ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଓଡ଼ିଶାର ଅନ୍ୟତମ ବରପୁତ୍ର, ମହାନ ସ୍ୱାଧୀନତା ସଂଗ୍ରାମୀ, ଜନନାୟକ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇ ଯାଇଛି । ଉକ୍ତ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରିଥିଲେ । ସମାରୋହରେ ସମ୍ମାନୀତ ଅତିଥି ଭାବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜ୍ୟର ଅନ୍ୟତମ ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ବିଧାୟକ ବାବୁ ସିଂ ପ୍ରମୁଖ ଯୋଗଦାନ କରି ବିଜୁ ବାବୁଙ୍କ ଜୀବନୀ ଓ ତାଙ୍କ କାର୍ଯ୍ୟଧାରା ଉପରେ ବକ୍ତବ୍ୟ ରଖି ତାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ ।

ଅତିଥିମାନେ ଏହି ଅବସରରେ ଆୟୋଜିତ ଫଟୋ ପ୍ରଦର୍ଶନୀ ମଧ୍ୟ ବୁଲି ଦେଖିଥିଲେ ।




















