ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ଓଡ଼ିଶା ବିଧାନସଭା ସମ୍ମୁଖରେ ବିଜେଡି ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରିଛି । ରାଜ୍ୟ ସରକାର ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଏହାକୁ ନେଇ ବିଜେଡିର ନେତା, କର୍ମୀ ଓ ପୋଲିସଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ ହୋଇଛି । ବହୁ ନେତା ନେତ୍ରୀଙ୍କୁ ପୋଲିସ ଗିରଫ କରିଛି ।





















