Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବାଲିଆ ଅଞ୍ଚଳରେ ବେଧଡ଼କ ଚୋରା ମଦ, ଗଞ୍ଜେଇ ବେପାର, ବିରୋଧ କରିବାରୁ ଯୁବକଙ୍କୁ ଆକ୍ରମଣ, ଥାନାରେ ଅଭିଯୋଗ

ବାଲିଆ ଅଞ୍ଚଳରେ ବେଧଡ଼କ ଚୋରା ମଦ, ଗଞ୍ଜେଇ ବେପାର, ବିରୋଧ କରିବାରୁ ଯୁବକଙ୍କୁ ଆକ୍ରମଣ, ଥାନାରେ ଅଭିଯୋଗ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ରାମଚନ୍ଦ୍ରପୁର ଥାନା ଅଧିନ ବାଲିଆ ଗ୍ରାମରେ ବ୍ୟାପକ ଚୋରା ମଦ, ଗଞ୍ଜେଇ ଓ ଚରସ ବେପାର ହେଉଛି । ଏ ନେଇ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ଚୁପ ବସିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଗତକାଲି ଜଣେ ଯୁବକ ଏହାର ବିରୋଧ କରିବାରୁ ତାଙ୍କୁ ସମ୍ପୃକ୍ତ ମଦ ବ୍ୟବସାୟୀ ମରଣାନ୍ତକ ଆକ୍ରମଣ କରିଥିବା ବରୀ-ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି ।

ଆହତ ଯୁବକ ଜଣଙ୍କ ହେଉଛନ୍ତି ନିଶିକାନ୍ତ ଜେନା । ଆକ୍ରମଣରେ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଆହତ ଯୁବକଙ୍କ ବାପା ଶିଶିର ଜେନା ଏ ନେଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁଯାୟୀ ଗତକାଲି ସନ୍ଧ୍ୟାରେ ତାଙ୍କ ପୁଅ ତାଙ୍କୁ ଫୋନ କରି ଚୋରା ମଦ ଦୋକାନୀ ତାକୁ ମାଡି ମାରି ରକ୍ତାକ୍ତ କରିବା ସହିତ ମାରଣାସ୍ତ୍ର ଧରି ଜୀବନରୁ ମାରିଦେବାକୁ ଧକମ ଦେଉଥିବା କହିଥିଲା । ସେ ତୁରନ୍ତ ସେଠାକୁ ଯାଇ ତାକୁ ଉଦ୍ଧାର କରିଥିଲେ । ମଦ ବେପାରୀ ଶ୍ରୀକାନ୍ତ ଜେନା ତାଙ୍କ ପୁଅକୁ ଆକ୍ରମଣ କରିଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି ।

ଏଠାରେ ସୂଚନା ଯୋଗ୍ୟ ବାଲିଆ ଜାଗୁଳାଇ ମନ୍ଦିରରୁ କିଛି ଦୂରରେ ଏହି ଚୋରା ମଦ ଦୋକାନ ରହିଛି । ବିଭିନ୍ନ ସମୟରେ ମଦ୍ୟପ ମାନେ ଏଠାରେ ମଦ୍ୟପାନ କରି ଆଶ୍ରାବ୍ୟ ଭାଷାରେ ଗାଳି ଗୁଲଜ କରିବା ସହିତ ରାସ୍ତାରେ କାଚ ମଦ ବୋତଲ ମଧ୍ୟ ଭାଙ୍ଗି ପକାଉଛନ୍ତି । ମଦ୍ୟପଙ୍କ ଭୟରେ ମନ୍ଦିରକୁ ମହିଳା ମାନେ ଯିବାକୁ ଭୟ କରୁଛନ୍ତି । ବାଲିଆ ଅଞ୍ଚଳରେ କେବଳ ଏହି ଗୋଟିଏ ମଦ ଦୋକାନ ନୁହେଁ ତିନିଟି ଚୋରା ମଦ ଦୋକାନ ଚାଲୁଛି । ଏ ନେଇ ବିଭିନ୍ନ ସମୟରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ଏ ନେଇ କୌଣସି ପଦକ୍ଷେପ ନେଉନଥିବା ଅଭିଯୋଗ ହେଉଛି । ବାଲିଆରେ ବିଭିନ୍ନ ସ୍କୁଲ ସହିତ ଏକ ପ୍ରତିଷ୍ଠିତ ମହାବିଦ୍ୟାଳୟ ରହିଛି । ମଦ୍ୟପ ମାନଙ୍କ ଉତ୍ପାତରେ ଛାତ୍ରଛାତ୍ରୀ ନିଜକୁ ଅସୁରକ୍ଷିତ ମଣୁଛନ୍ତି । ଏ ନେଇ ଯାଜପୁର ଏସ୍ପି ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି ।

Leave a comment

Your email address will not be published. Required fields are marked *