ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ପ୍ରବାଦ ପୁରୁଷ, ମହାନ ସ୍ୱାଧୀନତା ସଂଗ୍ରାମୀ, ଜନନାୟକ, ରାଷ୍ଟ୍ରନିତିଜ୍ଞ, ଆଧୁନିକ ଓଡ଼ିଶାର ନିର୍ମାତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ତାଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ବିଜୁ ଜନତା ଦଳ ସଭାପତି ତଥା ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ ଭୁବନେଶ୍ୱର ସ୍ଥିତ ଫରେଷ୍ଟ ପାର୍କରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ସାଂସଦ, ବିଧାୟକ, ପୂର୍ବତନ ବିଧାୟକ ଓ ଦଳୀୟ ନେତା ଯୋଗଦାନ କରି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ଏହା ପରେ ରାଜ୍ଯ ବିଜେଡି କାର୍ଯ୍ୟାଳୟ ଶଙ୍ଖଭବନ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଥିଲା । ଶ୍ରଦ୍ଧାଞ୍ଜଳି ସଭାରେ ଶତାଧିକ ବିଜେଡି ନେତା ସାମିଲ ହୋଇ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ ।




















