Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ବାରଗାଡ଼ିଆ ଦଳିତ ସାହି ସହିତ କଳିଙ୍ଗନଗର ସମସ୍ୟା ନେଇ ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇଙ୍କ ଆଲୋଚନା

ବାରଗାଡ଼ିଆ ଦଳିତ ସାହି ସହିତ କଳିଙ୍ଗନଗର ସମସ୍ୟା ନେଇ ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇଙ୍କ ଆଲୋଚନା

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅଧିନ ବାରଗାଡ଼ିଆ ଦଳିତ ବସ୍ତିର ବିସ୍ଥାପନ ନେଇ ଦେଖା ଦେଇଥିବା ସମସ୍ୟା ସହିତ କଳିଙ୍ଗନଗରର ଅନ୍ୟାନ୍ୟ ସମସ୍ୟା ନେଇ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଛନ୍ତି ପୂର୍ବତନ ବିଧାୟକ ତଥା ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଆଜି ଏହି ଆଲୋଚନା ସମୟରେ ଇଂ ଘଡାଇ ଟାଟାର ଦୁଇଟି କମ୍ପାନୀ ମଧ୍ୟ ସ୍ଥଳରେ ଥିବା ଏହି ଦଳିତ ବସ୍ତି ବାସିନ୍ଦାଙ୍କ ସମସ୍ୟା ନେଇ ଆଲୋଚନା କରିଥିଲେ । ପୂର୍ବ ସରକାର ସମୟରେ ଆରପିଡିଏସି ବୈଠକରେ ଏହି ବସ୍ତି ବାସିନ୍ଦାଙ୍କ ବିସ୍ଥାପନ ନେଇ ଆଲୋଚନା ହେବା ସହିତ ଓଳିଆ ଗ୍ରାମ ପଞ୍ଚାୟତରେ ଥିବା ଇଡ଼କୋ ଜମିରେ ବାସଗୃହ ନିର୍ମାଣ କରିବାକୁ ନିଷ୍ପତ୍ତି ନିଆ ଯାଇଥିଲା ବୋଲି ପ୍ରକାଶ କରିଥିଲେ । ଏହା ସହିତ ବର୍ଷାଧିକ କାଳ ହେଲା ଏହି ବସ୍ତି ଲୋକଙ୍କୁ ବିସ୍ଥାପନ କରାଯାଇ ପାରି ନଥିବାରୁ ଉଦବେଗ ପ୍ରକାଶ କରିଥିଲେ । ସେମାନେ ବିସ୍ଥାପିତ ହୋଇ ନ ପାରିବାରୁ ଉଭୟ ଶିଳ୍ପର ଧୂଳି, ଧୂଆଁ ଓ ପ୍ରଦୂଷଣ ଫଳରେ ବସ୍ତିର ବହୁ ଲୋକ ବିଭିନ୍ନ ମାରାତ୍ମକ ରୋଗରେ ପୀଡିତ ହେଉଥିବା ବେଳେ କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ପ୍ରକାଶ କରିଥିଲେ । ଏ ନେଇ ସରକାର ଓ ଜିଲ୍ଲା ପ୍ରଶାସନ ତ୍ୱରିତ ପଦକ୍ଷେପ ନେବାକୁ ସେ ଦାବି କରିଥିଲେ । ଆଲୋଚନା ସମୟରେ ସାରଙ୍ଗପୁର ଗ୍ରାମର ବିସ୍ଥାପନ ସମସ୍ୟାର ତୁରନ୍ତ ସମାଧାନ କରିବାକୁ ମଧ୍ୟ ଦାବି ଉପସ୍ଥାପନ କରିଥିଲେ । ଏହା ସହିତ ଆଲୋଚନା ସମୟରେ କଳିଙ୍ଗ ନଗରର ଅନ୍ୟାନ୍ୟ ସମସ୍ୟା ବିଷୟରେ ମଧ୍ୟ ଆଲୋକପାତ କରି ସରକାର ପଦକ୍ଷେପ ନେବା ଜରୁରୀ ବୋଲି କହିଥିଲେ ଇଂ ଘଡାଇ । କଳିଙ୍ଗନଗର ଅଞ୍ଚଳରେ ଟ୍ରାଫିକ ସମସ୍ୟା ଉତ୍କଟ ସମସ୍ୟା ହୋଇ ଛିଡା ହୋଇଥିବା ବେଳେ ଦୁର୍ଘଟଣାରେ ବହୁ ଜୀବନ ଯାଉଥିବା କହି କ୍ଷୋଭ ପ୍ରକାଶ କରିଥିଲେ । ବିଶେଷ କରି ଦାନଗଦିରୁ ବଙ୍ଗଳା ଛକ ଓ ଦାନଗଦି-ଡୁବୁରୀ ରାସ୍ତା ମରଣ ଜନ୍ତା ପାଲଟି ଜୀବନ ନେଉଥିବା କହିଥିଲେ । ଏହାର ସ୍ଥାୟୀ ପ୍ରତିକାର ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେବା ସହିତ ଦୈନିକ କିଭଳି ଦୁର୍ଘଟଣା ରୋକା ଯାଇ ପାରିବ ସେ ନେଇ ପଦକ୍ଷେପ ନେବାକୁ ଦାବି କରିଥିଲେ । ଏହା ସହିତ କଳିଙ୍ଗ ନଗରକୁ ଆସୁଥିବା ବିଭିନ୍ନ କମ୍ପାନୀ ସ୍ଥାନୀୟ ଯୁବକ ଯୁବତୀ ମାନଙ୍କ ନିଯୁକ୍ତିକୁ ନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେବା ସହିତ ବ୍ୟାପକ ବୃକ୍ଷ ରୋପଣ ସହିତ ପରିବେଶ ପ୍ରତି ଗୁରୁତ୍ୱ ଦେବାକୁ ଦାବି କରିଥିଲେ । ଏ ନେଇ ନିଜ ପ୍ରତିକ୍ରିୟାରେ ଇଂ ଘଡାଇ କହିଛନ୍ତି ପୂର୍ବ ସରକାର ସମୟରେ ନିଆ ଯାଇଥିବା ବିଭିନ୍ନ ନିଷ୍ପତ୍ତି କାର୍ଯ୍ୟକାରୀ ନ ହୋଇ ପଡି ରହିଛି । ଯାହା ସ୍ଥାନୀୟ ଲୋକଙ୍କ ସମସ୍ୟାକୁ ଦ୍ବିଗୁଣିତ କରୁଛି । ଏହା ସହିତ ଟ୍ରାଫିକ ସମସ୍ୟା ସୁଧାରିବା ସହିତ ସ୍ଥାନୀୟ ଅଞ୍ଚଳର ଯୁବକ ଯୁବତୀ କିଭଳି ସ୍ଥାୟୀ ନିଯୁକ୍ତି ପାଇବେ ସେ ନେଇ ଆଲୋଚନା କରିଛୁ । ଏ ନେଇ ସରକାର ତୁରନ୍ତ ପଦକ୍ଷେପ ନେବା ଜରୁରୀ ହୋଇଛି, ଏଥିରେ ଟାଳଟୁଳ ନୀତି ଅବଲମ୍ବନ କଲେ ଆମେ ରାଜ ରାସ୍ତାକୁ ଓହ୍ଲାଇବୁ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି ଇଂ ଘଡାଇ ।

Leave a comment

Your email address will not be published. Required fields are marked *