ଓଡ଼ିଶା ଲିଡ୍ସ(ଗଞ୍ଜାମ): ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୀର୍ତ୍ତି ଭାସନ୍ ଭି, ପ୍ରକଳ୍ପ ନିର୍ଦ୍ଦେଶକ ସମୀର କୁମାର ଜେନା, ଉପ ଜିଲ୍ଲାପାଳ ଉମାଶଙ୍କର ବେହେରା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ । ମୋଟ ୬୯ଟି ଅଭିଯୋଗର ଶୁଣାଣି ହୋଇଥିଲା । ଏହି ଅଭିଯୋଗ ଗୁଡିକ ମଧ୍ୟରୁ ୨ଟି ଅଭିଯୋଗର ତ୍ୱରିତ ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୨ ଜଣ ବ୍ଯକ୍ତିଙ୍କୁ ଆର୍ଥିକ ସହାୟତା ଭାବେ ୧୦ ହଜାର ଟଙ୍କା ପ୍ରଦାନ ଯାଇଥିଲା । ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ , ତହସିଲଦାର, ଉପଖଣ୍ଡର ସମସ୍ତ ପ୍ରଶାସନିକ ଅଧିକାରୀମାନେ ଯୋଗଦେଇଥିଲେ ।




















