୁଭବ କରିଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା। ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲା ବେଳେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ପୂର୍ବତନ ଅର୍ଥମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ, ପୂର୍ବତନ ମନ୍ତ୍ରୀ ତଥା କୋରେଇର ପୂର୍ବତନ ବିଧାୟକ ଇଂ ପ୍ରୀତିରଞ୍ଜନ ଘଡାଇ, ବହୁ ବିଜେପି ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ୱର୍ଗତା ମହାନ୍ତି ୧୯୫୮ ମସିହାର ସେପ୍ଟେମ୍ବର ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ରାଜେନ୍ଦ୍ର କୁମାର ସିଂହ। ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରିଥିଲେ ଏବଂ ପରେ ଓଡ଼ିଶୀ ନୃତ୍ୟରେ ସ୍ନାତକତ୍ତୋର ଡିଗ୍ରୀ ଲାଭ କରିଥିଲେ । ପରବର୍ତ୍ତୀ ସମୟରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଇନ ପଢ଼ିଥିଲେ । ସେ ଜଣେ ଆଇନଜୀବି ଭାବରେ ମଧ୍ୟ କାର୍ଯ୍ୟ କରୁଥିଲେ ।




















